ଗୁରୁବାର, 18 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟ ପ୍ରସାର ଫଳରେ ଅଧିକ ଲାଭ ହେବ । ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳତା ମିଳିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବ । ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ ।

ବୃଷ

ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତ ହେବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ନେବେ । କର୍ମକ୍ଷେତ୍ରରେ ପ୍ରସିଦ୍ଧି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ ।

ମିଥୁନ

ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କଠିନ ପରିଶ୍ରମ କରିବା ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । ଗୃହିଣୀମାନେ ଆଜି ମୋଟାମୋଟି ଭାବେ ସୁଖରେ ଦିନଟି କାଟିବେ ।

କର୍କଟ

ବ୍ୟବସାୟୀମାନେ ଲାଭବାନ ହେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ସିଂହ

କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ଅନୁଭବ କରିବେ । ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପାରିବାରିକ ଅଶାନ୍ତି ଦୂରେଇ ଯିବ ।

କନ୍ୟା

ଶିକ୍ଷା କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । କର୍ମକ୍ଷେତ୍ରରେ ଆଶା କରୁଥିବା ଘଟଣା ଘଟିବା ଫଳରେ ପ୍ରଶାସନ କ୍ଷେତ୍ରରେ ଦ୍ଵନ୍ଦ ଦୂର ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ ହୋଇଯିବ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ।

ତୁଳା

ବକେୟା ଅର୍ଥ ଆଦାୟହେବ, ଋଣମୁକ୍ତି ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । କର୍ମକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ସମସ୍ୟା ଦୂର ହୋଇଯିବା ଫଳରେ ଆଶାତୀତ ଲାଭ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।

ବିଛା

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ଆଗକୁ ବଢ଼ିବାର ଯୋଜନା ସଫଳ ହେବ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ । ଆର୍ଥିକକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ । ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ନୂତନକର୍ମ ନିଯୁକ୍ତି ପାଇଁ ଚେଷ୍ଟା ସଫଳ ହେବ । ଦାମ୍ପତ୍ୟ ସୁଖରେ ସୁଖୀ, ଭୌତିକ ସୁଖ ସୁବିଧା ପ୍ରାପ୍ତି ହେବ ।

ଧନୁ

ମାନସିକ ଦୁଃଶ୍ଚିନ୍ତା ଦୂର ହେବ । କରଜର ମାତ୍ରା ହ୍ରାସ ପାଇବ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ପାରିବାରିକ ତିକ୍ତତାର ସମସ୍ୟା ଦୂର ହେବ । କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ ଓ ନିଜର ଭାବ ମୂର୍ତ୍ତିକୁ ବଜାୟ ରଖିବେ ।

ମକର

ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ମାନସିକ ଅଶାନ୍ତି ଦୂର ହେବ । ଆର୍ଥିକ ସ୍ୱଚ୍ଛଳତା ଦେଖା ଦେବ ।

କୁମ୍ଭ

ନୂତନ କର୍ମ ନିଯୁକ୍ତି ପାଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଶତୃମାନେ ପରାଜିତ ହେବେ । ଅଧାଥିବା କାର୍ଯ୍ୟ ପୂରଣ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଛାତ୍ର-ଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।

ମୀନ

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହେବେ । ପାରିବାରିକ କ୍ଷେତ୍ରରେ କ୍ରୋଧକୁ ଦମନକରି ହସଖୁସିର ବାତାବରଣ ସୃଷ୍ଟି ହେବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଜମିଜମା ସଂକ୍ରାନ୍ତୀୟ ଓ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ସୁଖମୟ ହେବ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟକର୍ମରେ ଅଂଶ ଗ୍ରହଣ କରିବେ ।

Leave a Reply

Your email address will not be published. Required fields are marked *