ଶନିବାର, 9 ମାର୍ଚ୍ଚ 2019 – ଶନି ଦେବ ଙ୍କ କୃପା ରୁ ଏହି ୫ଟି ରାଶି ସବୁ କାମ ରେ ସଫଳତା ପାଇବେ

ମେଷ:-

ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଚାକିରୀରେ ଆପଣଙ୍କ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ଜନସମ୍ପର୍କ ସୁଦୃଢ ହେବ । ସନ୍ତାନ ମାନଙ୍କ ପାଇଁ ଯାହା ଚିନ୍ତା କରିବେ ତାହା ପୂରଣ ହେବ । ମାନସିକ ଚିନ୍ତା ଦୂର ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ ।

ବୃଷ:-

ଚିତ୍ତପ୍ରସନ୍ନ ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସମସ୍ୟା ଦୂରହୋଇ ଉଚ୍ଚ ଆଶାରେ ଆଗେଇବେ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ବ୍ୟବସାୟ କ୍ଷେତ୍ରରେ ମନ ଲାଗିବା ଦ୍ଵାରା ପ୍ରଚାର ପ୍ରସାର ପାଇଁ ଯୋଜନା କରିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ ଓ ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ ମଧ୍ୟ କରିପାରିବେ । ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳ ହେବେ । ମହିଳାମାନେ କର୍ତ୍ତବ୍ୟନିଷ୍ଠା ପରାୟଣା ହେବେ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ ।

ମିଥୁନ:-

ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ଫଳରେ ଧନ ପ୍ରାପ୍ତ ହେବ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । କର୍ମକ୍ଷେତ୍ରରେ ପଦୋନ୍ନତି ଓ ସୁଖସମ୍ପତ୍ତି ଲାଭ ହେବ । ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଶତୃମାନେ ଦୂରେଇଯିବେ । ଅପେକ୍ଷା କରିଥିବା କାର୍ଯ୍ୟର ଶୁଭ ସୂଚନା ମିଳିବ ।

କର୍କଟ:-

ଧାର୍ମିକ କାର୍ଯ୍ୟପ୍ରତି  ଆଗ୍ରହୀ ହେବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ଅଶାନ୍ତିର ଝଡ ଶାନ୍ତ ହେବ । କର୍ମ କ୍ଷେତ୍ରରେ ଦାୟିତ୍ଵ ବଢିବା ଯୋଗେ ଅନ୍ୟମନସ୍କ ରହିବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ନିଜ ଚେଷ୍ଟାରେ ବହୁତ କଷ୍ଟକଲେ ବାକିଥିବା ଅର୍ଥ ପାଇବେ । ଗୃହ ସମସ୍ୟାରେ ଧନ୍ଦି ହୋଇଯିବେ । ହଠାତ୍ କାହାର ଡାକରା ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ ।

ସିଂହ:-

ସମସ୍ତ ସମସ୍ୟା ସମାଧାନର ଆଶା ଉଜ୍ଜ୍ଵଳ ହେବ । କର୍ମ କ୍ଷେତ୍ରରେ ଭାଇ ବନ୍ଧୁମାନଙ୍କର ସାହାଯ୍ୟ ସହଯୋଗ ପାଇ ପ୍ରଶଂସିତ ହେବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ଅଧ୍ୟୟନ ପାଇଁ ମନଯୋଗ ଦେବେ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ମହିଳାମାନେ ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ ।

କନ୍ୟା:-

ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ ଅଭିଯାନ କରି ସଫଳତା ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ବ୍ୟବସାୟର ବୃଦ୍ଧି ଯୋଗେ ଆୟର ବୃଦ୍ଧିଘଟିବ ଓ ଲାଭବାନ ହେବେ ।

ତୁଳା:-

ଅନେକ ପ୍ରକାର କାର୍ଯ୍ୟରେ ପରିବର୍ତ୍ତନ ଦେଖାଦେବ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରାଜନୈତିକ ଜୀବନରେ ଶତୃମାନେ ପରାଜିତ ହେବେ । ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ ।

