ରବିବାର, 14 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ସେଥିପାଇଁ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ମହିଳାମାନେ ପରିବାରରେ ସୁଖ-ସମୃଦ୍ଧି ପ୍ରାପ୍ତିରେ ଆତିବାହିତ କରିବେ । ରାଜନୀତିରେ ଭାବମୂର୍ତ୍ତି ରକ୍ଷା କରି ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ।

ବୃଷ:-

କର୍ମକ୍ଷେତ୍ରରେ ପ୍ରମୋଶନ ଓ ପରିବର୍ତ୍ତନ ଆସିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ବ୍ୟବସାୟ କ୍ଷେତ୍ରରେ ଲାଭବାନ୍ ହେବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ଆକସ୍ମିକ ଧନପ୍ରାପ୍ତି ହୋଇପାରେ ।

ମିଥୁନ:-

କର୍ମକ୍ଷେତ୍ରରେ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଚେଷ୍ଟା କଲେ  କର୍ମ ନିଯୁକ୍ତିରେ ସଫଳ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ ।

କର୍କଟ:-

ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ ସାଙ୍ଗକୁ ସ୍ୱାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟିବ । ମାଲିମୋକଦ୍ଦମା ଓ ପ୍ରତିଦ୍ୱନ୍ଦିତାରେ ସଫଳ ହୋଇ ସମ୍ପତ୍ତି କ୍ରୟ କରିବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ସାହିତ୍ୟ, କଳାରେ ଉଚ୍ଚ ପ୍ରଶଂସା ପାଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପ୍ରତିକାର : ଶିବ ଦର୍ଶନ କରି ପାଦୁକ ସେବନ କରନ୍ତୁ ।

ସିଂହ:-

ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । ପରିବାରର ଆବଶ୍ୟକତା ପୂରଣ ଦିଗରେ ସାମାନ୍ୟ ଖର୍ଚ୍ଚାନ୍ତ ହେବେ । ବ୍ୟବସାୟ ପରିଚାଳନାଗତ ସମସ୍ୟା ନେଇ ପ୍ରିୟବନ୍ଧୁ ଆର୍ଥିକ ସହାୟତାର ହାତ ବଢେଇବେ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ବିଧେୟ । ଆୟକୁଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ତୀର୍ଥାଟନ ଯୋଗ ଥିବାରୁ ଯାତ୍ରା କାଳରେ ଯନ୍ତ୍ରଣା ଭୋଗିବେ । ପ୍ରତିକାର: ଅଶ୍ୱସ୍ଥ ବୃକ୍ଷମୂଳରେ ଗୁଡ଼ ଥୋଇ ପ୍ରଣାମ କରନ୍ତୁ ।

କନ୍ୟା:-

ବାଣିଜ୍ୟ କ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ ବନ୍ଦ ହୋଇଥିବା ବେପାର ପୁଣି ଚାଲୁ କରି ପାରିବେ । ପରିବାରରେ ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବ । କର୍ମକ୍ଷେତ୍ରରେ ସମ୍ମାନ ଓ ପ୍ରତିଷ୍ଠା ପାଇ ଅସ୍ଥିରତା ସମ୍ପୂର୍ଣ ଦୂର ହେବ । ରାଜନୀତି କ୍ଷେତ୍ରରେ ସୁବିଧା ବାଦକୁ ଆପଣେଇ ନେଇ ସଫଳ ହେବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ ।

ତୁଳା:-

ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତିର ଯୋଗ ଅଛି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସ୍ୱାସ୍ଥ୍ୟ ଦିଗରୁ ବିଶେଷ ଉପକୃତ ହେବେ । ମହିଳାମାନେ କର୍ମ କ୍ଷେତ୍ରରେ ଆତ୍ମନିର୍ଭର ଶୀଳ ହେବେ ଓ ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

ବିଚ୍ଛା:-

ଇଲୋକ୍ଟ୍ରୋନିକ୍ ଉପକରଣ, ଉଚ୍ଚ ସ୍ତରୀୟ ବାହନ କ୍ରୟ କରିବା ଫଳରେ ସହକର୍ମୀମାନେ ଆଶ୍ଚର୍ଯ୍ୟ, ଚକିତ ହେବେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ । ଅନ୍ୟାନ୍ୟ ଲୋକ ଆପଣଙ୍କ ଭାଗ୍ୟକୁ ଈର୍ଷା କରିବେ । ବନ୍ଧୁ ମିତ୍ର ଓ ସହକର୍ମୀଙ୍କ ଠାରୁ ଆଶାତୀତ ସହଯୋଗ ମିଳିବ । ପ୍ରତିଯୋଗୀ ପରୀକ୍ଷାରେ ପରିମାଣ ଅନୁକୂଳ ହେବାଦ୍ୱାରା ଚାରିଗୁଣ ଖୁସି ବଢ଼ିଯିବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ।

ଧନୁ:-

ଆୟ ଊତ୍ତମ ସ୍ଥଳେ କେତେକ ବାଧା ପ୍ରତିବନ୍ଧକର ସାମ୍ନା କରିବାକୁ ପଡିବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ । ସ୍ଵାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ ।

ମକର:-

ଦୂରଯାତ୍ରାରେ ବିବାଦମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା ମଧ୍ୟେ ସମୟ ବିତିବ ଓ ଅର୍ଥାଗମ ଦିଗ ଖୋଲା ରହିବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗୀତା ମୁଳକ କ୍ଷେତ୍ରକୁ ସାହସର ସହିତ ଲମ୍ଫ ଦେବେ । ରାଜନୀତି କ୍ଷେତ୍ରରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ ।

କୁମ୍ଭ:-

ବ୍ୟକ୍ତିତ୍ଵ ଓ ପ୍ରତିଭା ବଳରେ ଲୋକପ୍ରିୟତା ଅର୍ଜ୍ଜନ, ଧନସମ୍ପଦରେ ଅଭିବୃଦ୍ଧି ତଥା ବୈଷୟିକ ପ୍ରାଚୁର୍ଜ୍ୟପ୍ରାପ୍ତି ହେବ । ବ୍ୟବସାୟରେ କର୍ତ୍ତୁତ୍ଵ ଜାରି ରଖି ଶ୍ରମିକ ଓ କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ । ଛାତ୍ରଛାତ୍ରୀମାନେ ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ ଓ  ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ । ସାମାନ୍ୟ ପରିଶ୍ରମ କରି  ଅଧିକ ଲାଭ ପାଇବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ ।

ମୀନ:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇ ବହୁତ ଶାନ୍ତି ଲଭିବେ ଓ ଦୂର ଯାତ୍ରାର ସୁଯୋଗ ପାଇବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ । ବ୍ୟବସାୟରେ ବହୁବିଧ ସୁଯୋଗ ଜୁଟିବ । ଶିକ୍ଷା କ୍ଷେତ୍ରରେ ଏବଂ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଆର୍ଥିକ ଦିଗରୁ ଉନ୍ନତି ହେଲେ ମଧ୍ୟ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ହେବ । ଉଚ୍ଚାଧିକାରୀଙ୍କ ଶୁଭ ଦୃଷ୍ଟିରେ ଶତୃପକ୍ଷ ଦୁର୍ବଳ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ । ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ ।

Leave a Reply

Your email address will not be published. Required fields are marked *