ଗରୁବାର, 29 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କ୍ରୋଧିତ ହେଲେ ତିଆରି କରିଥିବା କାର୍ଯ୍ୟରେ ସଫଳ ହେବେ ନାହିଁ । ବ୍ୟବସାୟ ପାଇଁ ଆଖପାଖକୁ ଯାତ୍ରା କରିବାର ସମ୍ଭାବନା ଅଛି । ପୁରୁଣା ବନ୍ଧୁଙ୍କ ସହାୟତାରେ ଆର୍ଥିକସ୍ଥିତି ବଦଳିବ । ମିତ୍ର ସହଯୋଗୀମାନେ ସାହାଯ୍ୟ ସହଯୋଗ କରିବେ । କାମ-କାର୍ଯ୍ୟରେ ଗମ୍ଭୀରତା ପୂର୍ବକ ଧ୍ୟାନ ଦେଇ ବହୁତ ପଇସା ଇନକମ୍ କରିବେ । ଶତୃ ଓ ବିରୋଧୀମାନେ ଯେତେ ଚାହିଁଲେ ମଧ୍ୟ ଆପଣଙ୍କର କିଛି ଅହିତ ସାଧନ କରିପାରିବେ ନାହିଁ । କୀର୍ତ୍ତି ଓ ପ୍ରତିଷ୍ଠାକୁ ସ୍ପର୍ଶ ମଧ୍ୟ କରିପାରିବେ ନାହିଁ । ପରୋପକାର ବା ଲୋକକଲ୍ୟାଣ କାମରେ ବ୍ୟସ୍ତ ରହିବେ ।

ବୃଷ

ଜମିଜାଗା, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିବା ପାଇଁ କଥା ପକ୍କା ହୋଇଯିବ । କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ଗୃହାପୋକରଣ ଓ ନୂତନ ଦ୍ରବ୍ୟ କ୍ରୟ କରିବେ । ଇଛାଶକ୍ତି ପ୍ରବଳ ମାତ୍ରାରେ ଜାଗ୍ରତ ହେବା ଫଳରେ ରାଜନୀତିରେ ସମ୍ୟକ ବୃଦ୍ଧି ହେବ । ଅଚାନକ ପରିସ୍ଥିତିରେ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମିଥୁନ

ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ନିଜର ଚତୁରତା ଓ ବିବେକ ହେତୁ ବିପରୀତ ପରିସ୍ଥିତିକୁ ମୁକାବିଲା କରିବେ । ବ୍ୟାପାରରେ ନୂଆ ଅର୍ଡର ପାଇଁ ଚୁକ୍ତିପାତ୍ର ବା ଏଗ୍ରୀମେଣ୍ଟ କରିପାରିବେ । ଅସହାୟ ଲୋକଙ୍କୁ ସାହାଯ୍ୟ କରିବାକୁ ମନ ବଳାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ପରିବାରରେ କୌଣସି ଶୁଭକାର୍ଯ୍ୟ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

କର୍କଟ

ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଆଧ୍ୟାତ୍ମିକ ଓ ବୌଦ୍ଧିକ କ୍ଷମତା ପ୍ରାପ୍ତ କରିବେ । ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଗୁରୁ-ଗୁରୁଜନ ଓ ମାତା-ପିତାଙ୍କ ଆଶୀର୍ବାଦ ସ୍ନେହ ପ୍ରାପ୍ତ ହେବ । ଧୈର୍ଯ୍ୟ, ସାହସ ଓ ବୁଦ୍ଧିମତା ଯୋଗେ ପ୍ରଶଂସା ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ ।

ସିଂହ

କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ଭେଟ ହୋଇ ଆଗକୁ ବଢିବାରେ ସହାୟତା ମିଳିବ । ରାଜନୀତି କ୍ଷେତ୍ରରେ ଜଗିରଖି କଥାବାର୍ତ୍ତା କରିଲେ ବହୁତ ଭଲ ହେବ । ଦୂରଯାତ୍ରା କଲେ କଷ୍ଟ ସହିବାକୁ ପଡିବ ଓ କଠିନ ପରିଶ୍ରମ କଲେ ସଫଳତା ପ୍ରାପ୍ତ ହେବ । ପ୍ରେମୀ-ପ୍ରେମିକାଙ୍କ ସମ୍ପର୍କରେ ତିକ୍ତତା ସୃଷ୍ଟି ହୋଇପାରେ । ବ୍ୟାପାର ଓ କାରବାରରେ ବହୁତ ଲାଭ ପାଇବାର ଯୋଗଅଛି । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ଭୋଜିଭାତରେ ଆଗ୍ରହ ବଢିବ ।