ବିଛା:-

ଗୁରୁଜନ ଓ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ସରକାରୀ ସାହାଯ୍ୟ ମିଳିପାରେ । ବ୍ୟବସାୟରେ ନାନାପ୍ରକାର ସୁବିଧା ସୁଯୋଗ ମିଳିବ ଓ ପୁରୁଣା ପ୍ରାପ୍ୟ ମଧ୍ୟ ଆଦାୟ ହୋଇ ପାରେ । ପରୀକ୍ଷା ପ୍ରତିଯୋଗିତା କ୍ଷେତ୍ରରେ ବିଜୟୀ ହେବେ । ପରିବାରରେ ଯେତେ ସମସ୍ୟା ଥିଲେ ମଧ୍ୟ ଶାନ୍ତି ଅନୁଭବ କରିବେ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଭଲଭାବରେ ଚିନ୍ତାକରି କାମକଲେ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ପ୍ରତିକାର-ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ଧନୁ:-

ପରିବାରରେ ମନୋମାଳିନ୍ୟ ଓ ଆର୍ଥିକ ସଙ୍କଟ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ପୁରାତନ ରୋଗର ଉପଶମ ମିଳିବ । ପାରିବାରିକକ୍ଷେତ୍ରରେ ଶାନ୍ତିଶୃଙ୍ଖଳା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଉଚ୍ଚାଧିକାରି ଓ ସହକର୍ମୀମାନେ କର୍ମକ୍ଷେତ୍ରରେ ସହଯୋଗ କରିବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ ।

ମକର:-

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ସତ୍ତ୍ୱେ ଲାଭ ସୁନିଶ୍ଚିତ ହେବ । କର୍ମକ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଦେଖାଦେଇ ଟଳିଯିବ । ବନ୍ଧୁଙ୍କ ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ କିନ୍ତୁ ଯାତ୍ରାରେ ସଫଳତା ଲାଭ ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ବନ୍ଧୁଙ୍କ ଶୁଭକର୍ମରେ ମଧ୍ୟ ଯୋଗଦେବାକୁ ବାଧ୍ୟ ହେବେ । ମହିଳାମାନଙ୍କର ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇଯିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ।

କୁମ୍ଭ:-

ଆର୍ଥିକ ଦିଗରୁ ବେଶ୍ ଅନୁକୂଳ ଥିବାରୁ କିଛି ନୂତନ ପଦାର୍ଥ ସଂଗ୍ରହ କରିବେ । ମହିଳାମାନେ ଲକ୍ଷ୍ୟ ହାସଲ କରିବାରେ ସମର୍ଥ ହେବେ । ବନ୍ଧୁଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଲେ ବ୍ୟବସାୟରେ ଅଚାନକ ଧନପ୍ରାପ୍ତି ହେବ । ଦୂରଯାତ୍ରାରେ ସଫଳ ହେବେ ।

ମୀନ:-

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ ଓ ଉଚ୍ଚ ସମ୍ଭାବନାର ଆଶା ଆଶ୍ୱାସନା ଲାଭ କରି ମାନସିକ ଶାନ୍ତି ପାଇବେ । ସାମାଜିକ କାର୍ଯ୍ୟରେ ସଫଳତା ଓ ମାନସମ୍ମାନ ବୃଦ୍ଧି ହେବ । ଯାତ୍ରାରେ ଭୋଗ ବିଳାସ ଓ ଆନନ୍ଦମୟ ମୁହୂର୍ତ୍ତ କଟିବ । ବିଦ୍ୟାକ୍ଷେତ୍ରରେ ଶୁଭଯୋଗ ଓ ପ୍ରତିଯୋଗିତା ପରୀକ୍ଷା ରେ ସଫଳ ହେବେ । ଖାଦ୍ୟପେୟ ପ୍ରତି ସଜାଗ ନ ରହିଲେ ସ୍ୱାସ୍ଥ୍ୟ ହାନୀ ହେବ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ । ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ରାଜନୀତିରେ ଉଚ୍ଚପ୍ରଶଂସିତ ହେବେ । ସହଯୋଗୀମାନଙ୍କ ଯୋଗୁଁ କର୍ମ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପ୍ରତିକାର-ଭୋକିଲା ଲୋକକୁ ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *