ଶନିବାର, 13 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସାଙ୍ଗ ସାଥୀମାନେ ସାହାଯ୍ୟ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଉଚ୍ଚ ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ଯୁବକ ଯୁବତୀମାନଙ୍କର ପରୀକ୍ଷା ପ୍ରତିଯୋଗିରେ ସଫଳତା ମିଳିବ । ମହିଳାମାନେ ପ୍ରତି କଥାକୁ ଗୁରୁତ୍ଵଦେଇ କାର୍ଯ୍ୟଠିକ୍ ଭାବେ ସଂପୂର୍ଣ୍ଣ କରିବେ । ଥାନା, ଫାଣ୍ଡି କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । ଆୟ ବୃଦ୍ଧି ହେବ ଆକସ୍ମିକ ଭାବରେ ଆଳସ୍ୟଭାବ ବୃଦ୍ଧିପାଇବ । ପିଲାମାନଙ୍କ ସ୍ୱାସ୍ଥ୍ୟ ନେଇ ଚିନ୍ତିତ ରହିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

ବୃଷ

ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ପାରିବାରିକ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ଯେତେ ସମସ୍ୟା ଥିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରିବା ଫଳରେ ମନ ଭଲ ରହିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ତ୍ୱରାନ୍ୱିତ ହେବ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । କର୍ମକ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ ଅଫିସରେ ଟେନସନ ଦୂର ହେବ ।

ମିଥୁନ

ସହକର୍ମୀ ମାନଙ୍କ ସହ ବାଦବିବାଦର ଅବସାନ ଘଟିବା ଫଳରେ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ଓ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷିତ ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦବିବାଦ ମେଣ୍ଟିଯିବ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ ।

କର୍କଟ

ସ୍ଥଗିତ ଥିବା କର୍ମଟି ସହଜ ସରଳରେ ପୂର୍ଣ୍ଣ ହେବ । ସମ୍ପର୍କୀୟ ବନ୍ଧୁଙ୍କ ସାହାଯ୍ୟ ସହଯୋଗରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ମହିଳାମାନେ ବ୍ୟବସାୟିକ କ୍ଷେତ୍ରରେ ଉନ୍ନତି କରିବେ ଓ ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହଯୋଗୀମାନେ ପୂର୍ଣ୍ଣ ସହଯୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ପତି ପତ୍ନିଙ୍କ ମଧ୍ୟରେ ମଧୁର ସଂପର୍କ ଦୃଢ ହେବ । ପ୍ରିୟଜନ ଓ ବନ୍ଧୁ ମିତ୍ରଙ୍କ ସହ ସମୟ ବିତିବ ।

ସିଂହ

ଯେକୌଣସି କାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ କ୍ୟାରିୟର ଜୀବନ ଓ ପରିବାରର ଉନ୍ନତି ହେବ । ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ଶତୃ ଓ ବିରୋଧିମାନେ ଅପଦସ୍ଥ ହେବେ । ବ୍ୟବସାୟପାଇଁ ଦୂରଯାତ୍ରା କରିବେ । ଶାରୀରିକ ଅସୁସ୍ଥତା ଦୂର ହେବ । ରାଜନୈତିକ କ୍ଷେତ୍ରରେ ସତର୍କତା ଅବଲମ୍ବନ କଲେ ଯଶଲାଭ ହେବ । ବାଦବିବାଦ, ପ୍ରତିଯୋଗିତା ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭ ହେବ ।

କନ୍ୟା

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବେ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଧର୍ମକାର୍ଯ୍ୟପ୍ରତି ମନବଳାଇ ତୀର୍ଥଯାତ୍ରାରେ ଅତ୍ୟଧିକ ବ୍ୟୟ କରିବେ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥହେବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ ।

