ବୁଧବାର, 17 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରିବେ । ନାନା ସମସ୍ୟାର ସମାଧାନ ହୋଇଯିବ । ପୂର୍ବ ଶତ୍ରୁମାନେ ପଛଘୁଞ୍ଚା ଦେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ପ୍ରତିଦ୍ୱନ୍ଦିତା ଓ କ୍ରିଡାକ୍ଷେତ୍ରରେ ଶୁଭଫଳ ମିଳିବ । ରାଜନୀତିରେ ସାମାଜିକ କଲ୍ୟାଣ ଓ ଜୀବନ ସ୍ତର ପରିବର୍ତ୍ତନ ଉଦ୍ୟମ କରି ଉଚ୍ଚପ୍ରଶଂସିତ ହେବେ । ନୂତନ ସଂସ୍ଥାର ଆୟୋଜନ କରିବେ । ଜାଗା ଜମି, ଯାନ ବାହାନ ପାଇଁ ଯୋଗାଯୋଗ କରିପାରନ୍ତି ।

ବୃଷ

ବ୍ୟବସାୟରେ ପୂର୍ବ ସମସ୍ୟାର ସମାଧାନ ହୋଇ ପୂର୍ଣ୍ଣ ସଫଳତା ପାଇବେ । ଗୃହଉପକରଣ କ୍ରୟ କରିବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତିହେବା ସହ ସହକର୍ମୀ ଓ ଉପରିସ୍ଥ ନେତାଙ୍କଠାରୁ ପ୍ରଶଂସିତ ହେବେ । ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟୟ ଅପେକ୍ଷା ଆୟ ଅଧିକ ହେବା ସହ ଋଣମୁକ୍ତ ଓ ଋଣପ୍ରାପ୍ତିହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମିଥୁନ

ଦାମ୍ପତ୍ୟ କଳହରଅବସାନ ଓ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । ଅନେକ ପ୍ରକାର ପରିବର୍ତ୍ତନ ଆସିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ମହିଳାମାନେ ଗୃହ ସମସ୍ୟା ସଜାଡିବାକୁ ଯାଇ ସୁବିଧା ସୁଯୋଗ ପାଇବେ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଏବଂ ସମ୍ମାନଜନକ ଘଟଣା ଦେଖା ଦେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ରାଜନୀତି, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କର୍କଟ

ଜନସେବାରେ ନିଜକୁ ନିୟୋଜିତ କରିବେ । ପରିବାରରେ ଓ କୁଟୁମ୍ବରେ ଗୁରୁକାର୍ଯ୍ୟର ଦାୟିତ୍ୱ ନେଇ ଧାଁ ଦଉଡ଼ କରି ପାରନ୍ତି । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ରାଜନୀତି, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

ସିଂହ

ଭାତୃ ବିବାଦ, ଜମି ବାଡ଼ି ଓ ଘରଜାଗା ନେଇ ଥିବା ଦ୍ୱନ୍ଦ୍ୱର ସମାଧାନ ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ କରି ସାମାଜିକ ପ୍ରତିଷ୍ଠା ଆତ୍ମ ବିଶ୍ୱାସ ବଢେଇବ । ମହିଳାମାନେ ସନ୍ତାନଙ୍କର ଉନ୍ନତିରେ ଖୁସିହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଦାମ୍ପତ୍ୟ କଳହମେଣ୍ଟିଯିବ ଓ ସାମାଜିକ ସ୍ଥିତି, ମାନସମ୍ମାନ ବୃଦ୍ଧି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କନ୍ୟା

ବ୍ୟବସାୟରେ ସାମାନ୍ୟ ଲାଭ ହେବ । ଅନେକ ଶୁଭକର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ଶତ୍ରୁମାନେ ପରାଜିତ ହେବେ । ବିଦେଶ ଯାତ୍ରାରେ ଲାଭ ପାଇବେ । ପରିବାର କ୍ଷେତ୍ରରେ ଦ୍ୱନ୍ଦ୍ୱ ଦେଖାଦବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆଗ୍ରହ ବଢିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ।

