ଶନିବାର, 28 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କର୍ମ କ୍ଷେତ୍ରରେ ସହକର୍ମୀମାନଙ୍କ ସହଯୋଗ ଓ ଉପରିସ୍ଥ ଅଧୀକାରୀଙ୍କ ପ୍ରିୟଭାଜନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ଭାଗିଦାରୀମାନଙ୍କଠାରୁ ସାହାଯ୍ୟ ପାଇବେ । ରାଜନୀତି କ୍ଷେତ୍ରରେ ଯଶମାନ ବୃଦ୍ଧିହେବ । ଉଚ୍ଚ ସମ୍ଭବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଭୋଗ ବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସମ୍ମାନ ଜନକ ପରିବେଶ ଦେଖାଦେବ ।   ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ ।

ବୃଷ

ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଆକସ୍ମିକ ଧନ ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ ।   ସ୍ୱାସ୍ଥ୍ୟ ଦିଗରୁ ବିଶେଷ ସତର୍କ ରହିବା ଉଚିତ୍ ।

ମିଥୁନ

ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଆଶାତୀତ ଫଳ ପାଇବେ । ନୂତନ ଗୃହ ନିର୍ମାଣ କରିବେ । ବ୍ୟବସାୟ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ । ବ୍ୟବହାରିକ ଜ୍ଞାନ କୌଶଳ ପ୍ରୟୋଗ କରି ଲାଭବାନ ହେବେ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ସଫଳ ହେବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ଅବସାନ ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

କର୍କଟ

କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ଭ୍ରମଣ ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ତଳ ମହଲରୁ ଆଶାତୀତ ଲାଭ ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟ ବଢାଇବାରେ ସମର୍ଥ ହେବେ ।   କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । କର୍ମକ୍ଷେତ୍ରରେ କଠିନ ପରିଶ୍ରମ କରି ପଦୋନ୍ନତିର ସୂଚନା ପାଇବେ ।

ସିଂହ

ବିବାହ ଓ ମାଙ୍ଗଳିକ କାର୍ଯ୍ୟରେ ଗୁରୁ ଦାୟିତ୍ୱ ବହନ କରିବେ । ବ୍ୟବସାୟରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବା ଫଳରେ ଅତ୍ୟଧିକ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ସାମାଜିକ ପତିଆରା ଅମଳିନ ରହିବ ।   ବିବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମାରେ ସଫଳତା ମିଳିବ । ଚାକିରୀରେ ବିଭିନ୍ନଦିଗରୁ ସାହାଯ୍ୟ ସହଯୋଗ ଅବ୍ୟାହତ ରହିବ । ବିଦ୍ୟାକ୍ଷେତ୍ରରେ ମନଯୋଗ ଦେଇ ସଫଳହେବେ ।

କନ୍ୟା

ମହିଳା ମାନେ ତରବରିଆ ଭାବରେ କୌଣସି କାମ ନକରି ପରିସ୍ଥିତିକୁ ଆଖିଆଗରେ ରଖି କାମ କରିଲେ କୃତକାର୍ଯ୍ୟ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ମାନସିକ ଚାପବୃଦ୍ଧି ଓ ସ୍ୱାସ୍ଥ୍ୟ ସଙ୍କଟ ସୃଷ୍ଟି ହେବ । ବ୍ୟବସାୟରେ କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି ହେବ । ରାଜନୀତିରେ ଉଚିତ୍ ପରାମର୍ଶ ପାଇ ହରେଇଥିବା ସମ୍ମାନ ଫେରି ପାଇବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ବନ୍ଧୁ ମିତ୍ରଙ୍କ ସାହାଯ୍ୟ ଦ୍ଵାରା କେତେକ କାର୍ଯ୍ୟ ଲାଭଦାୟକ ହେବ ।