ତୁଳା

ନୂତନ କାର୍ଯ୍ୟରେ ହାତଦେଇ କୃତକାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ପଦୋନ୍ନତି, ଭାଗ୍ୟୋନ୍ନତି, ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, ନୂତନ ବାହନ ଓ ଗୃହ ଆଦି ଲାଭ ହେବାର ଯୋଗ ଅଛି । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ମହିଳାମାନେ ଆଲୋଚନା କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ରାଜନୀତି, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ବିଛା

ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ସାହିତ୍ୟ, କଳାକ୍ଷେତ୍ରରେ ଉଚ୍ଚ ପ୍ରଶଂସା ପାଇବେ । ସହକର୍ମୀ ମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ ଓ ଆଶା କରୁଥିବା କାମଟି ସହଜ ସୁବିଧାରେ ହୋଇଯିବ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ମହିଳାମାନେ ବିଭିନ୍ନ ଦିଗରୁ ଲାଭବାନ୍ ହେବେ ଓ ଅତି ପ୍ରିୟବନ୍ଧୁ ଆର୍ଥିକ ଦିଗରେ ସାହାଯ୍ୟ କରିବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ସମସ୍ୟା ସମାଧାନ ପାଇଁ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ଚେଷ୍ଟା କଲେ କାହାକୁ ଦେଇଥିବା ଧନ ମିଳିଯିବ ।

ଧନୁ

ନିଜର ଯୋଜନାମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ମାଲିମୋକଦ୍ଦମାରେ ସଫଳତା ମିଳିବ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । କେତେକ କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବେ । ଶିଳ୍ପ, ବାଣିଜ୍ୟ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବାସହ ଶତୃମାନେ ଦୂରେଇ ଯିବେ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ନିର୍ମାଣାଧୀନ କାମ ଅଟକି ରହିବ ନାହିଁ । ମହିଳାମାନେ ପିଲାମାନଙ୍କ ସଫଳତା ବିଷୟରେ ଚିନ୍ତା କରି ଖୁସି ରହିବେ । ପାରିବାରିକ ତିକ୍ତତା ଦୂର ହୋଇ ମାନସିକ ସ୍ଥିତି ଭଲ ରହିବ ।

ମକର

ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । କୋର୍ଟ, କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ମହିଳାମାନେ ପିଲାମାନଙ୍କ ସଫଳତା ବିଷୟରେ ଚିନ୍ତା କରି ଖୁସି ରହିବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଇଛା ନ ଥିଲେ ମଧ୍ୟ କେତେକ କର୍ମ କରିବାକୁ ବାଧ୍ୟ ହେବେ । ବ୍ୟବସାୟକ୍ଷେତ୍ରରେ ଆଶା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ଥ ହେବେ ।

କୁମ୍ଭ

କର୍ମକ୍ଷେତ୍ରରେ ଆଦର୍ଶବାଦୀ ଯୋଗେ ରାଜକୀୟ ସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବ । ଆଜିର ଯାତ୍ରାରେ ଶୁଭଫଳ ମିଳିବ । ପ୍ରଶାସନ କ୍ଷେତ୍ରରେ ଦ୍ୱନ୍ଦ ଦୂର ହେବ ଓ ପ୍ରତ୍ୟେକ କର୍ମ ସମ୍ପନ୍ନ ହେବ । ମହିଳାମାନଙ୍କ ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବାରୁ ମନ ଭଲ ରହିବ ଓ ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ

ମୀନ

ଆଇନ ଅଦାଲତ ତଥା ଲେଖାପଢ଼ାରୁ ଶୁଭଫଳ ମିଳିବ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ, ଦାମ୍ପତ୍ୟ ସୁଖରେ ଉନ୍ନତି ଓ ପରିବାରର ସାହାଯ୍ୟରେ ଉପକୃତ ହେବେ । ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢ଼ିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ନୂତନଧାରା ଖୋଲିବେ ଓ ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ଼ ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ ଓ ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ ।

Leave a Reply

Your email address will not be published. Required fields are marked *