ଶନିବାର, 12 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗଦେଇ ଦେବଦର୍ଶନ କରିବେ ।

ବୃଷ

ସ୍ଥଗିତଥିବା କର୍ମଟି ପୂରଣ ହେବ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଇଂରାଜୀ ପ୍ରଫେସର, ଫଟୋଗ୍ରାଫି, ଅଭିନେତା ଅଭିନେତ୍ରୀ ଓ ସଙ୍ଗୀତଜ୍ଞ ମାନେ ଉନ୍ନତିର ସୁଯୋଗ ପାଇବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ ।

ମିଥୁନ

ସ୍ଵାସ୍ଥ୍ୟକର ପରିବେଶ ସାଙ୍ଗକୁ ସମ୍ମାନଜନକ ଘଟଣା ଘଟି ପାରେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରରେ ଲୁଚକାଳି ଖେଳଭଳି ଦେଖା ଦେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବା ସହ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ କଟିବ ।

କର୍କଟ

ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । ମହିଳାମାନେ କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ରାଜନୈତିକ କ୍ଷେତ୍ରରେ ସୁନାମପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ ଓ ସ୍ୱାସ୍ଥ୍ୟ ଉତ୍ତମ ରହିବ । କାର୍ପାସ, ଚିତ୍ରକଳା, ଷ୍ଟେସ୍ନାରୀ, ଚଳଚିତ୍ର, ମିଠାଦ୍ରବ୍ୟ ବା ମିଷ୍ଠାନ୍ନ ଭଣ୍ଡାର, ଚାନ୍ଦି, ଚାଉଳ, ଗହମ, ବସ୍ତ୍ର, ଫଟୋଗ୍ରାଫି, ଶୃଙ୍ଗାର ପ୍ରସାଧନୀ ବ୍ୟବସାୟୀ ମାନେ ବା ଏହି ସଂସ୍ଥାରେ କାର୍ଯ୍ୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ ।

ସିଂହ

ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ସଫଳତା ସହ ଉଚ୍ଚପ୍ରଶଂସିତ ହେବେ । ସହଯୋଗୀ ମାନଙ୍କ ଯୋଗୁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ ।

କନ୍ୟା

ସାମାଜିକ ପତିଆରା ଅମଳିନ ରହିବ । ରାଜନୀତି କ୍ଷେତ୍ରରେ ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେଇ ପରେ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଅଳ୍ପ ପ୍ରୟାସରେ ପୂର୍ଣ ହୋଇ ପାରେ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ ।

ତୁଳା

ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଅଧିକ ଲାଭ ପାଇବେ । ବାକ୍ୟ ସଂଯମତା ରଖିଲେ ମାଲିମୋକଦ୍ଦମାରେ ବିଜୟ ସୁନିଶ୍ଚିତ । ସ୍ଥଗିତଥିବା କର୍ମଟି ପୂରଣ କରିବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ ।

ବିଛା

ଆୟ ଅପରିବର୍ତ୍ତିତ ରହିଲେ ମଧ୍ୟ ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଭ୍ରମଣକାଳରେ ସୁଖ, ସହକର୍ମୀଙ୍କସହ ବିବାଦ ମେଣ୍ଟି ଯାଇପାରେ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ପାରିବାରିକ ଜୀବନରେ ଶାନ୍ତି, ଭାଇ ଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ ।

ଧନୁ

ରାଜନୀତି କ୍ଷେତ୍ରରେ ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । କର୍ମ କ୍ଷେତ୍ରରେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବାସହ ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ଜ୍ଞାନ-ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ।

ମକର

ମିତ୍ରଙ୍କ ଦ୍ଵାରା ସହାୟତା ମିଳି ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ରାଜନୀତି କ୍ଷେତ୍ରରେ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାଯ୍ୟ କରିବା ଫଳରେ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ କାରବାରରେ ସୁଧାର ଆସି ଆଶାତୀତ ଲାଭ ପାଇବେ ।

କୁମ୍ଭ

ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢି ପାରିବେ ଏବଂ ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳହେବେ । କର୍ମାନୁଯାୟୀ ଫଳପ୍ରାପ୍ତି ହେତୁ କର୍ତ୍ତବ୍ୟ ପରାୟଣତା ରକ୍ଷା କରି ପାରିବେ । କର୍ମକ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବା ଫଳରେ ଉଚ୍ଚଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣାପାଇ ବ୍ୟବସାୟ ସମ୍ବନ୍ଧିତ ଦୂରଯାତ୍ରା କରି ଆର୍ଥିକ ସହାୟତା ପାଇ ପାରନ୍ତି ।

ମୀନ

ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପାରିବାରିକ ସମସ୍ୟା ଗୁଡ଼ିକୁ ସମାଧାନ କରିବା ଉଚିତ୍‌ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ବାଦବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ ।

Leave a Reply

Your email address will not be published. Required fields are marked *