ତୁଳା

କର୍ମ କ୍ଷେତ୍ରରେ ନୂଆ ସମ୍ପର୍କ ସୃଷ୍ଟି ହେବା ଫଳରେ ବିପରୀତ ପରିସ୍ଥିତିରେ ମଧ୍ୟ ଅନୁକୂଳ ସମୟ ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ଗୃହସ୍ଥ ଜୀବନ ସୁଖ ଶାନ୍ତିରେ କଟିବ । ସାମାଜିକ କ୍ଷେତ୍ରରେ ନିଜର ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବ୍ୟବସାୟରେ ଅଚାନକ ଭାବରେ ଧନ ପ୍ରାପ୍ତି ହେବ ।   ରାଜନୈତିକ କ୍ଷେତ୍ରରରେ ସହଯୋଗ ପ୍ରାପ୍ତି ଓ ସ୍ଥିତି ସୁଦୃଢ଼ ହେବ । ଶ୍ରେଷ୍ଠ ବ୍ୟକ୍ତିଙ୍କ ସହ ସାକ୍ଷାତ ହେବା ଦ୍ଵାରା ସମ୍ମାନ ବୃଦ୍ଧି ହେବ ।

ବିଛା

ଧନଧାନ୍ୟ, ଗୋ-ସଂପଦ, ଭୂମି, ବସ୍ତ୍ରଭୂଷଣ, ବାହାନାଦି ପ୍ରାପ୍ତି ହେବ । ନୂଆ ସମ୍ପର୍କ ଭବିଷ୍ୟତରେ ଲାଭ ଦାୟକ ହେବ । ଦୂରଯାତ୍ରାରେ ସଫଳତା ମିଳିବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବ୍ୟବସାୟରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଯଶମାନ ପ୍ରତିଷ୍ଠା ଲାଭ, ସନ୍ତାନମାନଙ୍କର ଉନ୍ନତି, କର୍ମ କ୍ଷେତ୍ରରେ ପଦୋନ୍ନତି ର ସୂଚନା, ନୂତନ ଗୃହ ଆଦି ଲାଭ ହୋଇପାରେ ।

ଧନୁ

ବ୍ୟବସାୟୀ ମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ସମୟକୁ ହାତ ଛଡ଼ା ନ କରିବା ଉଚିତ୍ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ନୂଆ ସୁଯୋଗ ମିଳିବା ହେତୁ ଉନ୍ନତିର ପଥ ସୁଗମ ହେବ । ଶୁଭକାର୍ଯ୍ୟ ପାଇଁ ଧନର ବ୍ୟବସ୍ଥା କରିବାକୁ ପଡିବ । ସାମାନ୍ୟ ଚେଷ୍ଟାଦ୍ଵାରା ଭୂମି, ଧନ, ଗୋମାତା ପ୍ରାପ୍ତି ହୋଇପାରେ । ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ ।   ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ । ଅନ୍ୟମାନଙ୍କ ଉପରେ ନିର୍ଭରଶୀଳ ହୁଅନ୍ତୁ ନାହିଁ । ସ୍ୱାସ୍ଥ୍ୟପ୍ରତି ପୂର୍ଣ୍ଣ ଧ୍ୟାନ ରଖନ୍ତୁ ।

ମକର

ରାଜନୀତି କ୍ଷେତ୍ରରେ ସୁ-ସମ୍ପର୍କ ସ୍ଥାପନ କରି ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାର ସାମର୍ଥ୍ୟ ବଢିବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।   ଦାମ୍ପତ୍ୟ ଜୀବନ ଆନନ୍ଦମୟ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

କୁମ୍ଭ

ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚ ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । ଦୂର ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । ଚାକିରୀ ଜୀବୀମାନେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ ।

ମୀନ

ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ଖୁସି ରହିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇ ଆର୍ଥିକ ଦିଗରୁ ଉନ୍ନତି ହେବ । ପାରିବାରିକ ସମସ୍ୟା ସୁଧାରି ନେବା ଫଳରେ ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । ତୀର୍ଥାଟନ ଯୋଗ ଥିବାରୁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ ।   ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହେବେ ।

Leave a Reply

Your email address will not be published. Required fields are marked *