ରବିବାର, 18 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ଶେୟାର କରି ଅନ୍ୟମାନଙ୍କୁ ଜଣାନ୍ତୁ

ମେଷ

ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ବ୍ୟବସାୟୀକ ସଫଳତା ଆତ୍ମସନ୍ତୋଷ ବଢେଇବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମହିଳାମାନଙ୍କର ମାନସିକ ଶାନ୍ତି ଓ ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ବୃଷ

ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବକେୟା ଅର୍ଥ କିଛି ମିଳିବ । ଦାମ୍ପତ୍ୟ କଳହର ଅବସାନ ଘଟିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । କ୍ରିଡା, ପ୍ରତିଦ୍ଵନ୍ଦିତାରେ କୃତକାର୍ଯ୍ୟ ହେବେ ।

ମିଥୁନ

ସରକାରୀ କାମରେ ସଫଳତା ପାଇବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ ।

କର୍କଟ

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ସିଂହ

ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଜକୁ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ସାମାଜିକ ପ୍ରତିଷ୍ଠା, ମାନସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ପାଇବେ ।

କନ୍ୟା

ମହିଳାମାନେ ନିଜର ବୁଦ୍ଧି, ବିବେକ ଖଟାଇ ଗୃହ ସମସ୍ୟା ସମାଧାନ କରି ପ୍ରଶଂସିତ ହେବେ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ପଦୋନ୍ନତିର ସଙ୍କେତ ପାଇବେ ଓ ଅଫିସର, ଅଧିକାରୀ କାମରେ ପ୍ରସନ୍ନ ରହିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରି ନିଜକୁ ପ୍ରତିଷ୍ଠିତ କରିପାରିବେ ।

ତୁଳା

ପ୍ରତିଦ୍ଵନ୍ଦିତାରେ ସଫଳ ଓ ଉଚ୍ଚପ୍ରଶଂସିତ ହେବେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ ଓ ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ବାଦବିବାଦ, ମାଲିମୋକଦ୍ଦମା, ପରୀକ୍ଷା, ପ୍ରତିଯୋଗିତାରେ ସଫଳତା ମିଳିବ । ମିତ୍ରଙ୍କ ସହାୟତା ଦ୍ଵାରା ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ବିଛା

ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମିଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବା ସହ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ମହିଳାମାନଙ୍କର ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ଧନୁ

ରାଜନୀତିରେ ସମାଜ ସେବା ଓ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ଆସିବ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କର୍ମକ୍ଷେତ୍ରରେ ଉନ୍ନତି ବା ଅବସର ମିଳିପାରେ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ଶୁଭ ସମାଚାର ମିଳିପାରେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଛାତ୍ରଛାତ୍ରୀ ମାନଙ୍କର ସହପାଠୀ ମାନଙ୍କ ସହ ବନ୍ଧୁତ୍ଵ ବୃଦ୍ଧି ପାଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଏବଂ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ମକର

ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗର ରାୟ ଆପଣଙ୍କ ସପକ୍ଷରେ ଯିବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପ୍ରେମୀପ୍ରେମିକାଙ୍କ ମିଳନ ହେବ ଓ ସଫଳତା ମିଳିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିବାହ କରିବାର ସୁଯୋଗ ପାଇବେ ।

କୁମ୍ଭ

ସେୟାର ବଜାର ଓ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । ଜୁଆ ଓ ଲଟେରୀ ଖେଳରେ ମନମୁତାବକ ଲାଭବାନ ହୋଇ ପାରନ୍ତି । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ରାଜନୀତି ମାମଲାରେ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ଉନ୍ନତି ହେବ ଓ ମନ ଖୁସି ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ ।

ମୀନ

ବ୍ୟବସାୟରେ ଉନ୍ନତି ହେବାଫଳରେ ଖୁସି ରହିବେ । କୌଣସି ମହତ୍ତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସମାଜସେବା ଓ ଧାର୍ମିକ ଅନୁଷ୍ଠାନରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।


ଶେୟାର କରି ଅନ୍ୟମାନଙ୍କୁ ଜଣାନ୍ତୁ

Related Posts

About The Author

Add Comment