ବୁଧବାର, 16 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ । ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟିପାରେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତିରେ ଖିଲାପ କରି ସମସ୍ୟାକୁ ବଢାଇ ଦେଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳଭଳି ଦେଖା ଦେଲେ ମଧ୍ୟ ଶାନ୍ତି ପାଇବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।

ବୃଷ

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ଓ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ଜନସେବା ଦ୍ଵାରା ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଶତୃମାନେ ମଥାନତ କରିବେ ।

ମିଥୁନ

ବ୍ୟବସାୟରେ ଉଚିତ୍ ଲାଭ ପ୍ରାପ୍ତ ହେବା ସହ କୌଣସି ନୂଆ ପ୍ରୋଜେକ୍ଟ ଆରମ୍ଭ କରିପାରିବେ । ପ୍ରିୟଜନ ଓ ପରିବାର ସଦସ୍ୟ ଆପଣଙ୍କ ନିକଟତର ହେବେ । ଦୃଢସଂକଲ୍ପ ଓ ଆତ୍ମବିଶ୍ଵାସରେ ଭରପୁର ହେବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରି ପାରିବେ । ରାଜନୈତିକ କ୍ଷେତ୍ରର ଲକ୍ଷ୍ୟ ସିଦ୍ଧିହେବା ସହ ସୁଖ-ସୌଭାଗ୍ୟ ତଥା ଯଶ-ପ୍ରସିଦ୍ଧ ଆଶା କରି ହେବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

କର୍କଟ

ବ୍ୟାପାରରେ ପ୍ରଚୁର ଲାଭ ହେବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅଚାନକ ଭାବରେ ଦୂରଯାତ୍ରା କରିବେ । ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ । ଅଚାନକ ଧନ ପ୍ରାପ୍ତି ହେବ ଓ ସନ୍ତାନଙ୍କ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ ।

ସିଂହ

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ । ପରିବାରରେ ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ସଂପୂର୍ଣ୍ଣ ହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ ।

କନ୍ୟା

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ରାଜନୀତି କ୍ଷେତ୍ରରେ ଲୋକଙ୍କ ସମ୍ପର୍କରେ ରହିବେ । ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପ୍ରାପ୍ତି ହେବ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଯାତ୍ରାରେ ସଫଳ ହେବେ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ ।

ତୁଳା

ପାରିବାରିକ ଜୀବନରେ ସୁଧାର ହେବ । କୋର୍ଟ-କଚେରୀ ମାମଲା ସମାଧାନ ହୋଇଯିବ । ପୂର୍ବରୁ ଆରମ୍ଭ ହୋଇଥିବା କାର୍ଯ୍ୟ ପୁରଣରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ଆର୍ଥିକ ସହାୟତାରେ ସେବାକାରୀମାନଙ୍କ ସହଯୋଗରେ ସମ୍ମାନଜନକ ସ୍ଥିତି ପରିଲକ୍ଷିତ ହେବ । କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ଧନ ସମ୍ବନ୍ଧୀୟ ମାମଲାରେ ବୁଦ୍ଧି ଓ ବିବେକ ଦ୍ଵାରା ବିଚାର କଲେ ଲାଭ ମିଳିବ । ବହୁତ ପରିଶ୍ରମ କରି ଅର୍ଥ ଲାଭ ହେବ ଓ ରୋଜଗାର ପାଇଁ ଉପଯୁକ୍ତ ସମୟ ଅଟେ ।

ବିଛା

ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ଅତିରିକ୍ତ ଆୟର ଦରକାର ଅନୁଭବ ହେବ । ଆବଶ୍ୟକତା ପୂରଣ ଦିଗରେ ନୂତନ ବନ୍ଧୁ ମିତ୍ରମାନଙ୍କର ସହଯୋଗ ମିଳିବ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ରାଜନୀତିରେ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ପିଲାମାନଙ୍କ ପାଠପଢା ନେଇ କରିଥିବା ଚିନ୍ତା ଦୂରେଇ ଯିବ ।

ଧନୁ

ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୀତିରେ କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ମକର

ଗୃହରେ ଶୁଭ କାର୍ଯ୍ୟର ସମାଧାନ ହୋଇପାରେ । ରାଜନୀତିରେ କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ପ୍ରେମୀ-ପ୍ରେମିକଙ୍କ ମଧୁର ମିଲନରେ କୌଣସି ବାଧାବନ୍ଧନ ନାହିଁ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କିଛି ଏମିତି ଲୋକଙ୍କ ସହିତ ମିଳନ ହେବ ଯେ ସେମାନେ ବିକାଶ ଧାରାରେ ସାମିଲ ହେବେ ।

କୁମ୍ଭ

ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପାରିବାରିକ କ୍ଷେତ୍ରରେ ଆୟ ଓ ପ୍ରତିଷ୍ଠାରେ ଅପ୍ରତ୍ୟାଶିତ ତେଜ ଆସିବା ଫଳରେ ସ୍ଥାନ-ମାନ ପ୍ରତି ବିପଦ କଟିଯିବ । ବ୍ୟବସାୟରେ ଭାଗୀଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ ।

ମୀନ

ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଏହି ସମୟରେ ସମାନ ବିଚାରଧାରା ଲୋକଙ୍କ ଦରକାର ଅନୁଭବ ହେବ । ଉଦାସୀନତା ଓ ନକରାତ୍ମକ ପ୍ରବୃତ୍ତିକୁ ଛାଡିବା ପାଇଁ ପ୍ରୟାସ କରିବେ । ଧାର୍ମିକ ଅନୁଷ୍ଠାନ କାମରେ ପ୍ରଶଂସା ମିଳିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ ।

Leave a Reply

Your email address will not be published. Required fields are marked *