ଶୁକ୍ରବାର, 8 ମାର୍ଚ୍ଚ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି  ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ ଓ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ ।

ବୃଷ:-

କର୍ମକ୍ଷେତ୍ର ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ସଂପାଦନ ହେବ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ପ୍ରଶଂସା ପାଇବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ରାଜନୀତି କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ ।

ମିଥୁନ:-

ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପରୀକ୍ଷା ଓ ପ୍ରତିଯୋଗୀତାରେ ଆଶା ମୁତାବକ ଫଳ ପାଇବେ । ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ସହ ଉତ୍ତମ ସମ୍ପର୍କ ରହିବ । ପିଲାମାନଙ୍କ ପଢା ସମସ୍ୟା ନେଇ ଶୁଭ ଖବର ପାଇ ଖୁସି ହେବେ ।  ରାଜନୀତିରେ ସମାଜ ସେବା ନେଇ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

କର୍କଟ:-

ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ପ୍ରବାସ ଓ ଯାତ୍ରାରେ କଷ୍ଟସହି ଲାଭବାନ ହେବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ସିଂହ:-

କର୍ମକ୍ଷେତ୍ରରେ ଉଦ୍ୟମ ଓ ଚେଷ୍ଟାଦ୍ୱାରା ସ । ଫଲ୍ୟ ହେବ । ପାରିବାରିକ ଜୀବନରେ ସୁଖ-ଶାନ୍ତି ଲାଭ ହେବ ।   ଉତ୍ତମ ବୁଝାମଣା ଜନିତ ଉତ୍ସାହ-ଉଦ୍ଦୀପନାଯୁକ୍ତ ହେବେ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । କାର୍ଜ୍ୟାଳୟର ଜଟିଳ ପରିସ୍ଥିତିକୁ ସରଳ କରି ପ୍ରଶଂସା ପାଇବେ । ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ ।

କନ୍ୟା:-

ସନ୍ତାନର ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଯାନବାହାନ ବ୍ୟବସାୟରେ ବେଶ୍ ଆନନ୍ଦ ପାଇବେ । ଶିଳ୍ପ ପ୍ରତିଷ୍ଠା ଯୋଜନା ସାଫଲ୍ୟଦାୟକ ହେବ । ନିଜେ ସାମାନ୍ୟ ଚେଷ୍ଟା କଲେ ବାକିଥିବା ଅର୍ଥ ପାଇବେ ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ସ୍ଥିରତା ଦେଖାଦେବ । ଭୋଗବିଳାସ ଓ ଆନନ୍ଦରେ ସମୟ କାଟିବେ । ସ୍ଵାସ୍ଥ୍ୟରେ ଉନ୍ନତି ଓ ସମ୍ମାନଜନକ ଘଟଣା ଘଟି ପାରେ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ସତର୍କତା ଅବଲମ୍ବନ ନକଲେ କୌଣସି ଭୁଲ୍ କାମରେ ଫଶିଯିବେ ।

ବିଚ୍ଛା:-

କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ଆନନ୍ଦରେ କଟିବ । ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ । ପାଖ ପଡୋଶିଙ୍କ ଦ୍ଵାରା ଅନେକ ସମସ୍ୟା ସମାଧାନ ହେବ । ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଠାରୁ ପ୍ରଶଂସା ପାଇବେ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ରାଜନୀତିରେ କୃତକାର୍ଯ୍ୟ ହେବେ ଓ ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ ।

ଧନୁ:-

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଉଚ୍ଚଶିକ୍ଷା କ୍ଷେତ୍ରକୁ ମୁହଁ । ଇ ପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ଦୂରଯାତ୍ରା କରି ମନ ଖୁସି ରହିବ । ମାଲିମୋକଦ୍ଦମାରେ ବିଜୟୀ ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । କର୍ମକ୍ଷେତ୍ରରେ ସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ମେଣ୍ଟିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ ।

ମକର:-

ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସମୟ ଗୁଡିକ ହସ ଖୁସିରେ ବିତିବ । ସାମାଜିକ ପ୍ରତିଷ୍ଠା ଓ ପ୍ରତିପତ୍ତି ବୃଦ୍ଧି ପାଇବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିଯିବ । ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । ପାରିବାରିକ ସମସ୍ୟା ଗୁଡିକୁ ସୁଧାରି ନେବା ଉଚିତ୍ ।

କୁମ୍ଭ:-

ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ଆୟ ଉପାର୍ଜନ ବୃଦ୍ଧି ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରିବେ । ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ । ନୀରବତା ରକ୍ଷାକରି ପରିସ୍ଥିତିକୁ ସମର୍ପଣ କରିଦେବା ଉତ୍ତମ ହେବ । ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ଆନନ୍ଦ ଉଲ୍ଲାସରେ ଦିନଟି ବିତାଇବେ । ବ୍ୟବସାୟ କ୍ଷେତ୍ରରେ ପ୍ରଚୁର ପରିମାଣରେ ଆମଦାନୀ ରପ୍ତାନି କରି ପାରିବେ । କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକରହେବ । ପାରିବାରିକ କ୍ଷେତ୍ରରେ କିଛି ଭୁଲ ବୁଝାମଣା ଯୋଗୁ ମାନସିକ ଦ୍ଵନ୍ଦ ଭିତରେ ଗତି କରିବେ ।

Leave a Reply

Your email address will not be published. Required fields are marked *