ଶନିବାର, 2 ମାର୍ଚ୍ଚ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କଳକାରଖାନା ପରିବହନ ଓ ଭାଗୀଦାରୀ ବ୍ୟବଶାୟରେ ଭଲ ଲାଭ ପାଇବେ । ପାରିବାରିକ ପତିଆରା ଭଲ ରହିବ । ମହିଳାମାନେ ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ । ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି  ଆଗେଇ ଯିବାର ସୁଯୋଗ ପାଇବେ । ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ ।  ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ  ପାଇବେ । ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରି ଆର୍ଥିକ ଶଙ୍କଟ ଭୋଗିବେ ।

ବୃଷ:-

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ । ମହିଳାମାନଙ୍କର ପଦୋନ୍ନତିସହ ଆର୍ଥଲାଭ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ଆର୍ଥିକ ଦିଗର ଅଭିବୃଦ୍ଧି ପାଇଁ ଚେଷ୍ଟିତ ହେବେ । କର୍ମ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ । ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ପାରିବାରିକସ୍ତର ହସ ଖୁସିରେ କଟିବ ।

ମିଥୁନ:-

ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ନୂତନ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ତୀର୍ଥାଟନ କରି ଯାତ୍ରା କାଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । କର୍ମୋନ୍ନତିର ସୂଚନା ପାଇବା ସହ  ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । ବ୍ୟବସାୟରେ ଭାଗିଦାରୀମାନଙ୍କ ଠାରୁ ସାହାଯ୍ୟ ପାଇବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ ।

କର୍କଟ:-

ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ମହିଳାମାନେ ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ ।

ସିଂହ:-

ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ ବା ବ୍ୟାଙ୍କ ବାଲାନ୍ସ ବୃଦ୍ଧି, ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ ।

କନ୍ୟା:-

ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ । ଗଠନମୂଳକ ତଥା ସେବାସମ୍ବନ୍ଧିତ କାର୍ଯ୍ୟ ଯୋଗେ ସମ୍ମାନ ପାଇବେ । ଗୁପ୍ତଶତ୍ରୁ ଧରାପଡି ଲଜ୍ଜିତ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଉଚିତ୍ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ ।

ତୁଳା:-

ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପାରନ୍ତି । ଦୂରଯାତ୍ରା କଲେ ଅଶୁଭତ୍ୱନାଶ ହୋଇ ଶୁଭ ଫଳ ପ୍ରାପ୍ତି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ମାଲିମକଦ୍ଦମା, ବାଦବିବାଦ, ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କରୁ ଆର୍ଥିକ  ଦିଗରୁ ଉନ୍ନତି ହେବ । ଶ୍ୱଶୁର ଘର କିମ୍ବା ଜମିବାଡ଼ି ନେଇ କେତେକ ସମସ୍ୟା ସମାଧାନ ହେବ ।

ବିଛା:-

ସ୍ଵାସ୍ଥ୍ୟରେ ଉନ୍ନତି ହେବାସହ ଅଧ୍ୟାତ୍ମିକ ଚେତନା ଦେଖାଦେବ । ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ଜୀବନ ଶୈଳିରେ ସୁଖ-ସମୃଦ୍ଧି ଓ ପ୍ରତିଷ୍ଠାଲାଭ କରିବେ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ପରୀକ୍ଷା ପ୍ରତିଯୋଗୀତାରେ କୃତକାର୍ଯ୍ୟ ହୋଇ ଉଚ୍ଚଶ୍ରେଣୀ ପାଇବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ ।

ଧନୁ:-

ବିଦ୍ୟୁତ୍ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ମାଲିମକଦ୍ଦମା, ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ ।   ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ପାଇଁ ଆକସ୍ମିକ ଧନପ୍ରାପ୍ତି ହେବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଖର୍ଚ୍ଚାନ୍ତ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ ।

ମକର:-

ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବ । ପାରିବାରିକ  ଜୀବନ ସୁଖରେ କଟିବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରି ପ୍ରଶଂସା ପାଇବେ । ଶିକ୍ଷା କ୍ଷେତ୍ରରେ ଅଧ୍ୟୟନରେ ମନ ନିବେଶ କରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ ।

କୁମ୍ଭ:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । ପରୀକ୍ଷା ପ୍ରତିଯୋଗିତାରେ ଆଶା ମୁତାବକ ଫଳ ପାଇବେ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଓ ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ ।

ମୀନ:-

ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ପ୍ରତିଯୋଗିତାମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ ବ୍ୟବସାୟ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ କରିବେ । ସାମାଜିକ ସ୍ତରରେ ଯଶ-ମାନ-ପ୍ରତିଷ୍ଠା ପ୍ରାପ୍ତି ହେବ । କଣ୍ଟ୍ରାକ୍ଟରୀ ବ୍ୟବସାୟରୁ ଯଥେଷ୍ଟ ଲାଭ ଉଠାଇବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

Leave a Reply

Your email address will not be published. Required fields are marked *