ମଙ୍ଗଳବାର, 3 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ ।

ବୃଷ

ବ୍ୟବସାୟରେ ଉତ୍ତମ ଲାଭ ହେବ ଓ କାରବାରରେ ସୁଧାର ଆସିବ । ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ସୁନା, ରୂପା, କଂସା, ପିତ୍ତଳ, ତେଜରାତି, ଷ୍ଟେନସାରୀ, ଔଷଧ ବ୍ୟବସାୟୀ ମାନଙ୍କୁ ଉତ୍ତମ ଲାଭ ପ୍ରାପ୍ତି ହେବ । କୌଣସି ଦୂର ସ୍ଥାନକୁ ଯାତ୍ରା କରିବେ । ଶରୀର ସୁସ୍ଥ ରହିବ । ଗୁରୁ ଗୁରୁଜନଙ୍କ ସାହାଯ୍ୟ ସହଯୋଗ ପାଇବେ । ଘରୋଇ କର୍ମଚାରୀମାନଙ୍କର ଉନ୍ନତିହେବ । ଉତ୍ତମ ରୋଜଗାର ହେଲେ ମଧ୍ୟ ଆୟ ବ୍ୟୟ ସମାନ ରହିବ । ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଭୁଲ୍ କାମ କରି ପାରନ୍ତି ।

ମିଥୁନ

ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି, ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ନୂତନ କାର୍ଯ୍ୟ ପାଇଁ ଆଶାୟୀ ହେବେ । ଘରୋଇ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି, ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ ।

କର୍କଟ

ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନେ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ମହିଳାମାନେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭକରିବେ ।

ସିଂହ

ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳହେବେ । ବ୍ୟବସାୟୀମାନେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ରାଜନୀତି କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ । ଶାରିରୀକ ଅସୁସ୍ଥତା ଦୂରହେବ । ଗୃହପାଳିତ ପଶୁ ଓ ଯାନବାହାନ ଇତ୍ୟାଦି କ୍ରୟ କରି ଲାଭବାନ୍ ହେବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପରିବାରଜନଙ୍କ ଉନ୍ନତିରେ ଆନନ୍ଦିତ ହେବେ । ସାମାଜିକ ପତିଆରା ଅମଳିନ ରହିବ ।

କନ୍ୟା

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଛୋଟ ବଡ ମିଟିଙ୍ଗରେ ଯୋଗ ଦେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ସାମାଜିକ ପତିଆରା ଅମଳିନ ରହିବ । ବାଦବିବାଦ, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସଫଳତା ମିଳିବ । କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ସ୍ଵାସ୍ଥ୍ୟରେ ଆବନ୍ନତି ପରିଲିଖିତ ହେବ ।

ତୁଳା

ଜାଗା, ଜମି, ଗୃହ ଆଦି ବ୍ୟବସାୟ, ତେଜରାତି ଦୋକାନ, ହୋଟେଲ, ବାଲି, ସିମେଣ୍ଟ, ଇଟା ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ଉଠେଇ ପାରିବେ । ଭାତୃ ବିବାଦ, ପାରିବାରିକ କଳହ, ପଡୋଶୀ ମାନଙ୍କର ଶତୃତା, ଥାନା, ପାଣ୍ଡି, କୋର୍ଟ କଚେରୀ, ମାଲିମୋକଦ୍ଦମାରେ ଜଡିତ ଥିଲେ ସାମାନ୍ୟ ଚେଷ୍ଟାରେ ସମାଧାନ ହୋଇଯିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ସାମାଜିକ ପତିଆରା ଅମଳିନ ରହିବ ।

ବିଛା

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ଦାମ୍ପତ୍ୟ କଳହ ଓ ଭୟ ଆଶଙ୍କା ଦୂରେଇ ଯିବ । ବକେୟା ଅର୍ଥ କିଛି ମିଳିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ବ୍ୟବସାୟରେ ଉନ୍ନତି ହେବା ଫଳରେ ଆୟ ଉପାର୍ଜ୍ଜନର ବୃଦ୍ଧିହେବ । ଋଣରୁ ମୁକ୍ତି ପାଇବା ପାଇଁ ସହଯୋଗ ଲୋଡିବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ମନରେ ଅଶାନ୍ତି ଅସନ୍ତୋଷ ଦେଖା ଦେଇପାରେ । ପାରିବାରିକ କ୍ଷେତ୍ରରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳିବ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ ।

ଧନୁ

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ ନକରିବା ଉଚିତ୍ । ପୁରାତନରୋଗରୁ ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବୁଝାମଣା ଠିକ୍ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ ।

ମକର

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ଆଶାତୀତ ଲାଭ ପାଇବେ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନକ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ ।

କୁମ୍ଭ

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ମହିଳାମାନଙ୍କର ଉନ୍ନତି ହେବ ଓ ମନ ଖୁସି ରହିବ । କେହି କୌଣସି କ୍ଷତି କରିପାରିବେ ନାହିଁ ।

ମୀନ

ସାମାନ୍ୟଚେଷ୍ଟା ସତ୍ତ୍ୱେ ନିଜର ଲକ୍ଷ୍ୟ ସହଜରେ ହାସଲ ହେବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସନ୍ତାନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ନୂତନ ଦ୍ରବ୍ୟ କ୍ରୟବିକ୍ରୟ କରିପାରିବେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ । ରାଜନୈତିକ କ୍ଷେତ୍ରରେ ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ ।

Leave a Reply

Your email address will not be published. Required fields are marked *