ଗୁରୁବାର, 11 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଦୂରଯାତ୍ରାର ସୁଯୋଗ ପାଇବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ । ବିଦ୍ୟାକ୍ଷେତ୍ରରେ ପ୍ରଶଂସା ପାଇବେ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବାପାଇଁ ସୁଯୋଗ ପାଇବେ । ଧର୍ମାତ୍ମା, ଦେବତା, ସାଧୁସନ୍ଥଙ୍କସେବା ଓ ପରୋପକାର କର୍ମରେ ନିଜକୁ ନିଯୋଜିତ କରିବେ ।

ବୃଷ

କଳକାରଖାନା ବା ଯନ୍ତ୍ରପାତି ବ୍ୟବସାୟରେ ପ୍ରବଳ ଲାଭ ହେବ । ପରିବହନ ଓ ପାର୍ଟନରସିପ ବ୍ୟବଶାୟରେ ଲାଭ ଅପରି ବର୍ତିତ ରହିବ । ଚାକିରି କ୍ଷେତ୍ରରେ ପଦୋନ୍ନତିର ସୂଚନା ନିଶ୍ଚୟ ପାଇବେ । ପାରିବାରିକ ପତିଆରା ଭଲ ରହିବ । ମହିଳାମାନେ ଉତ୍ତମ ବୁଝାମୁଣାରେ ଗତିକରି ଅଦୃତି ଓ ଶ୍ରଦ୍ଧାର ଅଧିକାରିଣୀ ହେବେ । ରାଜନୀତି କ୍ଷେତ୍ରରେ ବାଧା ବନ୍ଧନ ନମାନି ଆଗେଇ ଯିବାର ସୁଯୋଗ ପାଇବେ । ପ୍ରତିଦ୍ବନ୍ଦିତାରେ ବିଜୟୀ ହୋଇ ପଦ ପଦବୀରେ ଅଧିଷ୍ଠିତ ହେବେ । ସତ୍ୟବାଦୀ, ଶାନ୍ତିପ୍ରିୟ, ଧୈର୍ଯ୍ୟଶିଳ, ଭଦ୍ର ବ୍ୟକ୍ତିଭାବେ ପ୍ରଶଂସା ପାଇବେ ।

ମିଥୁନ

କର୍ମକ୍ଷେତ୍ରରେ ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ, ଉଚ୍ଚ ସମ୍ମାନ ପାଇବେ । ସାମାଜିକ ପତିଆରା ଅମଳିନ ରହିବ । ବାଦ-ବିବାଦ, ମାଲିମୋକଦ୍ଦମା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ମିଷ୍ଟାନ ଭୋଜନ ସହ ଉଚ୍ଚଆଶା ପୂରଣ ହେବ । ସ୍ଥଳ ବିଶେଷରେ ଦୂରସ୍ଥାନବାସ ଯୋଜନା ମନ ମଧ୍ୟରେ ଉଙ୍କି ମାରିବା ଫଳରେ ସୁଖ, ସମ୍ପତ୍ତି ଲାଭ ହେବ । ବନ୍ଧୁମାନଙ୍କ ଠାରୁ ସାହାଯ୍ୟ ପ୍ରାପ୍ତି ହେବ । କୋର୍ଟ କଚେରୀ ମାମଲାରେ ହାତେମାପି ଚାଖଣ୍ଡେ ଚାଲିବା ବିଧେୟ । କର୍ମକ୍ଷେତ୍ରରେ ଅସୁବିଧା ନହେଲେ ମଧ୍ୟ ଆଶଙ୍କା ରହିବ ।

କର୍କଟ

ଆମଦାନି ରପ୍ତାନି ବାଣିଜ୍ୟରୁ ଯଥେଷ୍ଟ ଲାଭ ମିଳିବ । ଆର୍ଥିକ ଦିଗର ଅଭିବୃଦ୍ଧି କାରଣରୁ ଗଠନମୂଳକ ତଥା ସେବାସମ୍ବନ୍ଧିତ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣକରିବେ । ଶତ୍ରୁ ନାଶ ଯୋଗେ ନିରୁପଦ୍ରବ ଜୀବନଚର୍ଯ୍ୟାର ଅଧିକାରୀହେବେ । ପାରିବାରିକ କ୍ଷେତ୍ରରେ ଆତ୍ମବିଶ୍ଵାସ ଓ ଦୃଢତା ଯୋଗେ ସମ୍ମାନର ଆଧିକାରି ହେବେ । ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ମହିଳାମାନଙ୍କ ଚାକିରିରେ ପଦୋନ୍ନତିସହ ଆର୍ଥଲାଭ ହେବ । ଯୁବକ ଯୁବତୀ ମାନେ ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହୋଇ ନୂତନ କର୍ମ ନିଯୁକ୍ତିର ସୁବିଧା ସୁଯୋଗ ପାଇ ଖୁସିହେବେ ।