କନ୍ୟା

ସ୍ୱାସ୍ଥ୍ୟସମସ୍ୟା ସୁଧୁରିବା ଫଳରେ ଆଶାକରିଥିବା କାର୍ଯ୍ୟ ଓ ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୁରଣ କରି ପାରିବେ । ଗୁରୁଜନଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ଓ ଆଶୀର୍ବାଦ ମିଳିବ । ଆତ୍ମବିଶ୍ଵାସରେ ବୃଦ୍ଧି ହେବ । କୌଣସି ମହତ୍ଵପୂର୍ଣ୍ଣ ସୂଚନା, ସନ୍ଦେଶ ଓ ଅର୍ଡର ପାଇ ପାରନ୍ତି । କାହାକୁ ଉଧାର ଦେଇଥିବା ଓ ଅଟକିଥିବା ଟଙ୍କା ମିଳିଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ସୃଷ୍ଟି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ତୁଳା

ଲେଖନ, କଳା ଓ ସମ୍ପାଦନ ଆଦିରେ ଜଡିତ ବ୍ୟକ୍ତିଙ୍କର ଉନ୍ନତି ହେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବା ଫଳରେ ଶୁଭ ସମାଚାର ପ୍ରାପ୍ତି ହେବ । ଭାଗୀଦାରୀଙ୍କ ସହିତ ଲାଗିରହିଥିବା ବିବାଦ ବା ମତଭେଦର ନିରାକରଣ ହୋଇଯିବା ଯୋଗେ ବ୍ୟାପାର ବା କାରବାରରେ ବହୁତ ଭଲ ଲାଭ ହେବ । କୌଣସି ମାଙ୍ଗଳିକ ପ୍ରୟୋଜନ ଓ ଉତ୍ସବରେ ଯୋଗଦାନ କରିବେ । କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟରେ ନୂଆ ପରିବର୍ତ୍ତନ ହେବାର ସମ୍ଭାବନା ଅଛି । ଧୈର୍ଯ୍ୟ ଓ ସାହସ ଦ୍ଵାରା ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ।

ବିଛା

ମାଲିମୋକଦ୍ଦମାରେ ବଂଧୁଙ୍କ ସହଯୋଗରେ ବିଜୟ ପ୍ରାପ୍ତ ହେବ । ଆର୍ଥିକ ମାମଲାରେ ସ୍ଥାୟିତ୍ଵ ଆସିବ । କାରବାରରେ ଲାଭ ହେବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହେବ । ଟିମ୍ ୱାର୍କ, ପ୍ରତିସ୍ପର୍ଦ୍ଧା ଓ ଦ୍ଵେଷର ସାମ୍ନା କରିବାକୁ ପଡିବ । ଶତୃମାନଙ୍କୁ ମିତ୍ର କରିବା ପାଇଁ ପ୍ରୟାସରତ ରହିବେ । କୌଣସି ଧର୍ମସ୍ଥଳ, ମନ୍ଦିର, ମଠକୁ ଯିବା ପାଇଁ ପୋଗ୍ରାମ୍ କରିବେ । ଶାରୀରିକ ସ୍ୱାସ୍ଥ୍ୟ ଭଲ ରହିବ । ସାମୁହିକ ଗତିବିଧି ଦ୍ଵାରା ସଫଳତା ହାସଲ କରିପାରିବେ । ଉଚ୍ଚାଧିକାରୀ ବ୍ୟକ୍ତିମାନେ ପ୍ରସନ୍ନ ରହିବେ । ରାଜନୈତିକ ଯାତ୍ରାରେ ପୁରାତନ ଶତୃମାନେ ମୁଣ୍ଡଟେକି ପାରନ୍ତି ।

