ଗୁରୁବାର, 23 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

କର୍ମକ୍ଷେତ୍ରରେ ଉନ୍ନତି କରିପାରିବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ପରିବାରରେ ସୁଖ-ଶାନ୍ତି ଯୋଗେ ସମସ୍ତ ଚିନ୍ତା ଦୂର ହେବ । ସମ୍ମାନର ସହ ଦିନଚର୍ଯ୍ୟା ସମ୍ପାଦନ କରିବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଅନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ଆର୍ଥିକ ପାରିବାରିକ ଏବଂ ବ୍ୟବସାୟୀକ କ୍ଷେତ୍ରରେ ଉନ୍ନତି ହେବ । ଖେଳ, କୁଦ, ପ୍ରତିଯୋଗିତା ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

ବୃଷ:-

କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ କେତେକ କ୍ଷେତ୍ରରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ବ୍ୟବସାୟରେ ସଫଳତା ଅର୍ଜନ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଶାରିରୀକ ଅସୁସ୍ଥତା ଦୂରହେବ । ନୂତନକର୍ମ ନିଯୁକ୍ତିର ସୁଯୋଗ ପାଇବେ ।

ମିଥୁନ:-

ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ । ବ୍ୟବସାୟରେ ସଂଘର୍ଷ ମଧ୍ୟ ଦେଇ ବାଧା, ଶତୃ, ରୋଗ ଋଣର ଶୀକାର ହେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ ।

କର୍କଟ:-

ମାଲିମୋକଦ୍ଦମାରେ ଜୟ, ରାଜନୀତିରେ ପୂର୍ଣ୍ଣ ସଫଳତା ପ୍ରାପ୍ତି, ବ୍ୟୟ ଅପେକ୍ଷା ଆୟ ଅଧିକ, ନୂତନ ସଂସ୍ଥାର ଆୟୋଜନ କରିବେ । କଳେବଳେ କୌଶଳରେ ସମସ୍ତ ପ୍ରକାର ଅଭିଳାଷ ପୂରଣ ହେବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟରେ ଉନ୍ନତି ହେବ । କର୍ମଚାରୀମାନେ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ସନ୍ତାନ ସନ୍ତତିଙ୍କ ଦିଗରୁ ଶୁଭ ସମ୍ବାଦପାଇ ଖୁସିହେବେ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ ।

ସିଂହ:-

ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ସନ୍ତାନ ସୁଖ ମିଳିବ । ପ୍ରତିକୂଳ ପରିସ୍ଥିତି ଦୂରେଇଯିବ ଓ ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ସାକ୍ଷାତକାର ପାଇଁ ଦୂରଯାତ୍ରା କରିବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ଶାନ୍ତ ହେବ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେଇ ପାରନ୍ତି ।

କନ୍ୟା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଶତୃ  ପରାଜିତ ହେବେ ଓ ଶାରିରୀକ ଅସୁସ୍ଥତା ଦୂରହେବ । ଶୁଭକାମ କରି ପ୍ରଶଂସିତ ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ନୂଆ ନିଯୁକ୍ତି ଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

ତୁଳା:-

କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ମହିଳାମାନେ ଅନେକ କାର୍ଯ୍ୟ ନିଜେ ସମାଧାନ କରିବାକୁ ସାହସ ବାନ୍ଧିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ନୂତନ କର୍ମନିଯୁକ୍ତି, ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ସନ୍ତାନମାନଙ୍କ ଉନ୍ନତି ପାଇଁ ଆନନ୍ଦିତ ହେବେ । ମନରେ ଭୟ ଆଶଙ୍କା, ଶାରୀରିକ ଅସୁସ୍ଥତା ଦୂରେଇଯିବ ।

ବିଚ୍ଛା:-

ବ୍ୟବସାୟର ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । ପଡିରହି୍ଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । କର୍ମ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ ଓ ଶୁଭ ସୂଚନା ମଧ୍ୟ ପାଇବେ ।

ଧନୁ:-

ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ପ୍ରତେକ କ୍ଷେତ୍ରରେ ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ମହିଳାମାନେ ନିଜର ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କରିବା ଅନୁଚିତ୍ । ବାଣିଜ୍ୟ କ୍ଷେତ୍ରର ବ୍ୟସ୍ତତା ନେଇ ସୁଖଶାନ୍ତି ଦୂରେଇଯିବ । ଜମି, ଜମା, ଘରବାଡ଼ି ନେଇ ଅଦାଲତର ଦ୍ୱାରସ୍ଥ ହୋଇ ପାରନ୍ତି । କର୍ମକ୍ଷେତ୍ରରେ ସନ୍ତୋଷ, ଭ୍ରମଣକାଳରେ କ୍ଲେଶ, ସହକର୍ମୀଙ୍କ ସହ ବିବାଦ ଦେଖା ଦେଇପାରେ । କାର୍ଯ୍ୟ ପୁରଣରେ ବିଳମ୍ବ ହେବ ।

ମକର:-

ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଅଳ୍ପ ପରିଶ୍ରମରେ ବହୁତ ଧନ ଲାଭ ହେବ । ସବୁଥିରେ ସଫଳତା ମିଳିବ । ଅଟକିଥିବା ବା ଉଧାର ଦେଇଥିବା ଟଙ୍କା ମିଳିଯିବ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । ସମୟ ଗୁଡିକ ହସ ଖୁସିରେ ବିତିବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ।

କୁମ୍ଭ:-

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହୋଇପାରେ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବାଣିଜ୍ୟ କ୍ଷେତ୍ରରେ ଉନ୍ନତମାନର ଫଳପାଇବେ । ଶତୃମାନେ ସାମ୍ନାକୁ ଆସିବାକୁ ସାହସ କରିବେ ନାହିଁ । କର୍ମକ୍ଷେତ୍ରରେ ପଦୋନ୍ନତି ବନ୍ଧୁ ଲାଭ ଓ ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ମହିଳାମାନେ ଉଚିତ ପନ୍ଥା ଗ୍ରହଣ କରି ବ୍ୟବସାୟରେ ସଫଳତା ପୂର୍ବକ ସମସ୍ୟାର ସମାଧାନ କରିପାରିବେ । ସେୟାର ବଜାରରେ ମୁନାଫା ମିଳିବ ଓ ପୁରୁଣା ନିବେଶ ଲାଭ ଦେବ ।

ମୀନ:-

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାହିତ୍ୟ, କଳା କ୍ଷେତ୍ରରେ ମଧ୍ୟ ଆକର୍ଷିତ ହେବେ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ବ୍ୟବସାୟ ଓ କର୍ମ କ୍ଷେତ୍ରରେ ଆୟ ବୃଦ୍ଧି ହେବ । ମାଙ୍ଗଳିକ କାର୍ଯ୍ୟରେ ଯୋଗ ଦେବେ । ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ମାଲିମୋକଦ୍ଦମାରେ ସଫଳତା ମିଳିବ । ସଂମ୍ପତ୍ତି ସମ୍ବନ୍ଧିୟ ମାମଲା କାହାର ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ନିଜ ଲୋକ ମନମୋଟିଆ ହେବେ । ସନ୍ତାନଙ୍କ ଚିନ୍ତାରେ ମାନସିକ ଚିନ୍ତା ବୃଦ୍ଧି ହେବ ।

Leave a Reply

Your email address will not be published. Required fields are marked *