ବୁଧବାର, 18 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ । କୁଳଶ୍ରେଷ୍ଠ ଓ କୀର୍ତ୍ତିଶାଳୀ ଭଳି ଦିବ୍ୟ ଗୁଣ ଗୁଡିକ ଠୁଳ ହେବ । ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମର୍ଥ ହେବେ । ମହିଳାମାନେ କଠିନ ପରିଶ୍ରମ କରି ପ୍ରଶଂସା ପାଇବେ ।

ବୃଷ

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆ ହୋଇ କର୍ତ୍ତବ୍ୟ ପାଳି ନ ଚାଲିଲେ ପରେ ହଇରାଣ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଇ ପାରେ ।

ମିଥୁନ

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହି ପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ୱଳତର କରିବାରେ ସାମର୍ଥ୍ୟ ବଢ଼ିବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା କରିପାରନ୍ତି ।

କର୍କଟ

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ସୁଖ-ଶାନ୍ତିରେ ଦିନଟି କଟାଇବେ । ବାଦବିବାଦ, କୋର୍ଟ କଚେରୀ ମାମଲା, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି, ବିଜ୍ଞାନ, ବୈଷୟିକ ବିଦ୍ୟା, ଜ୍ୟୋତିଷ, ଦର୍ଶନ, ଅଧ୍ୟାପକ, ଓକିଲ, ପୋଲିସ, ଚିକିତ୍ସକ ମାନଙ୍କର ବିଶେଷ ଉନ୍ନତିହେବ ।

ସିଂହ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମହିଳାମାନଙ୍କର ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ ।

କନ୍ୟା

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିସ୍କାର କରିବେ । ଜନସେବାକରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଭଗୀଦାରି କ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନିଅନ୍ତୁ ନାହିଁ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।

ତୁଳା

ବ୍ୟବସାୟୀମାନେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବେ । କର୍ମକ୍ଷେତ୍ରରେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ଦେଖାଦେବ । ମହିଳା ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି, ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ରାଜନୀତି କ୍ଷେତ୍ରରେ କୂଟନୀତିର ପ୍ଲାନ୍ ଚଳାଇ ସ୍ଥାନ ଓ ସ୍ଥିତିଅଟଳ ରଖି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଯଶସ୍ୱୀ ହେବେ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ ।

ବିଛା

ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ ।

ଧନୁ

ଶୁଭ ସମ୍ବାଦପାଇ ଖୁସିହେବେ ଓ ବ୍ୟବସାୟରେ ଅଳ୍ପ ପରିଶ୍ରମ କରି ଅଧିକ ଲାଭ ପାଇବେ । ରାଜନୀତି କ୍ଷେତ୍ରରେ ଆସ୍ୱସ୍ତି ଲାଭ କରିବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ମାନସିକ ଏକାଗ୍ରତା ରଖି ପାରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ ।

ମକର

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟୀମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

କୁମ୍ଭ

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ପାଇ ଉଚ୍ଚ ଆଶାରେ ଆଗେଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ସମସ୍ୟା ଦୂରହେବା ଫଳରେ ଆସ୍ୱସ୍ତି ଲାଭ କରିବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ମୀନ

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ ଭାବେ ଦାୟିତ୍ୱ ତୁଲାଇବେ । ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ ।

Leave a Reply

Your email address will not be published. Required fields are marked *