ଶନିବାର, 7 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ବ୍ୟବସାୟ କ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ମହିଳାମାନେ ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ ।

ବୃଷ

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କୁଟୁମ୍ବରେ ଲାଗି ରହିଥିବା ଝଗଡା ଆଜି ତାହାର ସମାଧାନ କରିପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ମିଥୁନ

ଭୋଗବିଳାସରେ ସାମିଲ ହେବାକୁ ଅବସର ସୃଷ୍ଟି କରି ପାରିବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ମାଲି ମୋକଦ୍ଦମାରେ ଆଶାବାଦୀ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ ।

କର୍କଟ

କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ, ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଯଶସ୍ୱୀ ହେବେ । ବ୍ୟବସାୟୀମାନଙ୍କର କାରବାର ବୃଦ୍ଧି ହେବ । ମହିଳାମାନେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି କର୍ତ୍ତବ୍ୟ ପରାୟଣା ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ଚାକିରୀଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ସିଂହ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । କର୍ମକ୍ଷେତ୍ରରେ କୌଣସି ବାଧା ବନ୍ଧନ ନମାନି କାର୍ଯ୍ୟରେ ଆଗେଇ ଯିବାର ସୁଯୋଗ ପାଇବେ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଭୁଜାତ ଦ୍ରବ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଯୁବକ ଯୁବତୀ ମାନଙ୍କର ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ନିଜ ଲୋକମାନେ ପରଭଳି ବ୍ୟବହାର କରିବେ ।

କନ୍ୟା

ଭିନ୍ନ ରାସ୍ତାରେ ଆୟବୃଦ୍ଧିର ଯୋଜନା ମଧ୍ୟ ଚାଲୁରଖିବେ । ବିଦେଶଯାତ୍ରାରେ ଯଶଲାଭ, ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବୃତ୍ତିଗତ ଦୃଷ୍ଟିରୁ ସ୍ଵାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ସମ୍ମାନର ସହିତ କୃତକାର୍ଯ୍ୟ ହେବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ପରିବାରରେ ମାନ ମନାନ୍ତର ଦୂର ହେବ ।

ତୁଳା

ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆକସ୍ମିକ ଧନପ୍ରାପ୍ତିହେବ ବା ସ୍ଥଗିତ ଥିବା ଧନ ମିଳିବାରୁ ଖୁସି ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବା ଫଳରେ ପ୍ରଶଂସିତ ହେବେ । ଦୂରଯାତ୍ରାରେ ଲାଭପାଇବେ । ଗୃହ ନିର୍ମାଣ କରି ପାରିବେ । ଘରେ ବାହାରେ କେହି ଆପଣଙ୍କୁ ହଟାଇପାରିବେ ନାହିଁ । ବ୍ୟବସାୟ କ୍ଷେତ୍ରରେ ନିଜର ପ୍ରତିଷ୍ଠା ବୃଦ୍ଧି କରିବେ । ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ ।

ବିଛା

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅର୍ଥ ସମ୍ପର୍କୀୟ କଥାହେବା ପାଇଁ ସମୟ ପ୍ରାୟତଃ ଅନୁକୂଳ ରହିବ । ଦୂରଯାତ୍ରାରେ ଲାଭପାଇବେ । ଗୃହ ନିର୍ମାଣ କରି ପାରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ନୂଆ ଯୋଜନା ଉପରେ କାର୍ଯ୍ୟ କରିବେ ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ଧନୁ

ବ୍ୟବସାୟୀମାନେ ଘର ଅପେକ୍ଷା ବ୍ୟବସାୟକ୍ଷେତ୍ରରେ ଜଞ୍ଜାଳ ଅଧିକ ମୁଣ୍ଡାଇ ବ୍ୟସ୍ତ ରହିବେ । କର୍ମକ୍ଷେତ୍ରରେ ଗୋଟିଏ ପାଖରେ ଶ୍ଣେହ ଶ୍ରଦ୍ଧାର ସ୍ରୋତ ଛୁଟୁଥିଲାବେଳେ ଅନ୍ୟ ପାଖରେ ଉପେକ୍ଷା ଓ ଅଶାନ୍ତିର ନିଆଁ କୁହୁଳି ପାରେ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ବାଦବିବାଦ, ମାଲି ମୋକଦ୍ଦମାରେ ମନ ଉଣାହେବ । ଟଙ୍କାପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ ।

ମକର

କର୍ମଜୀବିମାନେ କାର୍ଯ୍ୟ ଦକ୍ଷତା ପ୍ରଦର୍ଶନ କରି, ତଳୁ ଉପର ଯାଏଁ ଆଦର୍ଶ ସ୍ଥାନ ଗ୍ରହଣ କରିବେ । ଯୁବକ ଯୁବତୀ ମାନେ ବିଦେଶ ଯାତ୍ରାରେ ଲାଭବାନ ହେବେ । ରାଜନୀତି କ୍ଷେତ୍ରରେ ଉପରିସ୍ଥଙ୍କ ଶ୍ରଦ୍ଧା ଅତୁଟ ରଖି ସ୍ଥାନ ଓ ସ୍ଥିତି ସୁଦୃଢ ରଖି ପାରିବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସମ୍ମାନର ସହିତ ଦିନଚର୍ଯ୍ୟା କରି ସୁଖରେ ଚଳିବାରେ ବାଧା ଉପୁଜିବ ନାହିଁ । କିଛି କାରଣ ନଥାଇ ବଦନାମ୍ ହୋଇ ପାରନ୍ତି । ଗୃହାରମ୍ଭ, ଦୁରଯାତ୍ରା, ଯାନବାହାନ କିଣନ୍ତୁ ନାହିଁ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

କୁମ୍ଭ

ମାନସିକ ଶାନ୍ତି ଓ ମନସ୍କାମନା ପୂର୍ଣ୍ଣ ହେବ । ଠିକାଦାରୀ, ସଡକ, ଗୃହ ନିର୍ମାଣ, ଗୃହୋପକରଣ, ଗୃହ ନିର୍ମାଣ ସାମଗ୍ରୀ ବ୍ୟବସାୟ, ପ୍ଳାଷ୍ଟିକ୍ ଚମଡା, ବସ୍ତ୍ର, ଫଳ, ତେଲ, ଲୁହା, ମଟର ପାର୍ଟସ୍, କୋଇଲା, ପେଟ୍ରୋଲିୟମ ପଦାର୍ଥ, ଏଜେନ୍ସି ଆଦି ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଲୋକ ସମର୍ଥନ, ଦଳ ସମର୍ଥନ ବୃଦ୍ଧି ପାଇବା ସହ ମୁଖ୍ୟନେତାଙ୍କର ପ୍ରିୟ ପାତ୍ର ହେବେ । ପ୍ରତିଦ୍ୱନ୍ଦିତା ବା ପ୍ରତିଯୋଗିତା କରିବା ସୁଯୋଗ ପାଇ ସଫଳ ହେବେ । ଆକସ୍ମିକ ଭାବରେ କୌଣସି ସୂତ୍ରରୁ ମୋଟା ଅର୍ଥ ମିଳିଯିବ ଓ ଭୂମିଲାଭ ଯୋଗ ମଧ୍ୟ ଘଟିବ । ବିଦେଶୀ ବା ଦୂର ବନ୍ଧୁ ଖୁବ୍ ସାହାଯ୍ୟ କରିବେ ।

ମୀନ

କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ଦାମ୍ପତ୍ୟ କଳହ ସ୍ଵାର୍ଥ ପ୍ରବୃତ୍ତିର ଅଧୀନ ହୋଇ ସମ୍ପର୍କର ମଧୁର ସ୍ଵାଦ ଅନୁଭବ କରିବେ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ମହିଳାମାନଙ୍କର ମାନସିକ ସ୍ଥିରତା ଦେଖାଦେବ ଓ ବ୍ୟବସାୟରେ ଧନଲାଭ କରିବାର ସୁଯୋଗ ପାଇବେ । ଶତୃମାନେ ମିତ୍ରଭାବ ଆଚରଣ କରିବେ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ଉନ୍ନତିମୂଳକ ପଦକ୍ଷେପ ନେଇ ଆର୍ଥିକସ୍ଥିତି ସନ୍ତୋଷପ୍ରଦ ହେବ ।

Leave a Reply

Your email address will not be published. Required fields are marked *