ସୋମବାର, 22 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ପରିବାରରେ ସୁଖଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କର୍ମକ୍ଷେତ୍ରରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ଉନ୍ନତିକର ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।

ବୃଷ

କର୍ମ କ୍ଷେତ୍ରରେ ଶ୍ରମ ସାର୍ଥକ ହେବ ଓ ଅଫିସର୍ ସହକର୍ମୀମାନେ କାମର ପ୍ରଶଂସା କରିବେ । ମିତ୍ରଙ୍କ ଠାରୁ ସାହାଯ୍ୟ ମିଳିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ । ଏପରିକି ନିମ୍ନବର୍ଗର କେହି ଲୋଭଗ୍ରସ୍ତ କରାଇ ଭାବମୂର୍ତ୍ତି ନଷ୍ଟ କରିବା ପାଇଁ ଚେଷ୍ଟା କରିବ । ଶତୃମୁକ୍ତ ନିରୁପଦ୍ରବ ଜୀବନଚର୍ଯ୍ୟା କାଏମ୍ ରଖି ପାରିଲେ ଲାଭ ପାଇବେ । ଶୁଭ ଲାଭ ମଧ୍ୟେ ପାରିପାର୍ଶ୍ଵିକ ବାତାବରଣ ପ୍ରତି ସଚେତନତା ବୃଦ୍ଧି ପାଇବ ।

ମିଥୁନ

ବ୍ୟବସାୟ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ଜ୍ଞାନଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ ।

କର୍କଟ

ମାଲିମୋକଦ୍ଦମାରେ ଜୟ, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ସିଂହ

ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, ଦମ୍ଭ ସାହସ ବୃଦ୍ଧି, କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ରାଜନୀତିରେ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ବ୍ୟବସାୟୀମାନେ କାରବାରରେ ବୁଡି ରହି ଲୋଭଗ୍ରସ୍ତ ନ ହୋଇ ପରିଶ୍ରମୋଚିତ ଲାଭପାଇବେ । ନିମ୍ନବର୍ଗର ବ୍ୟକ୍ତିବିଶେଷ ଅଧିକାଂଶ କ୍ଷେତ୍ରରେ ସାହାଯ୍ୟର ମନୋବୃତ୍ତି ଗ୍ରହଣ କରିବା ଫଳରେ ସନ୍ତୋଷ ଲାଭ କରିବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ଅଶାନ୍ତିର ଝଡ ଶାନ୍ତ ହେବ ।

କନ୍ୟା

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ପନିପରିବା, ଫଳ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଭୋଗବିଳାସରେ ସାମିଲ ହୋଇ ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ସମ୍ମାନ ପାଇବେ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କଲେ ସଫଳ ହେବେ । କ୍ରୋଧକୁ ଦମନ କରି ପାରିଲେ ପାରିବାରିକ କ୍ଷେତ୍ରରେ ହସଖୁଶିର ବାତାବରଣ ସୃଷ୍ଟି ହେବ । ଟଙ୍କ । ପଇସା ପ୍ରତି ଅତ୍ୟନ୍ତ ସତର୍କ ରହିବାକୁ ପଡିବ ।

ତୁଳା

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ରାଜନୀତିରେ କୃତକାର୍ଯ୍ୟ ହେବେ ଓ ପ୍ରଶଂସିତ ହେବେ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । କର୍ମକ୍ଷେତ୍ରରେ ଅସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇ ପାରେ ।

ବିଛା

ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ରାଜନୀତିରେ ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଆପଣଙ୍କର ଭୂଷଣହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ ।

ଧନୁ

ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ବିପଦରେ ପଡିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ ଓ ଉଚ୍ଚଆଶା ସଫଳ ହେବ । ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ବିଦ୍ୟା କ୍ଷେତ୍ରରେ ବୀଜୟ ପ୍ରାପ୍ତ ହେବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ମହିଳାମାନେ ଅନେକ ଦୁର୍ଭାଗ୍ୟ ମୁଣ୍ଡରେ ବହି ମଧ୍ୟ ମର୍ଯ୍ୟାଦା ହାନୀର ଦୁଃସମୟଠୁ ଦୂରେଇ ରହି ପାରିବେ ।

ମକର

ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ ।

କୁମ୍ଭ

ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଦାମ୍ପତ୍ୟ ଓ ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ ।

ମୀନ

କର୍ମ କ୍ଷେତ୍ରରେ ବୈଷୟିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମନ୍ୟତାର ଅଧିକାରୀ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ରାଜନୀତି କ୍ଷେତ୍ରରେ ଉଚ୍ଚବର୍ଗରୁ ସମ୍ମାନ ଓ ଶ୍ରଦ୍ଧାର ସ୍ରୋତ ଛୁଟିବ । କୃଷିଜୀବୀମାନେ କର୍ମଅନୁଯାଇ ଫଳପାଇ ନୂତନ ଦ୍ରବ୍ୟ କ୍ରୟ କରିବାର ସୁଯୋଗ ପାଇବେ । ଅର୍ଥ ଉପାର୍ଜନରେ ଏକନିଷ୍ଠ ହେଲେ ଧନାଢ୍ୟ ହେବାର ରାସ୍ତା ଖୋଲିଯିବ । ଋଣମୁକ୍ତି ହେବାପାଇଁ ଯୋଜନା ପ୍ରସ୍ତୁତ କରି ପାରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *