ଶନିବାର, 24 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ ।

ବୃଷ

ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରି ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ ।

ମିଥୁନ

ପାରିବାରିକ ସମସ୍ୟାକୁ ସମାଧାନ କରିବା ଉଚିତ୍‌ । ରାଜନୀତି କ୍ଷେତ୍ରରେ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ବାଦବିବାଦ ଓ ମାଲିମକଦ୍ଦମାର ଅବସାନ ହେବ । ଆୟକୁ ଚାହିଁ ବ୍ୟୟ କଲେ ଲୋକହସା ହେବେ ନାହିଁ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେ ମାପି ଚାଖଣ୍ଡେ ଚାଲିବା ଆବଶ୍ୟକ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଉଚ୍ଚପଦସ୍ଥ କର୍ମକର୍ତ୍ତାମାନଙ୍କର କର୍ମଉପରେ ନଜର ପଡ଼ିପାରେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ବ୍ୟବସାୟରେ କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ ।

କର୍କଟ

ଜାଗା, ଜମି, ଗୃହପୋକରଣ କ୍ରୟ କରିବେ । ନୂତନକର୍ମପ୍ରାପ୍ତିର ସୁଯୋଗ ପାଇବେ । ବ୍ୟବସାୟରେ ଆଶାତୀତ ଲାଭ ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରିରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି, ଗଠନମୂଳକ କାର୍ଯ୍ୟ ହାତକୁ ନେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆୟ ଉପାର୍ଜନରେ ବାଧା ନାହିଁ । ପ୍ରମୋଶନ ସୂଚନାପାଇ ଖୁସି ହେବେ । ବାଦ ବିବାଦ, ପରୀକ୍ଷା ପ୍ରତିଯୋଗିତା ସାକ୍ଷାତ୍କାରରେ ସଫଳହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ସିଂହ

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ପ୍ରବଳ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ପୁରୁଣା ସମସ୍ୟା ସମାଧାନ କରି ବିଜୟୀ ହେବେ । ଉଚ୍ଚପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟି ଯାଇପାରେ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ଦିଗରୁ ମଧ୍ୟମ ଫଳ ପ୍ରାପ୍ତି ହେବାସହ ଭ୍ରାତୃ ବିବାଦ ଦୂର ହେବ । ବିଦ୍ୟାର୍ଥିଙ୍କର ଉନ୍ନତି ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବାସଗୃହ ଓ ଯାନବାହାନ ନେଇ କେତେ ସମସ୍ୟାର ସମ୍ମୁଖୀନ ହେବାକୁ ପଡ଼ିପାରେ । ବନ୍ଧୁବିରୋଧ, ପ୍ରତିବେଶୀଙ୍କ ସହ କଳହ ସୃଷ୍ଟି ହୋଇପାରେ ।

କନ୍ୟା

କାର୍ଯ୍ୟ କ୍ଷେତ୍ରରେ ସୁଖଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ରାଜନୀତିରେ ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । କର୍ମସନ୍ଦିତ୍ସୁ ମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ତୁଳା

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁ ରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନ ରୋଗର ଉପଶମ ମିଳିବ । ପାରିବାରିକ କ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହେବେ ।

ବିଛା

ପ୍ରତିଦ୍ୱନ୍ଦିତା ଓ ପରୀକ୍ଷାରେ ସଫଳତା ଲାଭ କରିବେ । ବନ୍ଧୁ ମିତ୍ରମାନଙ୍କ ସମର୍ଥନ ଓ ପରିବାର ଲୋକଙ୍କର ସାହାଯ୍ୟ ସହଯୋଗ ହେତୁ ଖୁସି ହେବେ । ରାଜନୈତିକ କ୍ଷେତ୍ରରେ ସମ୍ମାନ ବୃଦ୍ଧି ହେବ ଓ ସୁନାମ ଅର୍ଜନ କରିବେ । ଅଚାନକ ଭାବରେ ଧନ ପ୍ରାପ୍ତି କରିବାର ସୁଯୋଗ ମିଳିବ । ଗୃହରେ କୌଣସି ଶୁଭକର୍ମ ସମ୍ପାଦନ କରିପାରନ୍ତି । ପାରିବାରିକ ଜୀବନ ଆନନ୍ଦମୟ ହେବ । କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ । ସ୍ୱାସ୍ଥ୍ୟ ଦିଗରୁ ଆଶ୍ଵସ୍ତି ଲାଭ କରିବେ ।

ଧନୁ

ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବନାହିଁ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀ ହେବେ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ବିଦ୍ୟାକ୍ଷେତ୍ରରେ ଆତ୍ମବିଶ୍ୱାସ ବୃଦ୍ଧି ପାଇବ ଓ ପ୍ରଶଂସା ପାଇବେ । ରାଜନୈତିକ କ୍ଷେତ୍ରରେ ଦୂରଯାତ୍ରା କରି ପରିଶ୍ରମର ଉଚିତ୍ ମୂଲ୍ୟ ପାଇବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।

ମକର

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ କାହାର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ମହିଳା ମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭ କର୍ମରେ ଯୋଗ ଦେବାକୁ ପଡିପାରେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ କି ଯାନବାହାନ କିଣନ୍ତୁ ନାହିଁ ।

କୁମ୍ଭ

ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦ ମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ । ବ୍ୟବସାୟ ବାଣିଜ୍ୟ କାରବାର ଯୋଗେ ପରିଶ୍ରମର ମୂଲ୍ୟ ପାଇବେ । ସ୍ୱାସ୍ଥ୍ୟ ସମସ୍ୟା ସେତେଟା ଭଲ ରହିବ ନାହିଁ । ଆର୍ଥିକ ଦିଗରୁ ଲାଭ ନହେଲେ ମଧ୍ୟ ବ୍ୟୟଭାର କମ୍‌ ହେବ ।

ମୀନ

ରାଜନୀତି କ୍ଷେତ୍ରରେ ସହଯୋଗୀ, ସହକର୍ମୀ, ବରିଷ୍ଠ ବ୍ୟକ୍ତିମାନଙ୍କ ସହିତ ସମ୍ପର୍କ ନିବିଡ଼ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ମହିଳାମାନଙ୍କର ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି, ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ଶୁଭଫଳ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଠିକ୍ ରହିବ । ବିଦ୍ୟାର୍ଥିମାନେ ନିଜ ଲକ୍ଷ୍ୟ ସ୍ଥଳରେ ପହଞ୍ଚି ପାରିବେ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନେ ସହଯୋଗ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *