ଗୁରୁବାର, 13 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କର୍ମକ୍ଷେତ୍ରରେ ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବା ଫଳରେ ସନ୍ତୋଷ ଓ ଅର୍ଥାଗମହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ଯେଉଁ କାମରେ ହାତଦେବେ ତାହା ନିର୍ବିଘ୍ନରେ ସମାପନ ହେବ । ଆନୁଷ୍ଠାନିକ କାମ, ଗୃହ, ଜମିଜମା, ଗାଡ଼ି ମୋଟର, ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ମାନସିକତା ଅକ୍ଷୁର୍ଣ୍ଣ ରହିବ । ବନ୍ଧୁଙ୍କଠାରୁ ସାହାଯ୍ୟର ପ୍ରତିଶୃତି ପାଇ ମାନସିକଶାନ୍ତି ପାଇବେ । କଳା, ସାହିତ୍ୟକ୍ଷେତ୍ରରୁ ସୁଫଳ ଓ ଆନନ୍ଦ ମିଳିବ । ମହିଳାମାନଙ୍କ କର୍ମକ୍ଷେତ୍ର ସମସ୍ୟା ଦୂର ହୋଇଯିବ ।

ବୃଷ:-

ଶାରୀରିକ ସୁସ୍ଥତା ଅନୁଭବ କରିବେ । ବନ୍ଧୁ ପରିଜନଙ୍କ ସ୍ନେହ, ଶ୍ରଦ୍ଧା ପାଇବେ । କେତେକ ସାଧାରଣ ଘଟଣାକୁ କେନ୍ଦ୍ରକରି ପରିବାରରେ ଉପୁଜିଥିବା ବିବାଦ ମେଣ୍ଟିଯିବ । ସଭାସମିତି, କଳା, କ୍ରୀଡ଼ା, ସଙ୍ଗୀତ ତଥା ନୂତନବନ୍ଧୁ ସମ୍ପର୍କ ସ୍ଥାପନ କ୍ଷେତ୍ରରେ ଆଶାନୁଯାୟୀ ଫଳ ପାଇବେ । ସାଙ୍ଗଠନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭହେବ । ବିଦ୍ୟାର୍ଥୀମାନେ ଆନନ୍ଦିତ ହେବେ । ରାଜନୀତିରେ ସଫଳହେବେ ।

ମିଥୁନ:-

ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ବିଦ୍ୟାକ୍ଷେତ୍ରରେ ପ୍ରଶଂସିତ ହେବେ ଓ ପ୍ରତିଯୋଗିତାରେ ବିଜୟୀ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ହେବ । ନୂତନକର୍ମାରମ୍ଭ ଓ ବିନ୍ଧୁମିଳନ ହେତୁ ନୂଆଉତ୍ସାହ ନେଇ କାମ କରିବେ । ପ୍ରତ୍ୟେକକ୍ଷେତ୍ରରେ କେବଳ କୌଶଳପୂର୍ଣ୍ଣ କଥାକହିବା ଦ୍ୱାରା କାମହାସଲ କରି ପାରିବେ । ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଆଶାକରିଥିବା ଦିଗରୁ ଅର୍ଥପ୍ରାପ୍ତି ହେବ ।

କର୍କଟ:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବାଧା ଦୂରେଇ ଯିବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପାରିବାରିକ କ୍ଷେତ୍ରରେ ସ୍ନେହ  ସଦ୍ଭାବ ବଜାୟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବନାହିଁ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କର୍ମକରି ଅନୁତାପ କରିବେ । ପାରିବାରିକ କ୍ଷେତ୍ରରେ ଆଶାଜନକ ଫଳପ୍ରାପ୍ତି ହେବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ ।

ସିଂହ:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ । ବ୍ୟବସାୟରେ ନୂତନଧାରା ଖୋଲିବେ । ଧର୍ମକାର୍ଯ୍ୟରେ ମତି ରହିବ । ଦୂରଯାତ୍ରାର ସୁଯୋଗ ପାଇବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନହେବ ଓ ଆୟରସ୍ରୋତ ବୃଦ୍ଧିହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ ।

କନ୍ୟା:-

ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ସ୍ୱାସ୍ଥ୍ୟରେଉନ୍ନତି, ପଦନ୍ନୋତି, ସ୍ଥାନପରିବର୍ତ୍ତନ, ବିନା ପରିଶ୍ରମରେ ଧନପ୍ରାପ୍ତି ହେବ । ଅନ୍ୟର ଉପକାରକରି ପ୍ରଶଂସିତ ହେବେ । ଖେଳ, କୁଦ, ପ୍ରତିଯୋଗିତା ପରୀକ୍ଷାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ବାଦବିବାଦ, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ ।

ତୁଳା:-

ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର କରି ସାମାନ୍ୟ ଲାଭ ପାଇବେ । ପ୍ରବାସ ଯାତ୍ରାରେ ପୀଡା ଅନୁଭବ କରିବେ । ମନ ଉତ୍ତେଜିତ ଫଳରେ ମାନସିକ ଏକାଗ୍ରତା ଭଙ୍ଗ ହେବ । ଆର୍ଥିକଦିଗରୁ ସୁବିଧାହେଲେ ମଧ୍ୟ ପୈତୃକସମ୍ପତ୍ତି ନେଇ ପାରିବାରିକ ଦ୍ୱନ୍ଦ ଉପୁଜି ପାରେ । ମନକୁଆଘାତ ଲାଗିଲାପରି କଥା ଶୁଣିବେ । ନିଜଲୋକଙ୍କ ଶତ୍ରୁତା ଫଳରେ ମନରେକ୍ଷୋଭ ଓ ହତାଶଭାବ ଦେଖା ଦେବ । ଶରୀର ଭଲ ରହିବନାହିଁ । ଆୟଅପେକ୍ଷା ବ୍ୟୟ ବୃଦ୍ଧିପାଇବ ।

ବିଛା:-

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । କଳା, ସାହିତ୍ୟ, କ୍ରୀଡ଼ା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କର୍ମକ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ ଆପଣଙ୍କର କୌଣସି ପ୍ରକାର ଅସୁବିଧା ହେବନାହିଁ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ଅଫିସ୍ ରେ ଅପେକ୍ଷା କରିଥିବା କାମର ଶୁଭ ସୂଚନା ପାଇବେ ।

ଧନୁ:-

ବ୍ୟବସାୟରେ ଇଚ୍ଛା ମୁତାବକ ଲାଭପାଇବେ । ଅନେକ ଶୁଭ କର୍ମର ସୁଯୋଗ ପାଇବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ନୂଆ ନିଯୁକ୍ତି  ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି  ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନଖୁସି ରହିବ ।

ମକର:-

ପାରିବାରିକ କ୍ଷେତ୍ରରେ ସାହାଯ୍ୟ ଓ ସହଯୋଗ ମାନସିକ ସ୍ଥିତିକୁ ମଜଭୁତ୍ କରିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବା ଫଳରେ ସମୟ ହସ ଖୁସିରେ ବିତିବ । ସଂଘର୍ଷ ଦ୍ୱାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କରିବେ । ସ୍ୱାସ୍ଥ୍ୟରେ ସାମାନ୍ୟବ୍ୟତିକ୍ରମ ଦେଖାଦେଇ ପାରେ । କର୍ମକ୍ଷେତ୍ରରେ ସମାଲୋଚନାର  ଶରବ୍ୟ ହେବେ ଓ କେତେକ ବ୍ୟକ୍ତିଙ୍କ ଆତ୍ମକୈନ୍ଦ୍ରିକ ସ୍ଥିତିରୁ ସେମାନଙ୍କ ସହଯୋଗ ହରାଇବାର ଆଶଙ୍କାବି ରହିଛି । ପାରିବାରିକ ସ୍ତରରେ ଭୁଲ ବୁଝାମଣା ଜନିତ ସୁଖ- ଶାନ୍ତିହାନି ହେବ । ବ୍ୟବସାୟ କ୍ଷେତ୍ରରେ ନିଜ ଲୋକ ମନମୋଟିଆ ହେବେ ଓ ମାନସିକ ଚିନ୍ତା ବୃଦ୍ଧି ହେବ ।

କୁମ୍ଭ:-

ଯୁବକ ଯୁବତୀମାନେ ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ସହ କଷ୍ଟ ଅନୁଭବ କରିବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବା ପାଇଁ ଚିନ୍ତା କରିବେ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ରାଜନୀତିରେ ସଫଳତା ମିଳିବ କର୍ମକ୍ଷେତ୍ରଟି ସୁଦୃଢ ହେବ ଓ ଆୟ ଅପେକ୍ଷା ବ୍ୟୟ ବୃଦ୍ଧି ହେବ । ବନ୍ଧୁମିତ୍ରଙ୍କ ସହ ହସଖୁସିର ବାତାବରଣ ସୃଷ୍ଟି ହେବ । ପାରିବାରିକ କ୍ଷେତ୍ରରେ ଦ୍ଵନ୍ଦ ଦେଖାଦେବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଗ୍ରସ୍ତ ହେବେ । କର୍ମ ମୁଖରତା ଯୋଗେ ବିଛିନ୍ନ ହୋଇ ପଡିବା ଅସମ୍ଭବ ନୁହେଁ ।

ମୀନ:-

ଆତ୍ମୀୟ- ସ୍ଵଜନଙ୍କ ପାଇଁ ଭୋଗ ବିଳାସଦ୍ରବ୍ୟ କ୍ରୟକରିବେ । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ନାନା ସମସ୍ୟାର ସମାଧାନହେବ । ଅବଶ୍ୟକ ଅର୍ଥ ହାତ ପଇଠ ହୋଇ କାମରେ ଲାଗିଯିବ । ସ୍ୱାସ୍ଥ୍ୟରେ ସାମାନ୍ୟବ୍ୟତିକ୍ରମ ଦେଖାଦେବ । ଆର୍ଥିକ ସ୍ୱଚ୍ଛଳତା ଫେରିପାଇବେ । ପ୍ରକାଶନ, ପ୍ରଶାସନ, ଆଇନ ଅଦାଲତ, ସଭାସମିତି ଓ ଆମଦାନୀ ବାଣିଜ୍ୟ କ୍ଷେତ୍ରରେ ଉପକୃତ ହେବେ । ମହିଳାମାନଙ୍କୁ ପାରିବାରିକ କ୍ଷେତ୍ରରୁ ମଧ୍ୟ ପ୍ରଶଂସା ମିଳିବ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

Leave a Reply

Your email address will not be published. Required fields are marked *