ରବିବାର, 6 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ସତର୍କ ରହି ଯାତାୟତ କରିବା ଉଚିତ୍ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ରାଜନୀତି କ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ।

ବୃଷ

କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ଓ କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ ହେବ ଫଳରେ ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ । ପୁରାତନ ରୋଗରୁ ଉପସମ ପାଇ ଶରୀର ସୁସ୍ଥ ରହିବ । ରାଜନୀତିରେ ସଫଳତା ମିଳିବ ।

ମିଥୁନ

ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ଶତୃମାନେ ମଥାନତ କରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ବାଦ-ବିବାଦ, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳତା ମିଳିବ । ରାଜନୀତି କ୍ଷେତ୍ରରେ ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ ।

କର୍କଟ

ସାମାଜିକ ସ୍ତରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପାରିବାରିକ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ରାଜନୀତି କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସହକର୍ମୀ ମାନଙ୍କର ସମର୍ଥନ ସାହାଯ୍ୟ ସହଯୋଗ ମିଳିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ସିଂହ

ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଶାରିରୀକ ସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ରାଜନୀତି କ୍ଷେତ୍ରରେ ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସଙ୍ଘର୍ଷରତ ହେବେ ।

କନ୍ୟା

ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ସହ ସୁ-ସମ୍ପର୍କ ସ୍ଥାପନ କରି ପୂର୍ଣ୍ଣ ସହଯୋଗ ପାଇବେ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପରିବାରରେ ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ମେଣ୍ଟିଯିବା ଫଳରେ ହସ ଖୁସିର ବାତାବରଣ ଖେଳିଯିବ । ନିଜ ପରିଶ୍ରମରେ ସଫଳତା ପାଇବେ ଓ ଘରୋଇ ସଂସ୍ଥାର ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ତୁଳା

ରାଜନୀତି ସମ୍ବନ୍ଧୀୟ ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ ଓ ବରିଷ୍ଠ ବ୍ୟକ୍ତି ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ମହିଳା ମାନଙ୍କର କେତେକ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ । ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟବଡ ମିଟିଙ୍ଗୀରେ ଯୋଗଦେବେ । ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।

ବିଛା

ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଜୀବନସାଥିଙ୍କ ସ୍ୱାସ୍ଥ୍ୟ ଉତ୍ତମ ରହିବ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ପରିବାରର ସଦସ୍ୟଙ୍କ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ । ସ୍ଥଗିତ ଥିବା କର୍ମ ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ପ୍ରତିକାର: ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ

ବୁଦ୍ଧି ବିବେକ ଖେଳାଇ ପ୍ରତିକୂଳ ସ୍ରୋତକୁ ଅନୁକୂଳ ଦିଗରେ ମୁହାଁଇ ଦେବାକୁ ମଧ୍ୟ ସାମର୍ଥ୍ୟ ଯୁଟିବ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ । ରାଜନୀତିରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପାରିବାରିକ ଜୀବନ ଆନନ୍ଦମୟ ହେବ । ପ୍ରତିଯୋଗୀତାପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ସଫଳ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ପ୍ରତିକାର: ଷଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ମକର

ବାଦ-ବିବାଦ, ପ୍ରତିଯୋଗୀତା ପରୀକ୍ଷା, ଖେଳ ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ରାଜନୈତିକ କ୍ଷେତ୍ରରେ ପଦବୀ ଲାଭ ଓ ନୂତନ ଯାନ କ୍ରୟ, ଗୃହନିର୍ମାଣ ଆଦି କରି ପାରିବେ । ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଯାନବାହାନ ବ୍ୟବସାୟରେ ତଥା ଭ୍ରମଣ ସଙ୍କ୍ରାନ୍ତିୟ ବ୍ୟବସାୟ ରେ ଲାଭବାନ ହେବେ । ମହିଳାମାନେ ପଦସ୍ଥ ବ୍ୟକ୍ତିଙ୍କର ଆସ୍ଥାଭାଜନ ହେବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।

କୁମ୍ଭ

ପ୍ରବାସ ଓ ଯାତ୍ରାରେ ଲାଭବାନ ହେବେ । ପ୍ରତ୍ୟେକ ମୁଖରୁ ପ୍ରଶଂସାବାଣୀ ଶୁଣିବେ ଓ ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଶିଳ୍ପ ପ୍ରତିଷ୍ଠା ବା ନୂତନ ଯୋଜନା ସାଫଲ୍ୟ ଦାୟକ ହେବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ଶତୃମାନେ ପରାଜିତ ହୋଇ ମିତ୍ରତା ଆଚରଣ କରିବେ ।

ମୀନ

ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିପାରନ୍ତି । ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । କାରବାର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପିଲାମାନଙ୍କ ପ୍ରତି ସତର୍କ ରହି ଆନନ୍ଦିତ ହେବେ ।

Leave a Reply

Your email address will not be published. Required fields are marked *