ଶୁକ୍ରବାର, 1 ମାର୍ଚ୍ଚ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଉନ୍ନତିମୂଳକ ପଦକ୍ଷେପରେ ବାଧା ପ୍ରତିରୋଧ ଦେଖାଦେଇ ପାରେ ଓ ନିଜର ଅବହେଳାରୁ ହ୍ରାସ ମୂଲ୍ୟରେ ଦ୍ରବ୍ୟ ବିକ୍ରୟ ହେବ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତି, ପାରିବାରିକ ଦ୍ଵନ୍ଦ, ମାନସିକ ଏକାଗ୍ରତା ବଜାୟ ରହିବ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-

ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ କ୍ଷତି ଅପେକ୍ଷା ଲାଭର ପରିମାଣ ଅଧିକ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।

ମିଥୁନ:-

ବ୍ୟବସାୟରେ ପ୍ରତିଦ୍ଵନ୍ଦିତା ସତ୍ତ୍ୱେ ଆୟ ବଢିବ । କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ । ନୂତନ କାର୍ଯ୍ୟରମ୍ଭ କରିପାରିବେ । ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ଶୁଣିବେ ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଅଶାନ୍ତିର ଝଡ ଶାନ୍ତ ହେବ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଗୃହବାହନ ପ୍ରାପ୍ତି ପରିଜନ ଓ ସାଧୁଜନପ୍ରିୟ ହେବେ ।

କର୍କଟ:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ରାଜନୀତିରେ ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ଭୁଲ ବୁଝାମଣା ଯୋଗୁ ପରିବାରରେ ଦ୍ଵନ୍ଦ ଦେଖାଦେବ ।

ସିଂହ:-

ଧନ ସମ୍ପତିରେ ଘର ହସି ଉଠିବ । ଉଚ୍ଚଆଶା ସଫଳ ହେବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ବ୍ୟବସାୟରେ  ସାମାନ୍ୟ ଲାଭ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଅର୍ଥ ସଂପର୍କିତ  ଚୁକ୍ତିପତ୍ର କଲେ ବିପଦରେ ପଡିବେ । ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ ।

କନ୍ୟା:-

ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାରସହ ଆଲୋଚନା କରିବା ଉଚିତ୍ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ ।

ତୁଳା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ । ପରକଥାରେ ପଡି ପରିବାରଲୋକଙ୍କୁ ଭୁଲ୍ ବୁଝନ୍ତୁ ନହିଁ ।

ବିଚ୍ଛା:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା ମାଲିମୋକଦ୍ଦମା, ସାକ୍ଷାତକାରରେ ଜୟଲାଭ ହେବ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ପାରିବାରିକ କ୍ଷେତ୍ରରେ ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଓ ଦ୍ଵନ୍ଦ ଦୂରେଇଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ ।

ଧନୁ:-

ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ସୁଖ- ଶାନ୍ତି  ବିରାଜ ମାନ କରିବ । ଉନ୍ନତିମୂଳକ ପଦକ୍ଷେପ ନେବା ଫଳରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ ।

ମକର:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କ ଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ ।

କୁମ୍ଭ:-

ପାରିବାରିକ ପରିସ୍ଥିତି ଯୋଗୁ କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ମହିଳା ମାନଙ୍କର ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ଶତୃମାନେ ମଥାନତ କରିବେ । ବନ୍ଧୁଙ୍କୁ ଦେଇଥିବା ପ୍ରତିସୂତି ରକ୍ଷାକରିବା ଫଳରେ ମନ ଭଲ ରହିବ ।

ମୀନ:-

ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ଦେଖାଦେବ । ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରଜ କରିବାକୁ ବାଧ୍ୟ ହେବେ ।

Leave a Reply

Your email address will not be published. Required fields are marked *