ମେଷ
ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ଧନଲାଭ ହେବାଦ୍ୱାରା ସମସ୍ତକାର୍ଯ୍ୟ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ । ବନ୍ଧୁ ମିତ୍ରଙ୍କର ସହଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଶତୃମାନେ ପରାଜିତ ହେବେ ।
ବୃଷ
ବିରୋଧିମାନେ ଦୂରେଇ ଯିବେ । ପ୍ରାୟକାର୍ଯ୍ୟ ପୂରଣ ହେବ । ଦୂରଯାତ୍ରାରେ ସଫଳତା ଓ ଲାଭପାଇବେ । ପ୍ରିୟଜନଙ୍କ ସହ ମିଳନ ହେବ । ଅଟକିଥିବା କାର୍ଯ୍ୟ ଚାଲୁ ହେବ । ଉତ୍ତରଦାୟିତ୍ୱ ବଢ଼ିବ । ବିଦ୍ୟାରେ ଉନ୍ନତିହେବ । ଆଶାଜନକ ଫଳ ପ୍ରାପ୍ତିହେବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ପ୍ରଶାସନିକ ସ୍ତରରେ ପରିଚାଳନା ଦାୟିତ୍ୱ ବୃଦ୍ଧି ପାଇବ । ଧାତୁ ବା ଅଳଙ୍କାରାଦି କ୍ରୟ କରିବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କର ସେବା କରନ୍ତୁ ।
ମିଥୁନ
ମନୋକାମନା ପୂରଣ ହୋଇ ଲାଭର ମାର୍ଗ ପ୍ରଶସ୍ଥ ହେବ । ସାମ୍ବାଦିକତାରୁ ଲାଭ ଓ ଶୁଭ ସମାଚାର ମିଳିବ । ପରୀକ୍ଷା ଓ ସାକ୍ଷାତ କାରରେ ସଫଳତା ମିଳିବ । ରାଜନୀତି ଓ ସାମାଜିକ କାର୍ଯ୍ୟରେ ସଫଳ ସିଦ୍ଧହେବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ଆଶା ପୂରଣ ହେବ । ପରିବାରରେ ଅପ୍ରିତିକର ପରିସ୍ଥିତିକୁ କୌଶଳକ୍ରମେ ସମାଧାନ କରିବେ । ସନ୍ତାନଙ୍କ ପାଇଁ ଶୁଭସମ୍ବାଦ ପାଇବେ । ସ୍ୱାସ୍ଥ୍ୟ, ଅର୍ଥ, କର୍ମକ୍ଷେତ୍ର ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ହୋଇ ନପାରେ । ପ୍ରତିକାର:- ଭୋକିଲା ଲୋକକୁ କିଛି ଖାଦ୍ୟ ଦିଅନ୍ତୁ ।
କର୍କଟ
ବ୍ୟବସାୟ କ୍ଷେତ୍ରରେ ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ । ସ୍ଥଗିତ ଥିବା ଧନ ମିଳିଯିବ । ରାଜନୀତି କ୍ଷେତ୍ରରେ ଅପ୍ରିତିକର ପରିସ୍ଥିତିକୁ ସମାଧାନ କରି କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପରିବାରରେ ନିଜର ଲୋକମାନେ ସାହାଯ୍ୟ ସହଯୋଗର ହାତ ବଢେଇବେ ଓ ବନ୍ଧୁ ମିତ୍ରଙ୍କ ଠାରୁ ସାହାଯ୍ୟ ସହଯୋଗ ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।
ସିଂହ
ପୁରାତନ ରୋଗର ଉପଶମ ପରିଲକ୍ଷିତ ହେବ । ବ୍ୟବସାୟ ପାଇଁ ଦୂରଯାତ୍ରାର ସୁଯୋଗ ପାଇ ସଫଳତା ଅର୍ଜନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆକସ୍ମିକ ଧନପ୍ରାପ୍ତି ହୋଇ ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ବିଭିନ୍ନ ପ୍ରକାରର ସମସ୍ୟା ସମାଧାନ ହେବ । କ୍ରୀଡ଼ାବିଦ୍ ମାନେ ପ୍ରଶଂସିତ ହେବେ । ସ୍ୱାସ୍ଥ୍ୟ, ପରିବାର, କର୍ମକ୍ଷେତ୍ର, ସତସଙ୍ଗ ଓ ମନୋରଞ୍ଜନ ପାଇଁ ସମୟ ଅନୁକୂଳ ରହିବ । ସମସ୍ତ ଚେଷ୍ଟା ସଫଳ ହେବ । ନୂତନ କାର୍ଯ୍ୟରେ ଉନ୍ନତି ହେବା ସହ ଶାନ୍ତିପାଇବେ । ଗୃହ ନିର୍ମାଣ କରିବେ । ପ୍ରତିକାର:- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।
କନ୍ୟା
କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ଦୂରଯାତ୍ରାରେ ଲାଭପାଇବେ । ପରିଶ୍ରମ କାର୍ଯ୍ୟ କରି ପ୍ରଶଂସିତ ହେବେ । ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ପ୍ରେମିକ ଓ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ଉନ୍ନତି ପାଇଁ ପ୍ରୟାସ ରତ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ରାଜନୀତି କ୍ଷେତ୍ରରେ ଦୂରଯାତ୍ରା କରି ନିଜକୁ ଅସୁସ୍ଥ ମନେକରିବେ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।
ତୁଳା
ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ଆର୍ଥିକ ଦିଗରୁ ସୁବିଧା ମିଳିବ । ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ଚକ୍ଷୁପୀଡା ପ୍ରତି ସତର୍କତା ଅବଲମ୍ବନ କରିବେ ।
ବିଛା
ଚିତ୍ତପ୍ରସନ୍ନ ରହିବ । କାର୍ଯ୍ୟ ସିଦ୍ଧି ହେବ । ଉଚ୍ଚ ଆଶାରେ ଆଗେଇବେ । ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ଯୋଗେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦୂରସ୍ଥାନକୁ ଯାତ୍ରା କରିବେ । ଆଶା କରିଥିବା କାର୍ଯ୍ୟଟି ପୂରଣ ହେବ । ଶୁଭ ସମାଚାର ପାଇ ଖୁସି ହେବେ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।
ଧନୁ
କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ ଓ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଯଶସ୍ଵୀ ହେବେ । ଜନ ସେବାରେ ନିଜକୁ ନିୟୋଜିତ କରିବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଶେଷ କରିବାକୁ ଚାହୁଁଥିବା କର୍ମଟି ପୂରଣ କରିବା ପାଇଁ ବହୁତ କଷ୍ଟ କରିବାକୁ ପଡିବ । କେତେକ କ୍ଷେତ୍ରରେ ଅନ୍ୟମାନଙ୍କର ଭଲ କରିବାକୁ ଯାଇ ଅପଦସ୍ତ ହେବେ ।
ମକର
ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବେ । ନୂତନ କାର୍ଯ୍ୟଆରମ୍ଭ, ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପାରିବାରିକ ତିକ୍ତତା ଦୂରହେବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ ।
କୁମ୍ଭ
କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବା ଫଳରେ ଟେନସନ ଦୂର ହେବ । ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ପ୍ରବାସ ଓ ଯାତ୍ରାରେ କଷ୍ଟସହି ଲାଭବାନ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।
ମୀନ
ଅଚାନକ ଧନ ପ୍ରାପ୍ତି ହେବ ଓ ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ଥଗିତଥିବା କର୍ମଟି ପୂରଣ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।