ବୁଧବାର, 25 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଶିକ୍ଷାର୍ଥୀମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ପରିବାରରେ ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । କର୍ମକ୍ଷେତ୍ରରେ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ ।

ବୃଷ

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆୟବୃଦ୍ଧି ଯୋଗେ ଆର୍ଥିକ ସଙ୍କଟ ଦୂର ହେବ । ମହିଳାମାନେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ଭଲ କାମ କରି ସୁଖରେ ଦିନଟି ବିତାଇବେ ।

ମିଥୁନ

ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

କର୍କଟ

ସହାବସ୍ଥାନର ନିରାପଦ ବଳୟ ଭିତରେ ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ଶିକ୍ଷାର୍ଥୀ ମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ରାଜନୀତି କ୍ଷେତ୍ରରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ । ମହିଳାମାନେ ହାତକୁ ନେଇଥିବା କାର୍ଯ୍ୟପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ।

ସିଂହ

ସୁଖ ଶାନ୍ତିରେ ଦିନ କଟାଇବେ । ରାଜନୀତି କ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ପ୍ରତିଦ୍ୱନ୍ଦିତା, ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ମହିଳାମାନେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ ।

କନ୍ୟା

ବ୍ୟବସାୟ ପାଇଁ ଦୂରଯାତ୍ରା କରି ଆଶାତୀତ ଲାଭପାଇ ମନ ଖୁସି ରହିବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ନୂତନ ଗୃହସୁଖ ମିଳିବ । ଯାନବାହନ ସୁଖ ମିଳିବ । ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଶେୟାର ମାର୍କେଟ, ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହେବାର ସମ୍ଭାବନା । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟହେବ ।

ତୁଳା

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ପାରିବାରିକ ସ୍ତର ହସ ଖୁସିରେ କଟିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ଶୁଭକାମ କରି ପ୍ରଶଂସିତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

ବିଛା

ରାଜନୀତିରେ ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟାରେ ଉନ୍ନତି କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ସାହିତ୍ୟଚର୍ଚ୍ଚା, ସଭାସମିତିରେ ସଫଳତା ମିଳିବ ଓ ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ସମାଧାନ କରିପାରିବେ । ମହିଳାମାନେ କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ ।

ଧନୁ

ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ ।

ମକର

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ଖୁସିହେବେ ଓ ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ହେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ପରୀକ୍ଷା, ପ୍ରତି ଯୋଗୀତା ସନ୍ତୋଷ ଜନକ ହେବ ।

କୁମ୍ଭ

ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବା ଫଳରେ ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ବିଶେଷ ଲାଭବାନ ହେବେ । ବାଦ-ବିବାଦ, ମାଲିମୋକଦ୍ଦମା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । କର୍ମକ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ ।

ମୀନ

ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ ଓ ଲାଭର ପରିମାଣ ଅଧିକ ହେବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଅଧସ୍ତନ କର୍ମଚାରୀଙ୍କ ସହ ସମ୍ପର୍କ ଭଲ ରହିବା ଫଳରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହୋଇପାରେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ, ମାଲିମୋକଦ୍ଦମାରେ ସଫଳ ହେବେ ।

Leave a Reply

Your email address will not be published. Required fields are marked *