ମଙ୍ଗଳବାର, 10 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପଦୋନ୍ନତି ସହ ନୂତନକର୍ମ ପ୍ରାପ୍ତିହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟମିଳିବ । ବ୍ୟବସାୟରେ ଆଶାତୀତ ଲାଭ ପାଇବେ ଓ ଆୟରସ୍ରୋତ ଖୋଲିଯିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ପୁଞ୍ଜିଲଗାଣ, ଉଦ୍ୟୋଗ, ଧନ ଆଦାନ ପ୍ରଦାନରେ ଲାଭବାନ୍ ହେବେ ।

ବୃଷ

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ବିଦ୍ୟାରେ ମନଯୋଗ ଦେଇ ପ୍ରଶଂସିତ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ମହିଳାମାନଙ୍କର ଆୟ ଅପରିବର୍ତ୍ତିତ ରହି ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ରାଜନୀତିରେ ସଫଳତା ମିଳିବା ସହ କୃତକାର୍ଯ୍ୟ ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ନିଜ ଲୋକ ମନମୋଟିଆ ହେବେ ।

ମିଥୁନ

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ମହିଳାମାନେ ବ୍ୟବସାୟରେ ପ୍ରଚୁର ଲାଭ କରିବେ ଓ ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ଯୁବକ ଯୁବତୀମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମକରିଲେ ଭଲ ହେବ । ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ବ୍ୟୟ ବୃଦ୍ଧିପାଇବ ।

କର୍କଟ

ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରି ପାରିବେ । କର୍ମ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ମହିଳାମାନଙ୍କର ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ପନିପରିବା ଫସଲ ଆମଦାନୀରେ ଖୁସି ରହିବେ । ବସନ ଭୂଷଣରେ ବହୁତ ବ୍ୟୟ କଲେ ମଧ୍ୟ ଆର୍ଥିକ ପରିସ୍ଥିତି ଉତ୍ତମ ରହିବ ।

ସିଂହ

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ମହିଳାମାନଙ୍କର ଚାକିରୀକ୍ଷେତ୍ରରେ ପରିବର୍ତ୍ତନ ହେବାର ସମ୍ଭାବନା । ଆପଣା ଲୋକଙ୍କ ମଧ୍ୟରୁ କେହି କ୍ଷୟକ୍ଷତି ଘଟାଇବାର ଉଦ୍ୟମ କରିବେ । ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ । ଅଭାବ ଅନାଟନ ପାଇଁ ବ୍ୟୟ ସଂକୋଚନ ହେବ । ବ୍ୟବସାୟରେ ସଫଳତା ଅର୍ଜନ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

କନ୍ୟା

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବା ଫଳରେ କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ । ପ୍ରତିଦ୍ଵନ୍ଦିତାରେ ସଫଳ, ବିଦ୍ୟାକ୍ଷେତ୍ରରେ ଶୁଭଯୋଗ, ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । କାରବାର ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ ।

ତୁଳା

ବନ୍ଧୁ ମିତ୍ରଙ୍କର ସହଯୋଗରେ ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମକ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଲେ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ ଓ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ ।

ବିଛା

ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି ବିକ୍ରୟ କରି ଲାଭବାନ୍ ହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଉଚିତ ପନ୍ଥା ଗ୍ରହଣ କରିବେ । ମହିଳାମାନଙ୍କର ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ଓ ବାସସ୍ଥାନ ପ୍ରାପ୍ତି ହେବ । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ ।

ଧନୁ

ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ହେବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ ଓ ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । ଆୟ ଉତ୍ତମ ଓ ବ୍ୟୟ ହ୍ରାସ ପାଇବାସହ ଅର୍ଥଲାଭର ଯୋଗ ରହିଛି । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମ ସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୂରତା ସୃଷ୍ଟି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ମକର

ମାନସିକ ବିଷାଦ, ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ମାନସିକଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଋଣରୁ ମୁକ୍ତି ମିଳିବ । ଶତ୍ରୁବାଧା ଦୂରେଇ ଯିବ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି ।

କୁମ୍ଭ

ଶିକ୍ଷାର୍ଥୀମାନେ ସଂଘର୍ଷ କରି ଉଚ୍ଚ ଶିକ୍ଷାସ୍ଵପ୍ନ ସାର୍ଥକ କରିବେ । ବ୍ୟବସାୟୀମାନେ ଅଶାନ୍ତିର ମୁହାଁମୂହିଁ ହୋଇ ଧନମାନ ଦିଗରୁ ସୁରକ୍ଷିତ ରହିବେ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ ଓ ଧନ ସମ୍ପତିରେ ଘର ହସି ଉଠିବ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମର ମୂଲ୍ୟ ଫେରି ପାଇବାକୁ ଚେଷ୍ଟା ଜାରି ରଖିବେ । କର୍ମଜୀବିମାନେ ଅପେକ୍ଷାକୃତ ସୁସ୍ଥ ବାତାବାରଣ ପାଇବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । ନିମ୍ନବର୍ଗ କର୍ମୀଙ୍କ ପ୍ରତି ସତର୍କ ରହି ଚଉଆଖିଆହୋଇ କର୍ତ୍ତବ୍ୟ ପାଳି ଚାଲିଲେ ପରେ ହଇରାଣ ହେବେ ନାହିଁ ।

ମୀନ

ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କାର୍ଯ୍ୟ ପୁରଣ ହୋଇ ସମୟ ହସ ଖୁସିରେ ବିତିବ । ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ମହିଳାମାନଙ୍କର କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ।

Leave a Reply

Your email address will not be published. Required fields are marked *