ସୋମବାର, 27 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଧର୍ମକାର୍ଯ୍ୟପ୍ରତି ମନବଳାଇ ବହୁତ ଶାନ୍ତି ଲଭିବେ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । କର୍ମକ୍ଷେତ୍ରରେ ଟେନସନ ଦୂର ହେବ । ଘରଲୋକଙ୍କୁ ଅବିଶ୍ଵାସ କରି ପରଲୋକଙ୍କୁ ବିଶ୍ଵାସ କଲେ ହଇରାଣରେ ପଡିବେ । ପରିବାରରେ କିଛି ଅର୍ଥ ସଙ୍କଟ ଦେଖାଦେବାରୁ ଅତ୍ୟଧିକ ଚିନ୍ତା କରିବେ । କୌଣସି କାମ ପ୍ରତି ମନ ଲାଗିବ ନାହିଁ । ଈର୍ଷାପରାୟଣ ବ୍ୟକ୍ତିମାନେ କଟୁ ବଚନ ଶୁଣେଇବେ ।

ବୃଷ:-

ପରୀକ୍ଷା ପ୍ରତିଯୋଗିତାରେ ଶୁଭଫଳ ମିଳିବ । ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ  ସାହାଯ୍ୟ କରିବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ଦୂରେଇ ଯାଇଥିବା ବନ୍ଧୁ ଅତି ଆପଣାର ହେବେ । ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ । ରାଜନୀତି, ଅଧ୍ୟୟନ ଓ ଅଧ୍ୟାପନା ତଥା ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ । କଳା ଓ ସଙ୍ଗୀତରେ ସୁନାମ ଅର୍ଜନ କରିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହେବେ ।

ମିଥୁନ:-

କାମ-କାର୍ଯ୍ୟରେ ନୂଆ ଉପଲବ୍ଧି ଆପଣଙ୍କ ପ୍ରତୀକ୍ଷାରେ ରହିବ । ସମସ୍ତ କ୍ଷେତ୍ରରେ ଖୁସି ମିଳିବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ଅଟକିଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ ଓ ବନ୍ଧୁଙ୍କର କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ ।

କର୍କଟ:-

ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ପ୍ରେମୀ-ପ୍ରେମିକାଙ୍କ ସାମଞ୍ଜସ୍ୟ ବୃଦ୍ଧି ହେବ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ କାମ ହୋଇପାରେ । କୌଣସି କାମରେ ବିଶେଷ ଜ୍ଞାନ ହାସିଲ କରିବେ । ଶତୃମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ପରିବାରର କେତେକ ଅକୁହା କଥା ଚିନ୍ତା କରି ଅନ୍ୟମାନଙ୍କୁ ସନ୍ଦେହ ଦୃଷ୍ଟିରେ ଦେଖିବେ ।

ସିଂହ:-

ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ପରିବହନ ଓ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ । ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । ବ୍ୟବସାୟର ଡାକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ । ଆବଶ୍ୟକତା ପୂରଣ ଦିଗରେ ବହୁତ ଖର୍ଚ୍ଚାନ୍ତ ହେବେ । ସାଙ୍ଗ ସାଥିମାନେ ସାହାଯ୍ୟ ସହଯୋଗ କରିବେ ।

କନ୍ୟା:-

କୌଣସି ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । କାମ-କାର୍ଯ୍ୟର ସ୍ଥିତି ବହୁତ ସନ୍ତୋଷଜନକ ହେବ ଓ ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁଙ୍କ ସହଯୋଗରେ ଆଗକୁ ବଢିପାରିବେ । ନିଜର ଚତୁରତା ଓ ବିବେକ ହେତୁ ସମସ୍ତ ବିପରୀତ ପରିସ୍ଥିତିର ସାମ୍ନା କରିପାରିବେ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ ।

ତୁଳା:-

କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ  ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସ୍ଥଗିତଥିବା କର୍ମଟି ପୂରଣ ହେବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ମହିଳାମାନଙ୍କପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ ।

ବିଛା:-

କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପୁରୁଣା ନିବେଶ ଲାଭ ଦେବ । ଆର୍ଥିକସ୍ଥିତି ସୁଧୁରି ଯିବା ଫଳରେ ଯଶ ପ୍ରତିଷ୍ଠା ମିଳିବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ସ୍ଵାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଆର୍ଥିକ ଉନ୍ନତି ଫଳରେ ଚିନ୍ତା କରିଥିବା କାର୍ଯ୍ୟ ଠିକ୍ ସମୟରେ ପୂରଣ ହୋଇପାରିବ । ନୂଆ ଚାକିରୀ ହେବାର ଅଫର୍ ମିଳିବ । ଶାରୀରିକ କଷ୍ଟ ଦୂର ହେବ । ବ୍ୟବସାୟରେ ଆଶାତୀତ ଲାଭକରି ବ୍ୟାଙ୍କବାଲାନ୍ସ ବୃଦ୍ଧି ହେବ ।

ଧନୁ:-

ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ବ୍ୟବସାୟ ପାଇଁ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ଅଫିସ୍ କାମରେ ପରିଚାଳନାଗତ ସମସ୍ୟା ଦେଖାଦେଇ ପରେ । ପରକଥାରେ ପଡି ପରିବାରରେ କଳହ ସୃଷ୍ଟି ହେବ । ଦୂରଯାତ୍ରା କରିବା ଦ୍ଵାରା ଅସୁସ୍ଥତା ଅନୁଭବ କରିବେ । ସାଧାରଣ କଥାକୁ ନେଇ ମନରେ ବିରକ୍ତିଭାବ ପ୍ରକାଶ ପାଇବ ।

ମକର:-

ପାରିବାରିକ କ୍ଷେତ୍ରରେ ଅଧୁରା କାର୍ଯ୍ୟ ପୂରଣ ହେବ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ଓ ଅବସର ମିଳିପାରେ । ନୂଆ ଚାକିରୀ ମଧ୍ୟ ମିଳିପାରେ । ନୂତନ ଜ୍ଞାନର ବୃଦ୍ଧି ହେବ । ଶୁଭ ସମାଚାର ମିଳିପାରେ । ପ୍ରେମୀ-ପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସନ୍ତାନର ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବାପାଇଁ ସମର୍ଥ ହେବେ । ପରିବାରରେ କାହାର ସ୍ଵାସ୍ଥ୍ୟସମସ୍ୟା ନେଇ ମାନସିକ ଚିନ୍ତା ବୃଦ୍ଧି ପାଇବ । ଅଯଥା ଧାଁଦୌଡ ଯୋଗୁ ଶକ୍ତିର ଅପଚୟ ହେବ ।

କୁମ୍ଭ:-

ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ।ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କସ୍ଥାପିତ ହେବ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ । ଧର୍ମ-କର୍ମରେ ରୁଚି ବୃଦ୍ଧି ହେବ । କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ ମଧ୍ୟ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ଚାକିରୀରେ ପଦୋନ୍ନତି ହେବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରଣ କରିବେ । ପରିବାର ସମ୍ବନ୍ଧିତ ବା କୌଣସି ବନ୍ଧୁଙ୍କ ଦ୍ଵାରା ଶୁଭ ସମାଚାର ଶୁଣିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ ।

ମୀନ:-

ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । କମିଶନ ସମ୍ବନ୍ଧିତ କାର୍ଯ୍ୟରେ ଲାଭ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସି ହେବେ । ନିଜର ଚତୁରତା ଓ ପତିଆରା ଯୋଗେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷକୁ ଆଣି ପାରିବେ ।

Leave a Reply

Your email address will not be published. Required fields are marked *