ଗୁରୁବାର, 25 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ବ୍ୟବସାୟରେ ପ୍ରଚୁର ଧନଲାଭ ହେବାର ସମ୍ଭାବନା ଅଛି । ଚାକିରୀରେ ସମ୍ମାନ ମିଳିବା ହେତୁ ସନ୍ତୁଷ୍ଟ ରହିବେ । ପାରିବାରିକ କ୍ଷେତ୍ରରେ ସମସ୍ତ ବିବାଦ ମେଣ୍ଟିଯିବ । ଦୁର୍ନୀତି ନିବାରଣ ପ୍ରତି ଉଦଯୋଗୀ ହେବେ । ପାରିବାରିକ ସମସ୍ୟା ସୁଧାରିବା ପାଇଁ କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ସମାଜିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ ।

ବୃଷ

ଅର୍ଥ ସାହାଯ୍ୟ ଦେବା ସକାଶେ କିମ୍ବା ସମସ୍ୟା ସମାଧାନ ପାଇଁ ବନ୍ଧୁ ପ୍ରତିଶୃତି ଦେଇ ଶେଷ ସମୟରେ ନାସ୍ତିବାଣୀ ଶୁଣାଇବେ । କୌଣସି ପ୍ରକାର ଅସୁବିଧା ନହୋଇ କାମ ହୋଇଯିବ । କୃଷିକ୍ଷେତ୍ରରେ ପରିଶ୍ରମର ଯଥା ମୂଲ୍ୟ ପାଇବେ । ମହିଳାମାନଙ୍କର ବନ୍ଧୁମିଳନ ହେତୁ ମନ ଖୁସୀ ରହିବ । ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ବନ୍ଧୁଙ୍କ ସମସ୍ୟା ସମାଧାନ କରିବା ପାଇଁ ଚିନ୍ତା କରିବେ ।

ମିଥୁନ

ଯୋଜନା ମୁତାବକ କାମକରି ସବୁ ଭଲ ଥିଲେ ମଧ୍ୟ ପରୋକ୍ଷ ଶତୃତା ଯୋଗୁ ବିଚଳିତ ବୋଧ କରିପାରନ୍ତି । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ସତର୍କତା ସହିତ ନ ଚଳିଲେ କାର୍ଯ୍ୟକ୍ଷେତ୍ରରେ ସମାଲୋଚିତ ହୋଇପାରନ୍ତି । ସ୍ୱାସ୍ଥ୍ୟ ସମସ୍ୟା ନେଇ ଚିନ୍ତିତ ରହିବେ ।

କର୍କଟ

ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ଶାନ୍ତଶୀଳ ଭାବଧରି ଦୁର୍ନୀତି ଦୁସ୍ତର କାର୍ଯ୍ୟକୁ ହଟାଇବେ । କର୍ମ କ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରି କାର୍ଯ୍ୟପନ୍ଥା ବୃଦ୍ଧି କରାଇବେ । ବ୍ୟବସାୟରେ ନୂଆ ଧରଣର କାର୍ଯ୍ୟକୁ ପସନ୍ଦ କରିବେ ଓ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ ।

ସିଂହ

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ସରକାରୀ କର୍ମକ୍ଷେତ୍ରରେ ଉନ୍ନତି କରିବା ସହ ଉପରିସ୍ଥ ଅଧିକାରୀଙ୍କର କୃପା ଲାଭ କରିବେ । ପାରିବାରିକ କ୍ଷେତ୍ରରେ ଭୋଗବିଳାସରେ ସାମିଲ ହେବାକୁ ଅବସର ପାଇବେ ଓ ଶାନ୍ତି ବିରାଜମାନ କରିବ । ନୂତନ କର୍ମ ସଂସ୍ଥାନରେ ନିଯୁକ୍ତି ପାଇବାର ଯୋଗ ରହିଛି । ଯେଉଁକାର୍ଯ୍ୟ କରିବେ ସେ କାର୍ଯ୍ୟରେ ଯଶଲାଭ ହେବ ଓ ନୂତନ ଗୃହାଦି ନିର୍ମାଣ ବା ନୂତନ ଦ୍ରବ୍ୟାଦି ଲାଭ ହେବ ।

