ଗୁରୁବାର, 22 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ପିତାଙ୍କ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ନେଇ ଖୁସିହେବେ । ପରିବାରର ସମସ୍ତ ସଦସ୍ୟଙ୍କର ସହଯୋଗ ପାଇବେ । ମାନସିକ ଦୁଶ୍ଚିନ୍ତା ଦୂର ହେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୈତିକ କ୍ଷେତ୍ରରେ ବନ୍ଧୁ, ମିତ୍ର ସହକର୍ମୀଙ୍କ ଯୋଗେ ଲାଭ ପାଇବେ ଓ ସାମାଜିକ କାର୍ଯ୍ୟରେ ଭାଗ ନେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳାସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଆନନ୍ଦିତ ହେବେ ।

ବୃଷ

ଉଧାର ଦେଇଥିବା ଟଙ୍କା ମିଳିଯିବା ଫଳରେ ପରିବାରରେ ନିଜରପଦ ଗରିମା ବଜାୟ ରହିବ । ଖେଳରେ ଉନ୍ନତି, କୃଷିରେ ଉନ୍ନତି, ରାଜନୀତିରେ ଉନ୍ନତି ହେବା ସହ ପ୍ରତିଷ୍ଠା ପ୍ରତ୍ତିପତ୍ତି, ମାନସମ୍ମାନ ପ୍ରାପ୍ତିହେବ । ବୁଦ୍ଧିମତା କାରଣରୁ ପ୍ରଚୁର ଅର୍ଥ ଲାଭ ହେବ । ପୁରୁଣାପ୍ରାପ୍ୟ ଆଦାୟ ହେବା ଫଳରେ ବନ୍ଧୁ, ମିତ୍ର ଏବଂ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ ବାଣିଜ୍ୟ ମାମଲାରେ ଦୂରସ୍ଥାନ ଯିବାକୁ ପଡିବ ଓ ଲାଭ ହେବ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ଶତୃମାନେ କ୍ଷତି କରିବାକୁ ଚେଷ୍ଟା କରି ଅପଦସ୍ତ ହେବେ ।

ମିଥୁନ

ରାଜନୈତିକ କ୍ଷେତ୍ରରେ ଶତୃତା କମିଯିବା ଫଳରେ ପ୍ରତିଷ୍ଠିତ ହୋଇପାରିବେ । ସହକର୍ମୀ ଓ ପଡୋଶୀମାନଙ୍କ ସାହାଯ୍ୟ ମିଳିବ । ମହିଳାମାନେ ଦୀର୍ଘଦିନର ଯୋଜନାକୁ କାର୍ଯ୍ୟକାରୀ କରିବେ ଓ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ସନ୍ତାନମାନଙ୍କର ଉନ୍ନତି, ସମସ୍ତ କାର୍ଯ୍ୟରେ ଶୁଭଫଳ ପ୍ରାପ୍ତି ହେବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଓ ଖେଳରେ ଉନ୍ନତି ହେବ । ବ୍ୟବସାୟରେ ଭାଗିଦାରୀ ମାନଙ୍କଠାରୁ ସାହାଯ୍ୟ ପାଇବେ । ଋଣ ଭରଣାରେ କଷ୍ଟ ହେବ । ଯାନବାହାନ ଓ ରାସ୍ତାଘାଟରେ ଯଥେଷ୍ଠ ସତର୍କ ହୋଇ ଚଳପ୍ରଚଳ ହେବା ଅତ୍ୟନ୍ତ ଜରୁରୀ ।

କର୍କଟ

ଖେଳ, କଳା, ସାହିତ୍ୟ, ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ପ୍ରଶଂସା ମିଳିବ । ରାଜନୀତିରେ ପଦସ୍ଥ ବ୍ୟକ୍ତିଙ୍କ ଆଶ୍ୱସ୍ତି ସୂଚକ କଥା ଶୁଣି ମନ ଖୁସି ରହିବ । ମହିଳାମାନେ ସମ୍ପର୍କୀୟମାନଙ୍କ ଦ୍ୱାରା ସୁବିଧାପାଇବେ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ଲାଭ । ପାରିବାରିକ ଶୃଙ୍ଖଳା ରକ୍ଷା କରିବା ସହ ଆର୍ଥିକସ୍ଥିତି ପ୍ରାୟତଃ ଭଲ ରହିବ । ସମ୍ପର୍କୀୟଙ୍କ ଶୁଭ ସୂଚନା ଶୁଣି ଖୁସି ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ଉତ୍ସାହିତ ହେବେ ।