ସିଂହ

କର୍ମକ୍ଷେତ୍ରରେ ସଚ୍ଚୋଟ ଓ ନ୍ୟାୟୀ ବ୍ୟକ୍ତିହିସାବରେ ସମ୍ମାନ ପାଇବେ । ପ୍ରତେକ କଥାକୁ ଟିକିନିଖି ପରୀକ୍ଷା ପରେ ହିସାବକୁ ନେବେ । ସ୍ଵାସ୍ଥ୍ୟରେ ଉନ୍ନତି ସହ ଅଧ୍ୟାତ୍ମିକ ତଥା ବୈଷୟିକ ରୁଚି ପୂର୍ତ୍ତି ହେବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ଆୟ ମଧ୍ୟ ଉତ୍ତମ ହେବ । ମହିଳାମାନେ ସନ୍ତାନ ସନ୍ତତି ମାନଙ୍କ ଖୁସିରେ ଆନନ୍ଦିତ ହେବେ । ବ୍ୟବସାୟ କ୍ଷେତ୍ରରେ ଦ୍ଵିଗୁଣା ଲାଭ ପାଇବା ଦ୍ରବ୍ୟ କ୍ରୟ କରିବେ । କୌଣସି ଶିକ୍ଷା ଅନୁଷ୍ଠାନରେ ଯୋଗ ଦେବାର ସୁବିଧା ସୁଯୋଗ ଆସିବ । କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ ।

କନ୍ୟା

କର୍ମକ୍ଷେତ୍ରରେ ଦକ୍ଷତା ଓ ପ୍ରତିଭା ପ୍ରଦର୍ଶନ ଜନିତ ଯଶମାନ ସମ୍ମାନ ପ୍ରତିଷ୍ଠା ପ୍ରାପ୍ତିହେବ । ଲୁହା, କାଠ, କୋଇଲା, କଳକବ୍ଜା, ବ୍ୟବସାୟରୁ ଓ କଣ୍ଟ୍ରାକ୍ଟରୀରୁ ଯଥେଷ୍ଟ ଲାଭ ଉଠାଇବେ । ପ୍ରତ୍ୟେକ କ୍ଷେତ୍ରରେ ଉଚ୍ଚସ୍ଥିତି ରକ୍ଷା କରି ଚଳିବେ । ସରକାରୀ ସାହାଯ୍ୟ ଲାଭ କରିବାର ସୁଯୋଗ ପାଇବେ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ପରିବାରରେ ମାନ ମନାନ୍ତର ଦୂର ହେବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ଲାଭବାନ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଆର୍ଥିକ ଦିଗରୁ ସୁବିଧା ପାଇବେ । ରାଜନୈତିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରତିକାର:- କୁକୁରଙ୍କୁ ଖାଦ୍ୟ ଦେବା ଉଚିତ୍ ।

ତୁଳା

କର୍ମକ୍ଷେତ୍ରରେ ଓ ଆନୁଷ୍ଠାନିକ କାମରେ ଠିକ୍ ପରାମର୍ଶ ଦେଇ ଆଦର, ସମ୍ମାନ ଓ ପ୍ରଶଂସା ମିଳିବ । ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଆର୍ଥିକ ସଙ୍କଟ ଦୂର ହୋଇ କୌଣସି କାମ ଅଟକିବନାହିଁ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପାରିବାରିକସ୍ତର ହସ ଖୁସିରେ କଟିବ । ବ୍ୟବସାୟରେ ଯଥେଷ୍ଟ ଅଗ୍ରଗତି ଘଟିବା ସହ ଚିନ୍ତା କରିଥିବା କାମ ଗୁଡିକ ହେବ । ପଢାପଢିରେ ମନ ଧ୍ୟାନ ପ୍ରାୟ ଲାଗି ରହିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖି ହେବେ ।

ବିଛା

ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହିବ ଓ ବନ୍ଧୁତ୍ଵ ବୃଦ୍ଧି ପାଇବ । ଉପରିସ୍ଥଙ୍କୁ ସନ୍ତୁଷ୍ଠ କରିହେବ, ଯଦି କର୍ତ୍ତବ୍ୟ ପରାୟଣତାକୁ ରକ୍ଷା କରିପାରିବେ । କୌଣସି ଆବଶ୍ୟକୀୟ ଜିନିଷ କିଣିବା ପାଇଁ ବାଧ୍ୟ ହେବେ । କର୍ମକ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ପରିସ୍ଥିତିକୁ ସମାଧାନ ବାଟକୁ ଟାଣି ଆଣିବେ । ମହିଳାମାନେ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି, ମାନସମ୍ମାନ ପାଇବେ । ବ୍ୟବସାୟ କ୍ଷେତ୍ରରେ ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାକ୍ଷେତ୍ରରେ ପ୍ରତିଭାର ବିକାଶ ହେବ । ସବୁ ଭଲ ଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖାଦେବ ।

ଧନୁ

ରାଜନୈତିକ କ୍ଷେତ୍ରରେ ଯଶ, ମାନ ବୃଦ୍ଧି ହେବ । ମାନସିକ ଦୁଶ୍ଚିନ୍ତା ଦୂରେଇ ଯିବ । ବ୍ୟବସାୟରେ କଠିନ ପରିଶ୍ରମ କରିବାକୁ ପଡିବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ଘରଠୁ କର୍ମ କ୍ଷେତ୍ରକୁ ପ୍ରମୁଖତା ଦେଇ ଆଧିକ ସମୟ ମଧ୍ୟ ଉତ୍ସର୍ଗ କରିବାକୁ ପଡିବ । କୃତକର୍ମ ନିମନ୍ତେ ଅନୁଶୋଚନା ଓ ହଠାତ୍ ମତ ପରିବର୍ତ୍ତନ କରି ସମସ୍ତଙ୍କୁ ଚକିତ କରି ଦେବେ । ମାତୃସ୍ଥାନୀୟା ବ୍ୟକ୍ତିଙ୍କ ପାଇଁ ବନ୍ଧୁବାନ୍ଧବଙ୍କ ସହ ମନାନ୍ତର ସୃଷ୍ଟି ହୋଇପାରେ । ଘର ତଥା ପରିବାରର କଥା ଚିନ୍ତାକରି କଥାରେ ସଂଯମତା ହରାଇବେ ଏଣୁ ସତର୍କତା ଗ୍ରହଣ କରିବା ଭଲ ।

ମକର

କୌଶଳପୂର୍ଣ୍ଣ କାର୍ଯ୍ୟଶୈଳୀ ଓ ବିବେକାନୁମୋଦିତ ଚିନ୍ତାଧାରା ସାଙ୍ଗକୁ ଦୃଢ଼ ପଦକ୍ଷେପ ନେଇ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ହାସଲ କରିବେ । ଆନୁଷ୍ଠାନିକ କାମରେ ଦକ୍ଷତା ହେତୁ ବନ୍ଧୁମାନଙ୍କ ଦ୍ୱାରା ପ୍ରଶଂସିତ ହେବେ । ହୋଟେଲ, ତେଲବ୍ୟବସାୟୀ, କଳାକାର, ରାଜନୈତିଜ୍ଞ, ଶିଳ୍ପକାରୀ, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଂ, ପନିପରିବା ଚାଷୀମାନେ ବିଶେଷ ଲାଭାନ୍ୱିତ ହେବେ । ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ଆଜି ମିଳିଯିବ । ମହିଳାମାନଙ୍କର ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧିହେବ ।

କୁମ୍ଭ

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେ ମଧ୍ୟ ସହଜରେ ସମାଧାନ କରିପାରିବେ । ପାରିବାରିକ କ୍ଷେତ୍ରରେ ଶୁଭଖବର ପାଇ ଖୁସି ହେବେ ଓ ହସ ଖୁସିରେ ସମୟ କଟିବ । ପ୍ରତିଯୋଗିତା ମୂଳକ କାର୍ଯ୍ୟରେ କୃତିତ୍ଵ ଲାଭ କରିବେ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ । ଆଲୋଚନା କ୍ଷେତ୍ରରେ ଠିକ୍ ନିସ୍ପତି ନେବେ ।

ମୀନ

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ଧାର୍ମିକକାର୍ଯ୍ୟରେ ରୁଚି ବଢ଼ିବ ଓ ସମୟ ଆନନ୍ଦମୟ ହେବ । ବ୍ୟବସାୟକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ଠିକ୍ ଭାବେ ବୁଝିପାରିବା ଯୋଗେ ଆର୍ଥିକ ସାହାଯ୍ୟ ମିଳିବ । ବିଚାର ବିଭାଗ ରାୟ ସପକ୍ଷରେ ଯିବ । ସରକାରୀ ଚାପ ପଡିଲେ ମଧ୍ୟ ରାଜନୀତିରେ ସଫଳତା ମିଳିବ । ସାର୍ବଜନୀନ ସମ୍ପର୍କରେ ନିଜର ବ୍ୟକ୍ତିତ୍ଵ ବିକଶିତ ହେବ । ଧନସମ୍ପଦ, ବସ୍ତ୍ରଭୂଷଣ ଆଦି ଲାଭହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ଆଜି ଚେଷ୍ଟା କରିବେ ।

Leave a Reply

Your email address will not be published. Required fields are marked *