ମଙ୍ଗଳବାର, 30 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବା ଫଳରେ ପରାକ୍ରମ ବଢିବ ଓ ସମସ୍ତ ଚିନ୍ତା ଦୂର ହେବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବା ସହ ମାନସିକ ଶାନ୍ତି ମିଳିବ ।

ବୃଷ

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

ମିଥୁନ

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ମନ ଓ ଶରୀର ଭଲ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ନୂତନ ଗୃହସୁଖ ଓ ଯାନ ବାହନ ସୁଖ ମିଳିବ ।

କର୍କଟ

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିପାରେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ ।

ସିଂହ

ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ । ଭାବି ଚିନ୍ତି କାର୍ଯ୍ୟ ନ କଲେ ଠକାମିରେ ପଡିବେ । ସରକାରୀ କର୍ମଚାରୀମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଏବଂ କଠିନ ପରିଶ୍ରମ ହେତୁ ଶାରିରୀକ ଓ ମାନସିକ କଷ୍ଟ ଭୋଗିବେ ।

କନ୍ୟା

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଆଶାତୀତ ଧନ ଲାଭହେବ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ନୂତନ ବସ୍ତୁ କ୍ରୟ କରି ପାରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ତୁଳା

ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ ଓ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ମହିଳାମାନେ ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ସନ୍ତୋଷ ଓ ସହକର୍ମୀଙ୍କ ସହ ବିବାଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇ ଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣନ୍ତୁ ନାହିଁ ।

ବିଛା

ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପାରିବାରିକକ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ ।

ଧନୁ

କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବା ଫଳରେ ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଆୟବୃଦ୍ଧି, ଋଣମୁକ୍ତି, ଗୃହରେ ଶୁଭ କାର୍ଯ୍ୟ ମଧ୍ୟ ହୋଇପାରେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଓ ଜିମ୍ମେଦାରୀ ବଢିଯିବ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ ।

ମକର

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମକ୍ଷେତ୍ରଟି ସୁଦୃଢ ହେବ ।

କୁମ୍ଭ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନାମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ ।

ମୀନ

ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

Leave a Reply

Your email address will not be published. Required fields are marked *