ତୁଳା

ବ୍ୟବସାୟରେ ଲୋକ ସମ୍ପର୍କ ବୃଦ୍ଧିହେବା ସହ ଆୟବୃଦ୍ଧି ହେବ ଓ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ରାଜନୀତି କ୍ଷେତ୍ରରେ ସଫଳତା ମିଳିବ । ପାରିବାରିକ ସ୍ନେହ ସହାନୁଭୂତି ପ୍ରାପ୍ତି ହେବ । ଶତ୍ରୁମାନେ ମଥାନତ କରିବେ । ପୂରାତନ ରୋଗର ଉପଶମ ହେବ । ବନ୍ଧୁ ସମାଗମ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହ ବଢିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

ବିଛା

ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ବ୍ୟବସାୟୀ ମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ପନିପରିବା, ଫଳ ଓ ଖାଦ୍ୟ ବ୍ୟବସାୟୀମାନେ ଅଧିକ ଲାଭ କରିବେ ।

ଧନୁ

ରାଜନୀତିରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବା ସହ ପ୍ରଶଂସିତ ହେବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ବିଦେଶ ଯାତ୍ରାରେ କୃତକାର୍ଯ୍ୟ ହେବେ ଓ ସମସ୍ତ କାର୍ଯ୍ୟ ସିଦ୍ଧି ହେବ । ଶତୃମାନେ ଦୂରେଇ ଯିବେ । ବନ୍ଧୁ ମିତ୍ରମାନେ ସହଯୋଗ କରିବେ । ଶରୀର ସୁସ୍ଥ ରହିବ । ଋଣ ପ୍ରାପ୍ତିରୁ ମୁକ୍ତି ମିଳିବ । ବ୍ୟବସାୟରେ କର୍ମତତ୍ପରତା ଓ ସଫଳତା ଯୋଗେ ଉଚ୍ଚ ସମ୍ମାନ ଲାଭ ହେବ । ମିଷ୍ଠାନ୍ନ ଭୋଜନ କରିବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ମକର

ମନରେ ଦମ୍ଭ ସାହାସବୃଦ୍ଧି ହେବ, ଚିତ୍ତ ପ୍ରସନ୍ନ ରହିବ, କାର୍ଯ୍ୟ ସିଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ସମସ୍ୟା ଦୂର ହୋଇ ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ୱେ ଆୟ ବଢ଼ିବା ଯୋଗେ ଉଚ୍ଚ ପ୍ରଶଂସା ମିଳିବ । ନୂତନ କାର୍ଯ୍ୟାରମ୍ଭ କରିବେ । କ୍ଷମାଗୁଣରେ ଯଶପ୍ରାପ୍ତି, ସୁସଂବାଦ ଶ୍ରବଣ, ମାନସିକ ସ୍ଥିରତା ଦେଖାଦେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

କୁମ୍ଭ

ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ୍ ହେବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ-ପ୍ରମୋଦ, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

ମୀନ

ରାଜନୀତିରେ ପଦ ପଦବୀ ଲାଭ ହେବା ସହ ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହୋଇ ମାନସିକ ସ୍ଥିରତା ଦେଖାଦେବ । ଅନେକ କାର୍ଯ୍ୟରେ ସଫଳ ହେବେ । ଉଚ୍ଚ ଆଶା ପୂରଣ ଯୋଗେ ମିଷ୍ଠାନ୍ନ ଭୋଜନ କରିବେ । ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ଶତୃମାନେ ବିପଦରେ ପକାଇବାକୁ ଚେଷ୍ଟା କରିବେ । ଆକସ୍ମିକ ଦୁର୍ଘଟଣା ଘଟିପାରେ ।

Leave a Reply

Your email address will not be published. Required fields are marked *