ସୋମବାର, 8 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ରାଜନୀତି କାର୍ଯ୍ୟରେ ସାମାଜିକ ଉତ୍ସବରେ ଯୋଗ ଦେଲେ ସଫଳତା ମିଳିବ । ବ୍ୟବସାୟ କ୍ଷେତ୍ରରେ ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିପାରେ । ମହିଳାମାନେ ପିଲାମାନଙ୍କ ସଫଳତାରେ ଖୁସିହେବେ ଓ ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । କର୍ମକ୍ଷେତ୍ରରେ ଅଧିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ ଆନନ୍ଦ ଅନୁଭବ କରିବେ । ଶୁଭ ସମ୍ବାଦ ପାଇ ଖୁସି ହେବେ ।

ବୃଷ

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଅଚାନକ ଧନ ପ୍ରାପ୍ତି ହେବ ଓ ଭବିଷ୍ୟତ ପାଇଁ ଯୋଜନା କରି ପୁଞ୍ଜି ନିବେଶ କରିବେ । ଜାଗା, ଜମି, ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ । ମହିଳାମାନେ ଆଶା କରୁଥିବା ଖବର ପାଇ ଖୁସୀ ହୋଇଯିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରକଥାରେ ପଡି ପରିବାର ଲୋକଙ୍କୁ ଭୁଲ୍ ବୁଝି ପାରନ୍ତି ।

ମିଥୁନ

ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଆଗକୁ ବଢିବାର ସୁଯୋଗ ପାଇବେ । ଶାରୀରିକ ସୁସ୍ଥତା ଓ ମାନସିକ ଶାନ୍ତି ଅନୁଭବ କରିବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ଦ୍ଵାରା ଆଶାତୀତ ଲାଭ ପାଇବେ । ମହିଳାମାନେ ପିଲାଙ୍କ ସହ ଖୁସିଗପ କରିବାରେ ମଉକା ଜୁଟିବ ଓ ପାରିବାରିକ ସ୍ତରରେ ଭୁଲ ବୁଝାମଣାର ସମାଧାନ ହୋଇ ଉନ୍ନତିମୂଳକ ପଦକ୍ଷେପ ନେବେ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତ କାରରେ କୃତକାର୍ଯ୍ୟ ହେବେ । ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

କର୍କଟ

ମହିଳାମାନେ ଶୁଭ କାମ କରି ପ୍ରଶଂସିତ ହେବେ । କର୍ମକ୍ଷେତ୍ରରେ ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । ଛାତ୍ରଛାତ୍ରୀମାନଙ୍କର ସଭାସମିତିରେ ସାହିତ୍ୟଚର୍ଚ୍ଚାରେ ସଫଳତା ମିଳିବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ରାଜନୀତି କ୍ଷେତ୍ରରେ ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବାଣିଜ୍ୟ କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ସିଂହ

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଅତୁଟ ରହିବ । ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ରାଜନୈତିକ କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ ଓ ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଆୟବୃଦ୍ଧି, ଋଣମୁକ୍ତି, କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ ।

କନ୍ୟା

କର୍ମକ୍ଷେତ୍ରରେ ଈର୍ଷାପରାୟଣ ବ୍ୟକ୍ତିମାନେ ଦୂରେଇଯିବେ ଓ ସାମାଜିକ ସ୍ତରରେ ସମ୍ମାନଲାଭ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରି ଆନନ୍ଦିତ ହେବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ନିଜର କର୍ତ୍ତବ୍ୟକୁ ଠିକ୍ ଭାବରେ ନିର୍ବାହ କରିପାରିବେ ନାହିଁ । ଶିକ୍ଷାକ୍ଷେତ୍ରରେ ଊତ୍ସାହ ଏବଂ ସ୍ଵାସ୍ଥ୍ୟରେ ଉନ୍ନତି ଦେଖାଦେବ । ଛାତ୍ର ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଅନୁଭବ କରିବେ ।

