ଗୁରୁବାର, 10 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ପ୍ରେମିକ ପ୍ରେମିକା ମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । କଠିନ ପରିଶ୍ରମ କରିବା ଫଳରେ ଉପରିସ୍ଥ କର୍ମଚାରୀ ମାନଙ୍କ ପ୍ରିୟଭାଜନ ହୋଇ ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳ ହୋଇ ଉଚ୍ଚଶିକ୍ଷା ଅଧ୍ୟୟନ ପାଇଁ ବିଦେଶ ଯାତ୍ରା ଯୋଗ ଅଛି । କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ ।

ବୃଷ

ବ୍ୟବସାୟରେ ନୂତନ ଯୋଜନା ପ୍ରସ୍ତୁତ କରି ଲାଭବାନ ହେବେ । ବାକିଥିବା ଅର୍ଥ ପ୍ରାପ୍ତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବାର ରାସ୍ତା ପରିଷ୍କାର ହୋଇ ଯିବ । ପୈତୃକ ସମ୍ପତ୍ତିକୁ ନେଇ ପରିବାରରେ ଅଶାନ୍ତି ଥିଲେ ଆଜି ତାହା ସମାଧାନ ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସ୍ୱାସ୍ଥ୍ୟରେ ଉନ୍ନତି, ବିଦ୍ୟାରେ ଯଥେଷ୍ଟ ଫଳ ପ୍ରାପ୍ତି ହେବ । ରାଜନେତା ମାନେ ଧାର୍ମିକ କାର୍ଯ୍ୟରେ ଯୋଗ ଦେଲେ ସମ୍ମାନୀତ ହେବେ ।

ମିଥୁନ

ପାରିବାରିକ କ୍ଷେତ୍ରରେ ଆତ୍ମସନ୍ତୋଷ ଲାଭ ଓ ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ରାଜନେତା ମାନେ ଅତ୍ୟଧିକ କାର୍ଯ୍ୟ ଚାପ ଯୋଗୁଁ ଓ କଠିନ ପରିଶ୍ରମ ହେତୁ ଶାରିରୀକ ଏବଂ ମାନସିକ କଷ୍ଟ ଭୋଗିବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେଇ ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କର୍ମଚାରୀମାନେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିକୁ ନିଜ ତରଫରେ ନେଇ, ସ୍ଵାର୍ଥସିଦ୍ଧିର ପଥକୁ ପ୍ରଶସ୍ତ କରିବେ । ଋଣ ଭରଣାରେ ସହଜ ହେବ ।

କର୍କଟ

ମହିଳାମାନଙ୍କର ଉତ୍ତମ ରୋଜଗାର ମିଳିବ । ଗୃହସ୍ଥ ଜୀବନ ସୁଖମୟ ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ ହେବେ । ବ୍ୟବସାୟରେ ଭଲ ଲାଭ ପାଇବେ ଓ ବାକିଥିବା ଅର୍ଥପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ରାଜନେତା ମାନଙ୍କର ଶତୃ ପରାଜିତ ହୋଇ ସମସ୍ତଙ୍କର ପୂର୍ଣ୍ଣ ସହଯୋଗ ମିଳିବ । ମହିଳାମାନେ ଭଲ କାମ କରି ସୁଖରେ ଦିନ ବିତାଇବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ସିଂହ

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ପାରିବାରିକ ଜୀବନରେ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । କେତେକ ବାଧା ପ୍ରତିବନ୍ଧକର ସାଧାରଣ ପରିବର୍ତ୍ତନ ଘଟି ଆଶା ଆକାଂକ୍ଷା ପୂର୍ତ୍ତି ଘଟିବା ଯୋଗେ ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ଉନ୍ନତି ଓ ଲାଭ ପ୍ରାପ୍ତି ହେବ । ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ସରକାରୀ କର୍ମଚାରୀ ମାନେ କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କର ସହଯୋଗ ପାଇବେ ଏବଂ ଉତ୍ତମ କାର୍ଯ୍ୟ କରି ପ୍ରଶଂସିତ ହେବେ । ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ ।

କନ୍ୟା

ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ଋଣ ମିଳିଯିବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ନୂତନ ଲୋକଙ୍କ ସହ ବନ୍ଧୁତ୍ୱ ସ୍ଥାପନ ହେବ । ରାଜନୀତି କ୍ଷେତ୍ରରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ନୂତନ ବ୍ୟବସାୟ ଆରମ୍ଭ କଲେ ଲାଭବାନ ହେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ ।

ତୁଳା

ଭାଇ ଭଉଣୀ ବନ୍ଧୁବାନ୍ଧବଙ୍କ ଉତ୍ତମ ସମ୍ପର୍କ ରହିବା ଫଳରେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ପାଇବେ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଗଠନମୂଳକ ଯୋଜନା ପ୍ରସ୍ତୁତ କରି ଆଗେଇ ଯିବାର ରାସ୍ତା ଖୋଲିବେ । ପ୍ରବାସରେ ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟ କ୍ଷେତ୍ରରେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଆଶା ମୁତାବକ ଫଳ ପାଇବେ ।

ବିଛା

ବ୍ୟବସାୟ ପାଇଁ ଦୂରଯାତ୍ରାରେ ସଫଳ ହେବେ ଓ ଅନେକ ପ୍ରକାର ସୁବିଧା ସୁଯୋଗ ପାଇ ଆଶା ପୂରଣ ହେବାର ରାସ୍ତା ଖୋଲିଯିବ । ରାଜନୈତିକ କ୍ଷେତ୍ରରେ ଭୋଗବିଳାସ ଓ ଆନନ୍ଦମୟ ମୂହୁର୍ତ୍ତ ସାଙ୍ଗକୁ ସ୍ଵାସ୍ଥ୍ୟକର ପରିବେଶ ଓ ସମ୍ମାନଜନକ ଘଟଣା ଘଟି ପାରେ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ପୁରାତନ ରୋଗର ଉପଶମ ହେବା ଫଳରେ ମନ ଶାନ୍ତ ରହିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ଶୃଙ୍ଖଳା ଦେଖାଦେବ ।

ଧନୁ

ପତି ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ଅନ୍ୟର ଉପକାର କରି ପ୍ରଶଂସିତ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ ଓ ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

ମକର

ରାଜନେତାମାନେ ନୀରବତା ରକ୍ଷାକରି ପରିସ୍ଥିତି ହାତରେ ନିଜକୁ ସମର୍ପଣ କରିଦେବା ଉତ୍ତମ ହେବ । ଶିକ୍ଷାର୍ଥୀମାନଙ୍କ ପାଇଁ ଅଧ୍ୟୟନରେ ବାଧା ଉପୁଯିବ ନାହିଁ । ବାଦ-ବିବାଦ, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କ ଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ମହିଳାମାନେ ବିଦେଶୀ ବନ୍ଧୁଙ୍କ ଦ୍ଵାରା ଅଧିକ ଉପକୃତ ହେବେ ।

କୁମ୍ଭ

ପୁରାତନ ରୋଗର ଉପଶମ ପାଇଁ ସ୍ୱାସ୍ଥ୍ୟ ଅନେକାଂଶରେ ଭଲ ରହିବ । ସନ୍ତାନମାନେ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ସାଂସାରିକ ଜୀବନ ସୁଖମୟ ହେବ । ବନ୍ଧୁମିତ୍ରଙ୍କ ସହ ମନୋରଞ୍ଜନ, ଭ୍ରମଣ ଫଳରେ ହସଖୁସିର ବାତାବରଣ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରୀ ହୋଇ ପାରିବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ସୁନା, ଚାନ୍ଦି, ବ୍ୟବସାୟରେ ଲାଭ ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେଲେ ବି ବିତଣ୍ଡା, ବିତର୍କ କ୍ଷେତ୍ରରୁ ଓହରି ରହିଯିବା ଅଧିକ ଉତ୍ତମ ।

ମୀନ

ପୁରୁଖା ନେତା ବା ଦଳର ମୁଖ୍ୟଙ୍କର ଅତ୍ୟନ୍ତ ପ୍ରିୟପାତ୍ର ହୋଇ ପାରିବେ । ଦୀର୍ଘଦିନ ଧରି ଚିନ୍ତା କରୁଥିବା ନୂତନ କାର୍ଯ୍ୟ ଏବଂ ନୂତନ ବ୍ୟବସାୟ ଅତି ସହଜରେ ଆରମ୍ଭ କରି ପାରିବେ । ଅଚିହ୍ନା ଲୋକଙ୍କଠାରୁ ସାହାଯ୍ୟ ପାଇ ଧନ୍ୟ ହେବେ । ରେଶମୀବସ୍ତ୍ର, ଅଗରବତୀ, ଇଟା, କ୍ଷୀର, ଦହି, ଘିଅ, ଚାନ୍ଦି, ବାଦ୍ୟଯନ୍ତ୍ର, ଚଳଚିତ୍ର, ଔଷଧ, ଶାଢ଼ୀ, ଷ୍ଟେସନାରୀ ଓ ସ୍ତ୍ରୀମାନଙ୍କର ସୌଖୀନ ଦ୍ରବ୍ୟାଦି ବ୍ୟବସାୟରେ ଅଧିକଲାଭ କରିପାରିବେ । ସଂଚାଳକ, ଓକିଲ, ନ୍ୟାୟଧୀଶ, ଚିକିତ୍ସକ, କଳାକାର ମାନଙ୍କର ପ୍ରବଳ ଉନ୍ନତି ହେବ । ରାଜନୈତିକ କ୍ଷେତ୍ରରେ ପ୍ରବଳ ଲୋକ ସମର୍ଥନ ମିଳିବ ।

Leave a Reply

Your email address will not be published. Required fields are marked *