ସୋମବାର, 29 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କାରବାରରେ ସୁଧାର ଆସିବା ଫଳରେ ଅଧିକ ଲାଭ ହେବ ଓ ମନ ଖୁସିହେବ । ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀ ମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ପିଲାମାନଙ୍କ ପାଠପଢା ନେଇ ବହୁ ଦିଗରୁ ମନୋବଳ ଓ ସାମର୍ଥ୍ୟ ବୃଦ୍ଧି ପାଇବ । ନୂତନ ସମ୍ପତି କ୍ରୟ କରିବେ ।

ବୃଷ

ବାଣୀର ପ୍ରଭାବ ଓ ପରାକ୍ରମ ବଢିବା ଫଳରେ ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା, ଦକ୍ଷତା ଓ କ୍ଷମତାର ସଦୁପୋଯୋଗ କରିବା ଫଳରେ ବହୁତ ଲାଭ ମିଳିବ । ଭବିଷ୍ୟତକୁ ଧ୍ୟାନରେ ରଖି ସନ୍ତୁଳିତ ବଜେଟ ତିଆରି କରିବେ । ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ଶୁଭ ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଯୁକ୍ତିତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରି ଆଶୀର୍ବାଦ ପ୍ରାପ୍ତ କରନ୍ତୁ ।

ମିଥୁନ

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରି କଷ୍ଟ ଭୋଗିବେ । ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

କର୍କଟ

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ବ୍ୟବସାୟରେ ସ୍ଵାର୍ଥପରତା ଓ ଆଳସ୍ୟଭାବ ଦେଖା ଦେବ । ମହିଳାମାନେ ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିଲେ ଭଲ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ ।

ସିଂହ

ବ୍ୟବସାୟୀମାନଙ୍କର ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ନୂଆ କାମ ଓ ନୂଆ ପ୍ରେରଣା ମିଳିବ । ମିତ୍ର ଓ ସହଯୋଗୀଙ୍କ ଦ୍ଵାରା ଆଶାତୀତ ସହଯୋଗ ମିଳିବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ଆମୋଦ-ପ୍ରମୋଦ, କ୍ରିଡା, ଦୂରଯାତ୍ରା ସବୁଥିରେ ସଫଳତା ମିଳିବ । ବିଦ୍ୟାଧ୍ୟୟନ ସମ୍ବନ୍ଧୀୟ ଶୁଭ ସମାଚାର ମିଳିବ । ଭାଇମାନଙ୍କ ଠାରୁ ଲାଭ ମିଳିବ । ଗୃହରେ ଶୁଭ କାର୍ଯ୍ୟ ବା ମଙ୍ଗଳ କାମ କରିପାରିବେ । ବାହନ ଆଦି କ୍ରୟ କରିପାରିବେ । ସ୍ଵାସ୍ଥ୍ୟରେ ସୁଧାର ଆସିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କନ୍ୟା

ପାରିବାରିକକ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ଧୈର୍ଯ୍ୟ ଓ ସହନଶୀଳତା ଯୋଗେ ଯଶ ମିଳିବ । ସାମାଜିକ ପତିଆରା ଅମଳିନ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡ଼ିବ । ଶିଳ୍ପ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବନାହିଁ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ । ବାଦ ବିବାଦ ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ ।

ତୁଳା

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସରକାରୀ କାମରେ ସଫଳତା ପାଇବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ ।

ବିଛା

କର୍ମକ୍ଷେତ୍ରରେ ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଅଚାନକ ଭାବରେ ଦୂରଯାତ୍ରା କରିବେ । ନୂତନ ଗୃହସୁଖ ଓ ଯାନ ବାହନ ସୁଖ ମିଳିବ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ଧନୁ

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

ମକର

ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ମିତ୍ରଙ୍କ ସହାୟତା ଓ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

କୁମ୍ଭ

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ କ୍ଷତିରେ ପଡିବେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ ।

ମୀନ

ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ । ସମ୍ପତ୍ତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି ।

Leave a Reply

Your email address will not be published. Required fields are marked *