ତୁଳା

କର୍ମକ୍ଷେତ୍ରରେ ସୁଯୋଗ ହାତଛଡା ହେବାର ନାହିଁ । ରାଜନୀତି କ୍ଷେତ୍ରରେ କଥା ଓ ବ୍ୟବହାର ନିୟନ୍ତ୍ରଣ ନକଲେ ଲୋକ ସଂପର୍କରେ ବାଧା ଉପୁଯିବ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ମହିଳାମାନେ ପରିବାର ତଥା କୁଟୁମ୍ବରେ ମାଙ୍ଗଳିକ କାର୍ଯ୍ୟ ଓ ଧାର୍ମିକ କାର୍ଯ୍ୟରେ ଯୋଗ ଦେଇ ଖର୍ଚ୍ଚାନ୍ତ ହେବେ । ଯାହାର ବେଶି ଉପକାର କରିଥିବେ ତାହାଦ୍ୱାରା ବେଶି ଆଘାତ ପାଇବେ । ସ୍ୱାସ୍ଥ୍ୟ ପ୍ରତି ଧ୍ୟାନଦେଇ କାର୍ଯ୍ୟ କରନ୍ତୁ । ସୁଯୋଗ ହାତପାହାନ୍ତାରେ ଥିଲେ ମଧ୍ୟ ଶେଷ ସମୟରେ ହରାଇ ମନ ବ୍ୟସ୍ତ ହେବ । ପାରିବାରିକ ଜଞ୍ଜାଳ ବୃଦ୍ଧି ପାଇବ ।

ବିଛା

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ ଓ ପରିବହନ ବ୍ୟବସାୟରେ ବିଶେଷ ଲାଭବାନ ହେବେ । ମହିଳା ମାନଙ୍କର ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ ଓ ଶତୃମାନେ ପରାଜିତ ହେବେ । ଆତ୍ମୀୟ ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ ଓ ଗୃହୋପକାରଣ କ୍ରୟକରିବେ । ବନ୍ଧୁ ପରିବାର ଠାରୁ ସୁଖ ମିଳିବ ଓ ଆୟରପନ୍ଥା ସହଜ ହେବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।

ଧନୁ

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ମହିଳାମାନେ ପିଲାମାନଙ୍କ କାର୍ଯ୍ୟରେ ଖୁସି ହେବେ । ନୂଆ ସମ୍ପର୍କରେ ଉନ୍ନତି ହେବ ଓ ଅଧାଥିବା କାର୍ଯ୍ୟ ପୂରଣ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । କର୍ମକ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ ।

ମକର

ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଧାର୍ମିକ କାର୍ଯ୍ୟରେ ମନ ଲାଗିବ ଏବଂ ତୀର୍ଥଯାତ୍ରା ମଧ୍ୟ କରିବାକୁ ପଡିପାରେ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ନୂତନ କର୍ମ ନିଯୁକ୍ତି ପାଇବେ । ପିତା ମାତାଙ୍କ ଠାରୁ ସହଯୋଗ ମିଳିବ । ପରିବାର ଓ ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ । ଉଚ୍ଚଶିକ୍ଷା କ୍ଷେତ୍ରରେ ସଫଳ ହେବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । କଳା, ସାହିତ୍ୟ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କୁମ୍ଭ

ଛାତ୍ରଛାତ୍ରୀ ମାନଙ୍କର ଉଦ୍ୟମ ବଳରେ ସିଦ୍ଧିପ୍ରାପ୍ତି ଓ ଉଚ୍ଚସ୍ଥାନ ସଂପୃକ୍ତି ହେବ । ରାଜନୀତି କ୍ଷେତ୍ରରେ ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ପାରିବାରିକ ସମସ୍ୟା ଗୁଡ଼ିକୁ ସୁଧାରି ନେବା ଫଳରେ ଆନନ୍ଦିତ ହେବେ । କୌଣସି ଶୁଭ ସମାଚାର ମଧ୍ୟ ଶୁଣିବାକୁ ମିଳିବ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ମୀନ

ନୂତନ ଯୋଜନା ପ୍ରସ୍ତୁତ କରି ବ୍ୟବସାୟରେ ଆୟ ଉପାର୍ଜ୍ଜନର ବୃଦ୍ଧି ହେବ । କର୍ମକ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ନୂତନ କର୍ମ ନିଯୁକ୍ତି ପାଇବାରେ ସଫଳ ହେବେ । ଶତ୍ରୁବାଧା ଦୂରେଇ ଯିବ ଓ ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ଦୂରଯାତ୍ରାର ସୁଯୋଗ ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *