ଗୁରୁବାର, 26 ସେପ୍ଟେମ୍ବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

କାର୍ଯ୍ୟକ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ଅନେକ ସମସ୍ୟାର ସମାଧାନ ହୋଇ ହସ ଖୁସିରେ ବାତାବରଣ ଖେଳିଯିବ । ରାଜନୀତି କ୍ଷେତ୍ରରେ ନିଜର ଭାବମୂର୍ତ୍ତିକୁ ଉଜ୍ଜ୍ଵଳତର କରିବାରେ ସାମର୍ଥ୍ୟ ବଢିବ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ଓ ସହକର୍ମୀ ମାନଙ୍କ ଦ୍ଵାରା ଲାଭବାନ ହେବେ । ବ୍ୟବସାୟ କ୍ଷେତ୍ରରେ ପୁରୁଣାପ୍ରାପ୍ୟ ଆଦାୟ ହୋଇ ପାରେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ବିଜୟୀ ହେବେ । ପ୍ରେମ- ପ୍ରସଙ୍ଗରେ ସଫଳତା ମିଳିବ ।

ବୃଷ

ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । କଳା, ସଙ୍ଗୀତ, ସାହିତ୍ୟ ପ୍ରତି ରୁଚି ବୃଦ୍ଧିହେବ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । ବ୍ୟବସାୟ କ୍ଷେତ୍ରରେ କର୍ତ୍ତୁତ୍ଵ ଜାରି ରଖି କର୍ମଚାରୀଙ୍କୁ ପ୍ରଭାବିତ କରିବା ଫଳରେ, ପ୍ରଗତିର ବେଗ ତ୍ଵରାନ୍ୱିତ ହେବ ।

ମିଥୁନ

ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାର ସମ୍ମାନ ପାଇବେ । ବୃତ୍ତିଗତ ଦୃଷ୍ଟିରୁ ସମୟ ଅତ୍ୟନ୍ତ ଶୁଭ ଥିବାରୁ ଆୟର ସ୍ରୋତ ବୃଦ୍ଧି ହେବ । ବିଦ୍ୟାରେ ଉନ୍ନତି କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ ।

କର୍କଟ

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ଅନେକ ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ଭାତୃ ବିବାଦ, ଜମି ବାଡି ଓ ଘର ଜାଗା ନେଇଥିବା ଦ୍ଵନ୍ଦର ସମାଧାନ ହେବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ବ୍ୟବସାୟୀମାନଙ୍କର କାରବାର ବଢିବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ହେବ । ମାନସିକ ସ୍ୱାସ୍ଥ୍ୟ ବ୍ୟବସ୍ଥିତ ରହିବ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ପରୀକ୍ଷା, ପ୍ରତି ଯୋଗୀତାରେ ବିଜୟୀ ହେବେ ।

ସିଂହ

ସେବାକାରୀ ମାନଙ୍କ କଠିନ ପରିଶ୍ରମ ଦ୍ଵାରା ଯଶ-ମାନ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ସନ୍ତାନ ଉନ୍ତତିଙ୍କ ଉନ୍ନତିରେ ମାନସିକ ଶାନ୍ତି ବୃଦ୍ଧିହେବ । ନିଜର ଯୋଜନା ମୁତାବକ କାର୍ଯ୍ୟକରିବେ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ସଭାସମିତି, ସାହିତ୍ୟ ଓ କଳାରେ ପ୍ରଶଂସିତ ହେବେ । ଦୂରସ୍ଥାନକୁ ଯାତ୍ରା କଲେ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ବଡପଣିଆ ଦେଖାଇଲେ ମନ୍ଦଫଳ ଭୋଗିବାକୁ ପଡିବ ।

କନ୍ୟା

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିଷ୍କାର କରିବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦୂରେଇ ଯିବ ଓ ମାନସିକ ଶାନ୍ତି ମିଳିବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ଋଣରୁ ମୁକ୍ତି ମିଳିବ । ନିର୍ମାଣମୂଳକ ଯୋଜନାରେ ଆଗେଇବେ । ଶତ୍ରୁବାଧା ଦୂରେଇ ଯିବ । ବାଦ-ବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଅର୍ଥ ସମ୍ପର୍କିତ ଚୁକ୍ତିପତ୍ର କଲେ ଲାଭବାନ୍ ହେବେ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ ।

ତୁଳା

ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହେବ । ନୂତନ ଯୋଜନା ପ୍ରସ୍ତୁତ କଲେ ବ୍ୟବସାୟରେ ଆୟ ଉପାର୍ଜ୍ଜନ ବୃଦ୍ଧି ହେବ । କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ଯଶକୀର୍ତ୍ତୀ, ମାନସମ୍ମାନ, ପ୍ରତିଷ୍ଠାପ୍ରତିପତ୍ତିରେ ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ପ୍ରସନ୍ନତା ଅନୁଭୂତି ହେବ । ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ସମସ୍ତ ବାଧାକୁ ସଂଘର୍ଷ କରି ଆଗକୁ ବଢି ପାରିବେ । ଖେଳ, କୁଦ ପ୍ରତିଯୋଗିତାରେ ଓ ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ ।

ବିଛା

କର୍ମ କ୍ଷେତ୍ରରେ ଉଚ୍ଚାଧିକାରୀଙ୍କ ସହଯୋଗରେ ଉନ୍ନତି ହେବ । ବ୍ୟବସାୟରେ ସଫଳତା ଅର୍ଜନ କରିବେ ଓ ବକେୟା ଅର୍ଥ ଆଦାୟ ହୋଇପାରେ । ଉଚ୍ଚଶିକ୍ଷା ପ୍ରଚେଷ୍ଟାରେ ସାଫଲ୍ୟ ପ୍ରାପ୍ତି ହେବ । ମହିଳାମାନେ ଜନ କଲ୍ୟାଣ କାର୍ଯ୍ୟ ଇଛା ଅନୁସାରେ ସମ୍ପନ୍ନ କରିବେ । ଜମି ଜମା ସଙ୍କ୍ରାନ୍ତିୟ ପଟ୍ଟା, ଦସ୍ତାବେଜ ଏବଂ ଅନୁବନ୍ଧନ ଆଦିରେ ସଫଳତା ମିଳିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷକ ଓ ସହପାଠୀ ମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ମାନସିକ ବିଷାଦ, ଦାମ୍ପତ୍ୟ କଳହ, ଭୟ ଆଶଙ୍କା ଦୂରେଇଯିବ । ସହକର୍ମୀମାନଙ୍କ ସହ ଶତ୍ରୁତାର ଅବସାନ ଘଟିବ ।

ଧନୁ

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରି ପାରନ୍ତି ।

ମକର

କର୍ମକ୍ଷେତ୍ରରେ ଜବରଦସ୍ତି ଉନ୍ନତି ଓ ନ୍ୟାୟ ମିଳିବ । ଅନେକ କ୍ଷେତ୍ରରେ ପୂର୍ବ ଯୋଜନା ସଫଳତା ହେବ । ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ସାମାଜିକ ଭାବମୂର୍ତ୍ତି-ସୁରକ୍ଷା ହେବ । ବ୍ୟବସାୟ ରେ ସାହାଯ୍ୟ ସହଯୋଗ ମିଳିବ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ପଢିବା, ପଢେଇବାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ କିଛି ଅସୁବିଧା ଥିଲେ ସମାଧାନ କରିପାରିବେ । ଆୟର ସ୍ରୋତ ଖୋଲିଯିବ । ପଦୋନ୍ନତି ସହ ନୂତନ କର୍ମପ୍ରାପ୍ତିର ସୁଯୋଗ ପାଇ ପାରନ୍ତି । ଦୂରଯାତ୍ରାର ସୁଯୋଗ ପାଇ ସଫଳ ହେବେ ।

କୁମ୍ଭ

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ ।

ମୀନ

ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ବିଜୟୀ ହେବେ । ବିଦ୍ୟାରେ ଉନ୍ନତି ଓ ଉଚ୍ଚ ବିଦ୍ୟା ଅଧ୍ୟୟନ ପାଇଁ ସୁଯୋଗ ପାଇବେ । ବ୍ୟବସାୟରେ ଲକ୍ଷ୍ମୀଙ୍କ କୃପା ଫଳରେ ପୂର୍ଣ୍ଣ ସଫଳତା ସହ ପୂର୍ବ ସମସ୍ୟାର ସମାଧାନ ହୋଇ ଆକସ୍ମିକ ଧନ ପ୍ରାପ୍ତ ହେବ । ନୂତନ ସଂସ୍ଥାର ଆୟୋଜନ କରିବେ । କର୍ମକ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ । ମହିଳା ମାନଙ୍କର ସମ୍ମାନ ବୃଦ୍ଧି ହେବାସହ ସୁନାମ ଅର୍ଜନ କରିବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ ।

Leave a Reply

Your email address will not be published. Required fields are marked *