ସିଂହ

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପରିବାରର ସମସ୍ତ ଆଶାପୂରଣ କରିବାକୁ ସାମର୍ଥ୍ୟ ହେବେ । ମହିଳାମାନେ ପୁରାତନ ରୋଗର ପୀଡାରୁ ଉପସମ ପାଇବେ । ରାଜନୀତିରେ ଆବଶ୍ୟକତା ପୂରଣ କରି ପ୍ରଶଂସାପାଇବେ । ପରିବହନ ବ୍ୟବସାୟିକସ୍ଥିତି ସୁଦୃଢ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । କୃଷିଦ୍ରବ୍ୟ ବାଣିଜ୍ୟରେ ଆଶାତୀତ ଲାଭ ପାଇବେ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ ।

କନ୍ୟା

ନିଜେଅସୁବିଧା ଭିତରେ ଚଳୁଥିଲେମଧ୍ୟ ବନ୍ଧୁଙ୍କୁ ଯଥାସାଧ୍ୟ ସାହାଯ୍ୟ କରିବେ । ସନ୍ତାନଙ୍କ ଶୁଭ ସୂଚନା ଶୁଣି ଆନନ୍ଦିତ ହେବେ । ମହିଳାମାନେ ଆତ୍ମୀୟଙ୍କୁ ସାହାଯ୍ୟ କରି ପାରିବାରିକ ଶାନ୍ତିକୁ ବଜାୟ ରଖିବେ । ପରିବାରର ସାହାଯ୍ୟରେ ଉପକୃତ ହେବେ । ରାଜନୀତିରେ ଈର୍ଷାପରାୟଣ ବ୍ୟକ୍ତିମାନେ ପ୍ରତିବନ୍ଧକ ସୃଷ୍ଟି କଲେମଧ୍ୟ ପ୍ରଶଂସା ପାଇବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟ ନ ହରାଇ କାର୍ଯ୍ୟ କଲେ ଭଲହେବ । ସାବଧାନତା ଅବଲମ୍ବନ ନ କଲେ ଧନ ହାନି ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ତୁଳା

ଅଟକିଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ ଓ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ମହିଳାମାନଙ୍କର ଆଶା ପୂରଣ ହେବ ଓ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ରାଜନୀତିରେ ବିବେକ ବୁଦ୍ଧି ଖଟେଇ ଉଚିତ୍ମାର୍ଗରେ ଗତିକରିବାର କ୍ଷମତା ଜନ୍ମହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ ।

ବିଛା

ବାଦ-ବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟୀ ମାନଙ୍କର ବହୁତ ଦିନର ବାକିପଡିଥିବା ଅର୍ଥ ପାଇବେ ଓ ଆୟର ମାର୍ଗ ପ୍ରଶସ୍ତ ହେବ । ରାଜନୀତିରେ ପରିଶ୍ରମଦ୍ୱାରା କାର୍ଯ୍ୟ ସଫଳ ହେବ ଓ ବନ୍ଧୁମିତ୍ର, ଭାଇ ଭଳି ବ୍ୟକ୍ତିମାନେ ସହଯୋଗ କରିବେ । ଦୂରଯାତ୍ରାରେ ସୁଖମିଳିବା ସହ ଲାଭ ବାନ୍ ହେବେ । ପରିବାରରେ ଆନନ୍ଦ ଲହରୀ ଖେଳିଯିବ । ଯାନବାହାନ କ୍ରୟ ଓ ବିକ୍ରୟ କରିବେ । ମହିଳାମାନେ ସମସ୍ୟା ସମାଧାନ କରି ଶାନ୍ତି ପାଇବେ । ମିତ୍ରମାନଙ୍କ ସହ ସୁସମ୍ପର୍କ ରହିବା ଫଳରେ ଅନେକ କାର୍ଯ୍ୟରେ ସଫଳ ହେବେ ।