କନ୍ୟା

କଚେରି ମାମଲାର ଶୁଣାଣି ତାରିଖ ଘୁଞ୍ଚିଗଲେଭଲ । ଧାର୍ମିକ କାର୍ଯ୍ୟରେ ମନ ବଳାଇବେ । ସହକର୍ମୀ ମାନଙ୍କ ସହ ବାଦବିବାଦ ମେଣ୍ଟି ଯିବା ଫଳରେ ଆପଣଙ୍କ ଲକ୍ଷ୍ୟ ପୂରଣ ହେବାରେ କୌଣସି ଅସୁବିଧା ହେବ ନାହିଁ । କୌଣସି ହିଂସ୍ରଜନ୍ତୁ ବା ଦୁଷ୍ଟପ୍ରକୃତି ଲୋକଙ୍କ ହାବୁଡ଼ରେ ପଡିପାରନ୍ତି । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।

ତୁଳା

ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧିହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବକେୟା ଅର୍ଥ ପ୍ରାପ୍ତି ହେବ ଏବଂ ନୂତନ କାର୍ଯ୍ୟ କରିବାର ସୁଯୋଗ ପାଇବେ । ପାରିବାରିକ ଅଶାନ୍ତି ଦୂରେଇଯିବ ଓ ଦାମ୍ପତ୍ୟ ସୁଖରେ ସୁଖୀ ହେବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ବ୍ୟବସାୟର ପ୍ରସାର ଫଳରେ ଆଶାତୀତ ଲାଭ ପାଇବେ ଓ ଶତୃମାନେ ପରାଜିତ ହେବେ । କର୍ମକ୍ଷେତ୍ରରେ ସ୍ଥାନ ପରିବର୍ତ୍ତନ କରିବାକୁ ଚେଷ୍ଟା କରି ପାରନ୍ତି ।

ବିଛା

ଆର୍ଥିକ ସ୍ଥିତି ସୁଧୁରିଯିବ । ବ୍ୟବସାୟରେ ଆକସ୍ମିକ ଲାଭ ଦେଖି ଆଶ୍ଚର୍ଯ୍ୟ ହୋଇଯିବେ । କର୍ମକ୍ଷେତ୍ରରେ ସତକଥା କହି ନିଜ ପରିସରରେ ପ୍ରଶଂସିତ ହୋଇପାରନ୍ତି । ଯୁବକ ଯୁବତୀମାନଙ୍କର ବାଦବିବାଦ, ମାଲିମକଦ୍ଦମା, ପ୍ରତିଯୋଗିତାପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ । ଛାତ୍ରଛାତ୍ରୀମାନେ ସାହାଯ୍ୟ ପଥ ଲୋଡ଼ିବେ । ବନ୍ଧୁମାନଙ୍କ ସାହାଯ୍ୟ ନେଇ ପାରିବାରିକ ତିକ୍ତତାର ସମାପ୍ତି ଘଟାଇବେ ।

ଧନୁ

ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ରାଜନୀତିରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଅଧିକାଂଶ ସମୟରେ ମିଶୁଥିବା ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ ବ୍ୟବସାୟରେ ସାମାନ୍ୟ ଲାଭ ପାଇବେ । ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ ଓ ଅଧିକ ଘନିଷ୍ଠତା ହେବ ।

ମକର

ବ୍ୟବସାୟ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଆଧ୍ୟାତ୍ମିକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି ।

କୁମ୍ଭ

ଆର୍ଥିକ ସଙ୍କଟ ଦୂରେଇ ଯିବ ଓ ସୁସମ୍ବାଦ ଶୁଣିବାକୁ ପାଇବେ । କର୍ମକ୍ଷେତ୍ରରେ ଶ୍ରମ ସାର୍ଥକ ହେବାସହ ଶତ୍ରୁହାନି, ଉଚ୍ଚ ପ୍ରଶଂସା ଲାଭ, କ୍ଷମା ଗୁଣରେ ଯଶ ପ୍ରାପ୍ତିହେବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଯୁବକ ଯୁବତୀମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ସୁଖ, ସମ୍ପତ୍ତି ଲାଭ ଓ ସାହାଯ୍ୟ ପ୍ରାପ୍ତି ହେବ । ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ ।

ମୀନ

ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ପ୍ରତ୍ୟେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥାକହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ନୂତନ କର୍ମପ୍ରାପ୍ତିର ସୁଯୋଗ ମିଳିବ ଓ କର୍ମକ୍ଷେତ୍ରରେ ପ୍ରଶଂସିତହେବେ । ଯୁବକ ଯୁବତୀମାନେ ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟା ସମାଧାନ କରି ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବଜାୟ ରଖିବେ । ଦାମ୍ପତ୍ୟ ସୁଖ ପାଇବେ ଓ ସୁଖ ସମୃଦ୍ଧି ବୃଦ୍ଧି ପାଇବ ।

Leave a Reply

Your email address will not be published. Required fields are marked *