ଗୁରୁବାର, 18 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ମହିଳାମାନେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ଚତୁରତାସହ କାମ ହାସଲ କରିବେ । ରହିବେ । ବିଚାର ବିଭାଗ ରାୟ ସପକ୍ଷରେ ଯିବ ଓ ଉଚ୍ଚଆଶା ସଫଳହେବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ବୃଷ

ମହିଳାମାନଙ୍କର ପାରିବାରିକ ଜୀବନ ସୁଖମୟ ହେବ ଓ ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ସନ୍ତାନଙ୍କ ସମ୍ବନ୍ଧରେ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ଆଶା ଆକାଂକ୍ଷା ଓ ମହତ୍ୱାକାଂକ୍ଷା ପୂର୍ଣ୍ଣହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ ।

ମିଥୁନ

ମାନସିକ ବୌଦ୍ଧିକ ଓ ଭାବନାତ୍ମକ ରୂପରେ ଅଧିକ ସକ୍ଷମ ଓ ଅନୁଭବି ହେବେ । ପରିବାରରେ ଅପ୍ରିତିକର ପରିସ୍ଥିତି ଦେଖା ଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । କର୍ମଚାରୀଙ୍କର ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଛାତ୍ରଛାତ୍ରୀମାନେ ଶିକ୍ଷାକ୍ଷେତ୍ରରେ ଆଗ୍ରହୀ ହେବେ ।

କର୍କଟ

କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ରାସ୍ତା ପରିଷ୍କାର କରିବେ । ମହିଳାମାନେ ନୂତନ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ମିଳିବ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବା ଫଳରେ ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ରାଜନୀତି ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ପ୍ରେମ କ୍ଷେତ୍ରରେ ସଫଳ ହେବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ସିଂହ

କର୍ମକ୍ଷେତ୍ରରେ ଶୁଭ ସୂଚନା ପାଇବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟୀମାନେ ପ୍ରଚୁର ଲାଭ ପାଇବେ । ବିଭିନ୍ନ ଦିଗରୁ ସାହାଯ୍ୟ ସହଯୋଗ ମିଳିବ । ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଓ କ୍ଷାତି ବଢିବ । ସମସ୍ତ କର୍ମ ବହୁତ ସହଜରେ ହିଁ ସମ୍ପନ୍ନ ହେବ । ସହକର୍ମୀମାନଙ୍କ ସହ ବାଦବିବାଦର ଅବସାନ ଘଟିବ । ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

କନ୍ୟା

ଆଧ୍ୟାତ୍ମିକ ଭାବଧାରରେ ଉଦବୁଦ୍ଧ ହୋଇ ସତସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳେଇବେ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ସମସ୍ୟାକୁ ସୁଧାରିବା ପାଇଁ ଚେଷ୍ଟା କରି କୌଶଳକ୍ରମେ ସମାଧାନ କରିବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ତୁଳା

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । କଠିନ ପରିଶ୍ରମ କରିବା ଯୋଗୁଁ ଶାରରୀକ ସୁସ୍ଥତା ଦେଖା ଦେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରଶାସନ, ପ୍ରକାଶନ, ଅଧ୍ୟୟନ ଓ ଅଧ୍ୟାପନା, ସାହିତ୍ୟ ଚର୍ଚ୍ଚା କ୍ଷେତ୍ରରୁ ଶୁଭଫଳ ମିଳିବ ।

ବିଛା

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ନବି କରଣ କରି ପାରନ୍ତି । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବା ସହ ସୁଖ ସମୃଦ୍ଧି ବୃଦ୍ଧି ହେବ । ପୁଅ ଝିଅଙ୍କ କର୍ମସ୍ଥିର ହେବା ଫଳରେ ଖୁସି ହେବେ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ସ୍ୱାସ୍ଥ୍ୟଗତ ସମସ୍ୟାର ଉନ୍ନତି ହେବ ।

ଧନୁ

ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅଚାନକ ଧନପ୍ରାପ୍ତି, ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବେ । ପ୍ରତେକ କ୍ଷେତ୍ରରେ ମାନସିକସ୍ଥିତି ସୁଦୃଢ ରହିବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବନ୍ଧୁ ବାନ୍ଧବଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ମହିଳାମାନେ ବ୍ୟସ୍ତତା ଭିତରେ କାର୍ଯ୍ୟ ସାଧନ କରିବେ ।

ମକର

ଯେକୌଣସି କାର୍ଯ୍ୟରେ ହାତଦେଲେ ସଫଳତା ମିଳିବ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ଆଇନ ଅଦାଲତ ଓ ପାରିବାରିକ କ୍ଷେତ୍ରରେ ରହିଥିବା ସମସ୍ୟା ସମାଧାନ ହୋଇଯିବ । ବନ୍ଧୁମାନଙ୍କ ସହ ସୁସମ୍ପର୍କ ସ୍ଥାପନ ହେବ । ସମ୍ପତ୍ତି ସମ୍ବନ୍ଧୀୟ ବିବାଦ ଠିକ୍ ଲୋକ ମଧ୍ୟସ୍ଥିରେ ସମାଧାନ ହେବ । ନୂତନ ଯୋଜନାକୁ କ୍ରିୟାନ୍ୱିତ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

କୁମ୍ଭ

ଧାର୍ମିକ କାର୍ଯ୍ୟରେ ରୁଚି ବଢିବା ସହିତ ସମୟ ମଧ୍ୟ ଆନନ୍ଦମୟହେବ । କର୍ମ କ୍ଷେତ୍ରରେ କୌଣସି ଅସୁବିଧା ହେବ ନାହିଁ । ବ୍ୟବସାୟିକ କ୍ଷେତ୍ରରେ ଉନ୍ନତିହେବ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତିରେ ଲୋକପ୍ରିୟତା ହାସଲ କରିବେ । କଠିନରୁ କଠିନତମ କାର୍ଯ୍ୟକୁ ଧୈର୍ଯ୍ୟରସହ ସମ୍ପାଦନ କରିପାରିବେ । ନିର୍ମାଣ, ଯୋଗାଯୋଗ, ସଭାସମିତି ପାଇଁ ଅଧିକ ସମୟ ଦେବାକୁ ପଡିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ ।

ମୀନ

ରାଜନୀତି, ସଂଗଠନ, ସଭାସମିତି କ୍ଷେତ୍ରରେ ଲୋକ ସମ୍ପର୍କ ବଢିବ । ତେଲବ୍ୟବସାୟୀ, କଳାକାର, ଶିଳ୍ପକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ଚାଷୀମାନେ ବିଶେଷ ଲାଭାନ୍ଵିତ ହେବେ । ଉପରିସ୍ଥ କର୍ମଚାରୀ ଦେଇଥିବା ପ୍ରତିଶୃତି ରକ୍ଷା କରିବା ଫଳରେ ଆନନ୍ଦିତ ହେବେ । ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ପାଠପଢ଼ାରେ ମନଯୋଗ ଦେବେ । ମହିଳାମାନେ ଯୋଜନା ମୁତାବକ କାମ କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ୱାସ୍ଥ୍ୟ ଖରାପ ହେବ ଓ ଆଳସ୍ୟଭାବ ବୃଦ୍ଧିପାଇବ ।

Leave a Reply

Your email address will not be published. Required fields are marked *