ଧନୁ

ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ । ରାଜନୀତି କ୍ଷେତ୍ରରେ ନିଜେ କଠିନ ପରିଶ୍ରମକରି ପତିଆରା ରକ୍ଷା କରିବେ ଓ ନିମ୍ନବର୍ଗର ସହକର୍ମୀ କେହି ଉଦ୍ଦେଶ୍ୟ ପ୍ରଣୋଦିତ ହାନି ପହଞ୍ଚାଇବାର ଉଦ୍ୟମ କରି ଅପଦସ୍ତ ହେବେ । ପରିବାରରେ ଚେଷ୍ଟା ସାର୍ଥକହେବ ଓ ସୁଖଶାନ୍ତି ଫେରି ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ କିଛି ବ୍ୟୟ ଘଟିବ । ମହିଳାମାନଙ୍କର କାର୍ଯ୍ୟ ସହଜ ସରଳରେ ସମାଧାନ ହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ ।

ମକର

ସନ୍ତାନ ମାନଙ୍କର ଉନ୍ନତ୍ତି ଓ ଅଗ୍ରଗତି ଘଟିବ, ଆୟ ଉତ୍ତମ ହେବ, ଆର୍ଥିକ ସ୍ଥିତି ସ୍ଵଛଳ ରହିବ ଓ କେତେକ ମୁଲ୍ୟବାନ ଆସବାବ ପତ୍ର କ୍ରୟ କରିବେ । ନିଜ ଲୋକଙ୍କ ତରଫରୁ ଆଶ୍ଵାସନା ବା ସହାନୁଭୂତି ପାଇବେ । ବ୍ୟବସାୟରେ ଭାଗିଦାରୀଙ୍କ ପାଇଁ କ୍ଷତିରୁ ବଞ୍ଚିଯିବେ । ମହିଳାମାନେ ବନ୍ଧୁବାନ୍ଧବଙ୍କ ନିକଟରେ ଗୁରୁଗୁରୁଜନ ଓ ପ୍ରିୟଲୋକଙ୍କ ପାଖରେ ଆଦୃତ ହେବେ । ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ଭୋଜିଭାତରେ ଉତ୍ସାହ ବଢିବ ।

କୁମ୍ଭ

ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ସାମାନ୍ୟ ପରିଶ୍ରମ କରି ଅଧିକ ଲାଭ ପାଇବେ । ଆକସ୍ମିକ ଧନ ପ୍ରାପ୍ତି ହେବ । କୌଣସି ଆନୁଷ୍ଠାନିକ, ସାମାଜିକ ଓ ସାଙ୍ଗଠନିକ କାର୍ଯ୍ୟରେ ଯୋଗ ଦେବେ । ଆର୍ଥିକସ୍ଥିତିରେ ବହୁ ପରିମାଣରେ ଅଭିବୃଦ୍ଧିର ହାର ବଢ଼ିଯିବ । ସଭାସମିତିରୁ, ବନ୍ଧୁମିଳନରୁ ଶୁଭଫଳ ପାଇବେ । ବ୍ୟବସାୟୀମାନେ ନିଜର ପ୍ରାଧାନ୍ୟ ବିସ୍ତାର କରି ସମସ୍ୟାକୁ ସୁଧାରି ନେବେ । ପ୍ରତିଯୋଗିତା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟ ଲାଭ କରିବେ । ଉତ୍ସାହ ଉଲ୍ଲାସରେ ସମୟ ଅତିବାହିତ କରିବେ ।

ମୀନ

ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତି, ମାନସମ୍ମାନ ଓ କ୍ଷାତି ବଢ଼ିବ । ସଂପତ୍ତି କ୍ରୟ ଓ ବିକ୍ରୟ ଦ୍ୱାରା ପ୍ରଚୁର ଲାଭ ପାଇବେ । ବ୍ୟବସାୟରେ ସାହାଯ୍ୟ ସହଯୋଗ ମିଳିବ । ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହୋଇ ନୂଆ ନିଯୁକ୍ତି ପାଇ ପାରନ୍ତି । ପାରିବାରିକ କ୍ଷେତ୍ରରେ ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଦାମ୍ପତ୍ୟଜୀବନ ସୁଖମୟ ହେବ । ରାଜନୈତିକ କ୍ଷେତ୍ରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *