ଗୁରୁବାର, 30 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଶାରିରୀକ ସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । ନିଜ ପରିଶ୍ରମରେ ସଫଳତା ପାଇବେ । ଆଚାର ଓ ବ୍ୟବହାରରେ ଶାନ୍ତ ହୋଇ କାର୍ଯ୍ୟ କରି ନିଅନ୍ତୁ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର ।

ବୃଷ:-

ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ଧାର୍ମିକ ଓ ସାମାଜିକ କାର୍ଯ୍ୟରେ ଯୋଗଦାନ ଦେବେ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଲୋକଙ୍କ ସମ୍ପର୍କରେ ରହିବାପାଇଁ ଇଣ୍ଟରନେଟ୍ ଠାରୁ ଆରମ୍ଭ କରି ଫୋନ୍ ରେ ଯୋଗାଯୋଗ କରିବେ । ନିଜର କାର୍ଯ୍ୟବ୍ୟସ୍ତତା ଯୋଗୁ ସମୟ ପାଇବେନାହିଁ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ପାରିବାରିକ ସ୍ଥିତିର ଅବ୍ୟବସ୍ଥିତତାକୁ ଆଧାର କରି କ୍ଷୋଭ, ଅବଶୋଷ, ଅପମାନରେ ଜର୍ଜରିତ ହେବେ ।

ମିଥୁନ:-

ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହକରିବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ଓ ସଫଳତା ପ୍ରାପ୍ତି ହେବ ।

କର୍କଟ:-

ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । କୌଣସି ପୁରାତନ ରୋଗରୁ ମୁକ୍ତି ମିଳିବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉତ୍ତମ ରୋଜଗାର କରି ପାରିବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ଅନେକ ସମସ୍ୟାର ସମାଧାନ ହେବ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ ।

ସିଂହ:-

ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ । ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ । ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ରାଜନୀତି ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି  ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ ।

କନ୍ୟା:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆୟ ତୁଳନାରେ ବ୍ୟୟ ଅଧିକହେବ । ବ୍ୟବସାୟରେ ଆର୍ଥୀକ କ୍ଷେତ୍ରରେ ଅବନତି ହୋଇପାରେ । ପରିବାରର କେତେକ ସମସ୍ୟା ନେଇ ମାନସିକ ପୀଡା ଅନୁଭବ କରିବେ ।

ତୁଳା:-

ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି ।

ବିଛା:-

ଧନ ଲାଭ ସହିତ କର୍ତ୍ତବ୍ୟ ଦାଇତ୍ଵ ବଢିଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବ୍ୟବସାୟ ସୂତ୍ରରୁ ବହୁତ ଲାଭ ଉଠାଇପାରିବେ । ଘର-ପରିବାରକୁ ପ୍ରାଥମିକତା ଦେବେ । ପାଖ ପଡୋଶୀଙ୍କ ସହିତ ସମ୍ପର୍କ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ । ଉନ୍ନତି କରିବା ପାଇଁ ବହୁତ ଭଲ ପାଉଥିବା ଲୋକ ଓ ଶୁଭଚିନ୍ତକ ଲୋକମାନେ ସାହାଯ୍ୟ କରିବେ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ ।

ଧନୁ:-

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ଶତୃମାନେ ଦୂରେଇ ଯିବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ । ନିଜର ଦକ୍ଷତା ଲୋକମାନଙ୍କୁ ପ୍ରଭାବିତ କରିବ । ପରିବାରର ସଦସ୍ୟଙ୍କ ସମ୍ବନ୍ଧ ଦୃଢ ହେବ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । କର୍ମନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।

ମକର:-

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ଛାତ୍ର-ଛତ୍ରୀମାନେ ସହପାଠୀ ମାନଙ୍କଠାରୁ ସାହାଯ୍ୟ ଓ ପ୍ରଶଂସା ପାଇବେ ।

କୁମ୍ଭ:-

ବନ୍ଧୁମିଳନ ତୀର୍ଥ ଭ୍ରମଣ ଓ ସଂସ୍କୃତିକ ତଥା ସାମାଜିକ କାର୍ଯ୍ୟରେ ଭାଗନେବେ । ଧର୍ମ କର୍ମ ବା ଇଷ୍ଟ ସାଧନାରେ ରତ ରହି ଆବଦ୍ଧ ଯୋଗରୁ ମୁକୁଳି ପାରିବେ । ପାରିବାରିକ ଶାନ୍ତିଶୃଙ୍ଖଳା ବୃଦ୍ଧି ହେବାସହ ଗଠନମୂଳକ କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ବହୁକ୍ଷେତ୍ରରେ ପ୍ରିୟତା, ଯାନବାହାନ ଓ ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟର ବିଶେଷ ଶୁଭ ସମୟ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ମଚାରୀଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ ଓ ଆଶାନୁରୂପ ଫଳ ପାଇବେ ।

ମୀନ:-

ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ବାଦ-ବିବାଦ, ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମହିଳାମାନେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ ।

Leave a Reply

Your email address will not be published. Required fields are marked *