ଶନିବାର, 27 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ ।

ବୃଷ

ଶତୃମାନେ ଦୂରେଇ ଯିବେ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ ।

ମିଥୁନ

ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ହୋଇପାରୁ ନଥିବା କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ ।

କର୍କଟ

ସରକାରୀ କାମରେ ସଫଳତା ପାଇବେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ ।

ସିଂହ

ଶତୃମାନେ ତଳମୁହାଁ ହେବେ । ପାରିବାରିକ ଜୀବନରେ ଦାମ୍ପତ୍ୟସୁଖ ବୃଦ୍ଧିହେବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ସରକାରୀ କର୍ମଚାରୀମାନେ କର୍ମକ୍ଷେତ୍ରରେ ଉତ୍ତମ କାର୍ଯ୍ୟକରି ପ୍ରଶଂସା ପାଇବେ ।

କନ୍ୟା

ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

ତୁଳା

ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ରୋଜଗାର ସମସ୍ୟା ସୁଧୁରି ଯିବ ।

ବିଛା

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଦାମ୍ପତ୍ୟ ସୁଖରେ ସୁଖି, ପାରିବାରିକ କାର୍ଯ୍ୟରେ ସଫଳତା, ଯୁବକ-ଯୁବତୀମାନେ ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ।

ଧନୁ

ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ ।

ମକର

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧିହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେବେ । ଧନ ପାଇବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ନ ରଖିଲେ କେତେକ କ୍ଷେତ୍ରରେ ବିଫଳ ହେବେ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ଅସୁସ୍ଥତା ଦେଖା ଦେଇପରେ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ ।

କୁମ୍ଭ

ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । କର୍ମଚାରୀ ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ମାନସିକ ଅଶାନ୍ତି ଦୂର ହେବ ଓ ଆର୍ଥୀକ ବୃଦ୍ଧି ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ପାରିବାରିକ ଜୀବନରେ ଶାନ୍ତି, ଭାଇଭଉଣୀ ମାନଙ୍କ ସହିତ ଉତ୍ତମ ସମ୍ପର୍କ ରହିବ । ବନ୍ଧୁବାନ୍ଧବଙ୍କ ଦିଗରୁ ସ୍ଵାର୍ଥ ପ୍ରବଣତାର ଅଭିବୃଦ୍ଧି ଘଟିବ । ଆୟ ଅପରିବର୍ତ୍ତିତ ରହିବ ।

ମୀନ

ବନ୍ଧୁବାନ୍ଧବ ଦିଗରୁ ସ୍ଵାର୍ଥପ୍ରବଣତାର ଅଭିବୃଦ୍ଧି ଘଟିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ଜ୍ଞାନଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଏକାକୀତ୍ଵର ପରିଧିରେ ନିଜକୁ ସଜାଇ ପାରନ୍ତି । ସାଧାରଣ ଭାବରେ ଜୀବନଚର୍ଯ୍ୟା କରି ଚାଲିବେ । କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ ।

Leave a Reply

Your email address will not be published. Required fields are marked *