ଶୁକ୍ରବାର, 13 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ । ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ବନ୍ଧୁଙ୍କୁ ଦେଇଥିବା

ବୃଷ

ସ୍ୱାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ମାଲି ମକଦ୍ଦମାର ସମାଧାନ ହେବ । ବରିଷ୍ଠବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ଜମି, ଜାଗା, ବାସ ଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ବ୍ୟବସାୟରେ ଆଶାତୀତ ଲାଭକରି କିଛି ନୂତନପଦାର୍ଥ ସଂଗ୍ରହ କରିବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବ ।

ମିଥୁନ

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଜଣେ ସତ୍ ପରାମର୍ଶଦାତା, ଶିକ୍ଷକ, ଦାର୍ଶନିକ, ଉପଦେଷ୍ଠା, ଆଇନଜ୍ଞ, ବୈଜ୍ଞାନିକ, କର୍ତ୍ତବ୍ୟନିଷ୍ଠ, କର୍ମଠ, ସଚ୍ଚୋଟ ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ଅଫିସ୍ ରେ ଅଟକି ରହିଥିବା କାମଗୁଡ଼ିକ ସୁରୁଖୁରୁରେ ସମ୍ପନ୍ନ ହେବ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିପାରେ ।

କର୍କଟ

କର୍ମକ୍ଷେତ୍ରରେ ଲାଗି ରହିଥିବା ସମସ୍ୟା ଆଜି ସମାଧାନ କରିପାରିବେ । ମହିଳାମାନେ ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପରିବାରରରେ ମନୋମାଳିନ୍ୟକୁ ଏଡ଼େଇ ପାରିଲେ ଶାନ୍ତି ମିଳିବ । ଛାତ୍ରଛାତ୍ରୀ ମାନଙ୍କର ସୁଖ୍ୟାତି ଲାଭ ହେବ । ପିଲାମାନଙ୍କ କାର୍ଯ୍ୟପ୍ରତି ଦ୍ରୁଷ୍ଟି ରଖିବା ଉଚିତ୍ ହେବ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ ।

ସିଂହ

ଚାକିରି କ୍ଷେତ୍ରରେ ଉନ୍ନତି ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ନିର୍ମାଣକାର୍ଯ୍ୟ ସମ୍ପନ୍ନ ହେବା ଫଳରେ ସନ୍ତୁଷ୍ଟ ରହିବେ । ମହିଳାମାନେ ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ । କଳା,ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଅର୍ଥଲାଭର ମାର୍ଗ ଖୋଲିଯିବ । ଶୁଭ ସମାଚାର ମିଳିବ । ବନ୍ଧୁ ଓ ମିତ୍ରଙ୍କଠାରୁ ସାହାଯ୍ୟ ସହଯୋଗ ମିଳିବ । ନୂତନକର୍ମ ଯୋଗୁ ଆୟ ବୃଦ୍ଧି ହେବ । ଛାତ୍ରଛାତ୍ରୀମାନଙ୍କର ପରୀକ୍ଷାରେ ସୁଖ୍ୟାତି ଲାଭ ହେବ ।

କନ୍ୟା

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତା କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ମହିଳାମାନଙ୍କର ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ଯୁବକ ଯୁବତୀ ମାନଙ୍କର ସଫଳତା ଓ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ ଏବଂ ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗି ପାରନ୍ତି ।

ତୁଳା

ବିଚାରବିଭାଗ, ଚିକିତ୍ସାବିଭାଗ, ରାଜନୀତି ବିଭାଗ, ଶିକ୍ଷା ବିଭାଗ ଆଦିରେ କର୍ମରତ ବ୍ୟକ୍ତିମାନେ ଅଧିକ ଲାଭବାନ୍ ହେବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ଦେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ରେ ଶୁଭଫଳ ମିଳିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ମହିଳାମାନେ କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ ।

ବିଛା

ଲେଖକ, ପତ୍ରକାର, ରାଜନୈତିକ, ସଙ୍ଗୀତଜ୍ଞ, ଠିକାଦାର ଓ ସରକାରୀ କର୍ମରତଥିବା ବ୍ୟକ୍ତିମାନଙ୍କର ଅନେକ ଶୁଭହେବ । ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ।

ଧନୁ

ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତିହେବ । ପରିବାରରେ ଖୁସିର ବାତାବରଣସ୍ଥାୟି ରହିବ । ନୂତନ ସମ୍ବନ୍ଧ ସୃଷ୍ଟିହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ । ପରିବହନ ବ୍ୟବସାୟରେ ସମସ୍ୟା ସମାଧାନ ହେବ । ମହିଳାମାନେ ମାନସିକ ସୁସ୍ଥତା ଅନୁଭବ କରି ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ ।

ମକର

ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ଆର୍ଥିକସ୍ଥିତି ସୁଧାରିବାକୁ ଚେଷ୍ଟା କରିବେ । ଧନଲାଭ ହେବାଫଳରେ ସମସ୍ତକାର୍ଯ୍ୟ ସହଜରେ ପୂର୍ଣ୍ଣ ହେବ । ଶୁଭ ସମାଚାର ମିଳିବ ଓ ନିଜଲୋକ ସାହାଯ୍ୟ କରିବେ । ଦୂରଯାତ୍ରା କରି ନିଜକୁ ସୁସ୍ଥ ମନେ କରିବେ । କର୍ମକ୍ଷେତ୍ରରେ କିଛି ନୂଆସୁଯୋଗ ଆସିବ । ପରିବାର କଥା ଚିନ୍ତା କରି ମନରେ ସନ୍ତୋଷ ଦେଖାଦେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ ।

କୁମ୍ଭ

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ମନୋବିଜ୍ଞାନ ସମ୍ବନ୍ଧରେ ବିଶେଷ ରୁଚି ରହିବ । ମହିଳାମାନଙ୍କର ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକ୍ରାନ୍ତ ରହିବ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ଯୁବକ ଯୁବତୀ ମାନଙ୍କର କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ଧାର କରିବାକୁ ବାଧ୍ୟ ହେବେ ।

ମୀନ

ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନେ ସତର୍କ ରହି କ୍ରୋଧକୁ ଦମନ କରି ହସଖୁଶିର ବାତାବରଣ ସୃଷ୍ଟି କରିବେ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିପାରେ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

Leave a Reply

Your email address will not be published. Required fields are marked *