ଧନୁ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ଘରକରଣା କୌଣସି ନୂତନ ବସ୍ତୁ କ୍ରୟ କରିପାରନ୍ତି । ବଂଧୁଙ୍କଠାରୁ ଶୁଭ ସମାଚାର ଶୁଣି ବା ଶୁଭ ସନ୍ଦେଶ ପାଇ ମନ ଉତ୍ସୁକ ହେବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ଲାଭ ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମ-ପ୍ରସଙ୍ଗରେ ନିଶ୍ଚିତ ରୂପରେ ସଫଳତା ମିଳିବ । ବ୍ୟବସାୟରେ ପରିଶ୍ରମ ଓ କଷ୍ଟର ପୁରା ଲାଭ ମିଳିବ । ମହିଳା ମାନଙ୍କର ଭୌତିକ ସୁଖ-ସୁବିଧା ସାଧନର ବୃଦ୍ଧି ହେବ ।

ମକର

ସାମାଜିକ କ୍ଷେତ୍ରରେ ଯଶ, କୀର୍ତ୍ତି, ମାନ-ସମ୍ମାନ ମିଳିବ । ନୂତନ ଦ୍ରବ୍ୟ କ୍ରୟ-ବିକ୍ରୟ କରି ଆଶାତୀତ ଲାଭ ପାଇବେ । ଲୋକକଲ୍ୟାଣ କର୍ମରେ ନିଜକୁ ନିୟୋଜିତ କରିବେ । ରାଜନୀତି କ୍ଷେତ୍ରରେ କୌଣସି ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହିତ ସମ୍ପର୍କ ହେବା ଫଳରେ ଆଗକୁ ବଢିବାରେ ସହାୟତା ମିଳିବ । ନୂତନ କାମ ଆରମ୍ଭ କରିପାରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ବ୍ୟବସାୟରେ ଅଚାନକ ଭାବରେ ପରିବର୍ତ୍ତନ ହୋଇପାରେ ଓ ଉଚିତ୍ ଲାଭ ମଧ୍ୟ ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ କ୍ରିଡା, ପ୍ରତିଦ୍ଵନ୍ଦିତାରେ ଜୟଯୁକ୍ତ ହେବେ ।

କୁମ୍ଭ

ମାନସିକ ଚିନ୍ତା ଓ ମନ ବିଚଳିତରୁ ଶାନ୍ତି ଅନୁଭବ କରିବେ । କୌଣସି ଇଲୋକଟ୍ରନିକ ସାମଗ୍ରୀ ଓ ଘରର ଉପଯୋଗ ସାମଗ୍ରୀ କ୍ରୟ କରିପାରିବେ । ପୁରାତନ ରୋଗରୁ ଉପଶମ ମିଳିବ । ଅଚାନକ ଭାବରେ ଧନ ଲାଭ ହେବ । ନିଶ୍ଚିତ ରୂପରେ ଯୋଜନାବଦ୍ଧ କର୍ମରେ ସଫଳତା ମିଳିବ । କୌଣସି ସାମାଜିକ ଓ ମାଙ୍ଗଳିକ ଆୟୋଜନରେ ଯୋଗ ଦେବେ । ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମୀନ

ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଧର୍ମକାର୍ଯ୍ୟରେ ନିୟୋଜିତ ହେବେ । ଅନେକ ଦିଗରୁ ଖୁସି ମିଳିବ । ପ୍ରେମୀପ୍ରେମିକଙ୍କ ମଧୁର ମିଳନରେ କୌଣସି ବାଧାବନ୍ଧନ ନାହିଁ । ପୁରୁଣା ମିତ୍ରଙ୍କ ସହିତ ଭେଟ ହେବା ଫଳରେ ପରିବାରର ପୁରୁଣା ସମସ୍ୟା ସମାଧାନ ହୋଇଯିବ । ସାମାଜିକ କାର୍ଯ୍ୟରେ ଆଜି ଅଧିକ ସମୟ ବିତେଇ ପ୍ରଶଂସା ପାଇବେ । ରାଜନୀତି କ୍ଷେତ୍ରରେ ମଧ୍ୟ ଲୋକପ୍ରିୟତା ବୃଦ୍ଧି ହେବ ଓ କୌଣସି ଠାରୁ ଶୁଭ ସମାଚାର ଶୁଣିବାକୁ ମିଳିବ ।

Leave a Reply

Your email address will not be published. Required fields are marked *