ମଙ୍ଗଳବାର, 8 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । ମହିଳାମାନେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରିଣୀ ହେବେ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗ ପାଇ ସ୍ଥଗିତ ଥିବା କର୍ମଟି ପୂର୍ଣ୍ଣ କରିବାକୁ ଚେଷ୍ଟା କରିବେ । କର୍ମ କ୍ଷେତ୍ରରେ ପ୍ରତିଷ୍ଠା ଓ ଖ୍ୟାତି ମିଳିବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ଏକାଗ୍ରତା ଆସିପାରିବ ।

ବୃଷ

ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ମହିଳାମାନେ ବିଭିନ୍ନ ପ୍ରକାର ସମସ୍ୟା ଭିତରେ ରହି କାର୍ଯ୍ୟ ହାସଲ କରିବେ । ବିଦ୍ୟା କ୍ଷେତ୍ରରେ ମନ ଲାଗିବ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅଫିସରେ ଟେନସନ ଦୂର ବେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । କଳେବଳେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ ।

ମିଥୁନ

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ମହିଳାମାନେ ସନ୍ତାନ ସୁଖରେ ସୁଖୀ ହେବେ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ପରିବାର ଭିତରେ ଜଗିରଖି ଚଳିଲେ ପାଖ ପଡୋଶିଙ୍କ ଦ୍ଵାରା ପ୍ରଶଂସା ପାଇବେ । ଅଧସ୍ତନ କର୍ମୀଙ୍କ ଠାରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସହକର୍ମୀ ମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ ।

କର୍କଟ

ନିଜର କାମକୁ ପଛରେ ପକାଇ ଅନ୍ୟଦ୍ଵାରା ପ୍ରଭାବିତ ହୋଇ କୌଣସି ଶୁଭ କାମ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂର ଯାତ୍ରାରେ ସଫଳତା ମିଳିବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବନ୍ଧୁମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ । ଶୁଭ ସମ୍ବାଦ ପାଇ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ

ସିଂହ

ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ମହିଳାମାନଙ୍କର ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ମାଲିମୋକଦ୍ଦମା, ଖେଳ, କୁଦ, ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ସୁଖ ଶାନ୍ତିରେ ଦିନ କଟାଇବେ ।

କନ୍ୟା

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ଦୂରସ୍ଥାନକୁ ଯାତ୍ରା କରି ଶାରୀରିକ ଅସୁସ୍ଥତା ଅନୁଭବ କରି ପାରନ୍ତି । ମହିଳାମାନେ କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।

ତୁଳା

କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମ କ୍ଷେତ୍ରରେ ସାଫଲ୍ୟ, ଉଚ୍ଚସମ୍ମାନ ଓ ପଦ ପଦବୀ ଲାଭହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ବିଛା

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଦାମ୍ପତ୍ୟ କଳହର ଅବସାନ ଘଟିବ ଓ ସନ୍ତାନଙ୍କ ଉନ୍ନତିରେ ଖୁସି ହେବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ମହିଳାମାନେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ ।

ଧନୁ

ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ପାରିବାରିକ ସ୍ତରରେ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁରସ୍ଵାଦ ଅନୁଭବ କରିବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ନିକଟସ୍ଥ ବ୍ୟକ୍ତି ସାହାଯ୍ୟ କରିବା ଦ୍ଵାରା ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କାର୍ଯ୍ୟ ହାସଲ କରିବେ ।

ମକର

ବ୍ୟବସାୟୀ ମାନଙ୍କର କାରବାର ବଢିବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କ କୃପାଭାଜନ ହେବେ । ମାନସିକ ସ୍ୱାସ୍ଥ୍ୟ ଅବ୍ୟବସ୍ଥିତ ରହିବ । ପାରିବାରିକ କ୍ଷେତ୍ରରେ ସ୍ଣେହ ସଦ୍ଭାବର ଅଭାବ ଦେଖାଦେଇ ପାରେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହୋଇ ପାରନ୍ତି । ରକ୍ତଚାପ, ମଧୁମେହ, ଉଦରପୀଡା ବୃଦ୍ଧିପାଇ ପାରେ । ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ ।

କୁମ୍ଭ

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ମହିଳାମାନେ ଭଲ କାମ କରି କର୍ମରେ ଉନ୍ନତି ସହିତ ଆକସ୍ମିକ ଅର୍ଥଲାଭର ସୂଚନା ପାଇବେ । ବାସସ୍ଥାନ ବା ଯାନବାହାନ ନବୀକରଣ କରିବାର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଋଣ ଭରଣାରେ ସହଜ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଶିକ୍ଷାର୍ଥୀ ମାନେ ଉଚ୍ଚଶିକ୍ଷା ପାଇବାର ସୁଯୋଗ ପାଇବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହେବ ।

ମୀନ

ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ସହକର୍ମୀ ମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ । ବିଦେଶ ଯାତ୍ରାରେ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ବ୍ୟବସାୟୀ ମାନେ ଆମଦାନୀ ରପ୍ତାନି କ୍ଷେତ୍ରରେ ପରିଶ୍ରମ କରି ଲାଭବାନ ହେବେ ଓ ବକେୟା ଅର୍ଥ ଆଦାୟ ହେବ । ଶତୃମାନଙ୍କୁ ମୁକାବିଲା କରିପାରିବେ । ଧନ, ଧାନ୍ୟ, ଐଶ୍ଚର୍ଯ୍ୟ, ମାନସମ୍ମାନ ତଥା ପରାକ୍ରମର ବୃଦ୍ଧି ହେବ ।

Leave a Reply

Your email address will not be published. Required fields are marked *