ଶୁକ୍ରବାର, 11 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଗୃହ, ଜମି ଓ ପାରିବାରିକ ସମସ୍ୟାରେ ପରିବର୍ତ୍ତନ ଆସିବ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପୁରାତନ ବନ୍ଧୁ ଓ ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ ।

ବୃଷ

ଅବହେଳିତ ଲୋକଙ୍କସହ ମିଳାମିଶା କରି ନୂତନ ଦିଗ୍ଦର୍ଶନ ପାଇବେ । କୌଣସି ଯୋଜନା କରିବା ପୂର୍ବରୁ ଗଭୀର ଚିନ୍ତା କରିବା ନିହାତି ଆବଶ୍ୟକ । ସମାନ ବିଚାରଧାରା ବ୍ୟକ୍ତିଙ୍କ ସହିତ ଭେଟ ହେବା ଫଳରେ ଶତୃ ଓ ବିରୋଧୀ ମାନେ କୌଣସି କ୍ଷତି କରିପାରିବେ ନାହିଁ । ଭୌତିକ ଓ ଆଧ୍ୟାତ୍ମିକ ମାମଲାରେ ବ୍ୟସ୍ତ ରହିବେ । ପରିବାର ସମସ୍ୟାର ସମାଧାନ ହୋଇଯିବା ଫଳରେ ପାରିବାରିକ ଜୀବନ ସୁଖମୟ ହେବ । ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ ।

ମିଥୁନ

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନଙ୍କର ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ । ସବୁପରେ ଅପଣା ଲୋକଙ୍କ ସହଯୋଗ ବୃଦ୍ଧି ପାଇବ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । କର୍ମକ୍ଷେତ୍ରରେ ପୁରୁଣା ସମସ୍ୟାର ସମାଧାନ ହୋଇଯିବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ପ୍ରସିଦ୍ଧି, ସାମାଜିକସ୍ଥିତି, ମାନସମ୍ମାନ ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ବ୍ୟବସାୟକ୍ଷେତ୍ରରେ କଠିନ ପରିଶ୍ରମ କରି ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆଣିବେ ।

କର୍କଟ

ଉତ୍ତମ ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଛାତ୍ର-ଛାତ୍ରୀମାନେ ଆଶା ଓ ଉର୍ଜା ଦ୍ଵାରା ଯେକୌଣସି ପ୍ରତିଯୋଗୀତାକୁ ସ୍ଵୀକାର କରିବା ପାଇଁ ପ୍ରସ୍ତୁତ ରହିବେ । ସମ୍ପତ୍ତି କ୍ରୟ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବା ଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହୀ ହେବେ । ବ୍ୟବସାୟ କ୍ଷେତ୍ରରେ କୌଣସି ଜରୁରୀ କାର୍ଯ୍ୟକୁ ମନୋଯୋଗ ଦେଇ ପୂର୍ଣ୍ଣକରିବେ । ମହିଳାମାନଙ୍କର ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।

ସିଂହ

ମହିଳା ମାନଙ୍କର ବନ୍ଧୁ ମିତ୍ରମାନଙ୍କ ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ରାଜନୀତି କ୍ଷେତ୍ରରେ ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ଆର୍ଥୀକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେବେ । ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀ ମାନଙ୍କ ସହିତ ମତଭେଦ ସମାପ୍ତହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସାଂଗଠନିକ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ବ୍ୟବସାୟିକ ଗତିବିଧି ଠିକ୍ ରହିଲେ ମଧ୍ୟ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

କନ୍ୟା

ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଅଧ୍ୟୟନ, ଅଧ୍ୟାପନ, ଓ ଅନୁସନ୍ଧାନପରି କାର୍ଯ୍ୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ । ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ବ୍ୟୟ ଅପେକ୍ଷା ଆୟ ବୃଦ୍ଧିପାଇବ । ଅନେକ ଗୁଡ଼ିଏ କାର୍ଯ୍ୟ ବ୍ୟସ୍ତତା ଭିତରେ ବ୍ୟତିବ୍ୟସ୍ତ ରହିବେ । ଜମିବାଡ଼ି ସଂକ୍ରାନ୍ତୀୟ ସମସ୍ୟା ଓ ଆତ୍ମୀୟ ଶତ୍ରୁତା ସହ ପୁରାତନ ରୋଗର ପ୍ରକୋପର ଉପସମ ହେବ ।

ତୁଳା

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମକରି ଆଗକୁବଢ଼ିବାର ଯୋଜନା ସଫଳ ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟ ପ୍ରସାରଫଳରେ ଅତ୍ୟଧିକ ଲାଭହେବ । ରାଜନୀତି କ୍ଷେତ୍ରରେ ଅଧିକରୁ ଅଧିକ ଲୋକ ସମର୍ଥନ ପାଇ ସଫଳ ହେବେ । ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ପରୋକ୍ଷ ଶତୃଙ୍କୁ ପ୍ରତିହତ କରି ବହୁତ ଦିନରୁ ବାକି ରହିଥିବା ଟଙ୍କା ମିଳିଯିବା ଫଳରେ ଆଶା କରିଥିବା କାମଟି ସମ୍ପନ୍ନ କରି ପାରିବେ ।

ବିଛା

କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀ ମାନଙ୍କର ସହଯୋଗ ବୃଦ୍ଧି ପାଇବ । ପ୍ରତିଯୋଗୀ ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ରାଜନୈତିକ କ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ପ୍ରବଳ ଶତୃମାନେ ଦୁର୍ବଳ ହେବେ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିସ୍କାର ହୋଇଯିବ । ପୂର୍ବରୁ ଲାଗିରହିଥିବା ଅଫିସରେ ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ପାରିବାରିକ ସମସ୍ୟା ସହଜ ସରଳରେ ସମାଧାନ ହୋଇଯିବା ଫଳରେ ମନ ଶାନ୍ତି ହେବ ।

ଧନୁ

ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବାଦ-ବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ବ୍ୟାଙ୍କବାଲାନ୍ସ ବୃଦ୍ଧି ପାଇବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ରାଜନୈତିକ ଜୀବନରେ ଶତୃମାନେ ଦୁର୍ବଳ ହେବେ ।

ମକର

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ କରିବାକୁ ଚେଷ୍ଟିତ ହେବେ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇ ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ ।

କୁମ୍ଭ

ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ବାଦ ବିବାଦଠାରୁ ଦୂରେଇ ରହିବା ଉଚିତ । ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତ ହେବେ । ନୂତନ କାର୍ଯ୍ୟକରିବା ପୂର୍ବରୁ ସତର୍କତା ଆବଶ୍ୟକ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ମହିଳାମାନେ ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ ।

ମୀନ

ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ ଓ ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ଶତୃ ମାନେ ମିତ୍ରତାର ହାତ ବଢେଇବେ । ବ୍ୟବସାୟରେ ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ବଢେଇବାର ପ୍ରୟାସ କରିବେ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଦୂରଯାତ୍ରାରେ ସଫଳତା ପ୍ରାପ୍ତି ହେବ ।

Leave a Reply

Your email address will not be published. Required fields are marked *