ଗୁରୁବାର, 3 ଅକ୍ଟୋବର 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, ବାସସ୍ଥାନ ବା ଯାନବାହାନ ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ ଓ ସୁଖ ସମୃଦ୍ଧି ବୃଦ୍ଧି ହେବ । ବନ୍ଧୁ ମିତ୍ରଙ୍କଠାରୁ ଉପହାର ପ୍ରାପ୍ତି ହେବ । ପୁଅ ଝିଅଙ୍କ ସୁ ଖବର ପାଇବା ଫଳରେ ଖୁସି ହେବେ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ବ୍ୟବସାୟ କ୍ଷେତ୍ରରେ ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ଅସୁବିଧା ହେବ ନାହିଁ । ମଉଜ-ମସ୍ତିରେ ସମୟ କଟିପାରେ ।

ବୃଷ

ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଅଚାନକ ଧନପ୍ରାପ୍ତି, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ମନ କରିବେ । ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ପାରିବାରିକ ଜୀବନ ସୁଖ ଶାନ୍ତିରେ କଟିବ । ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରି ପାରନ୍ତି ।

ମିଥୁନ

ପିଲାମାନଙ୍କ କାର୍ଯ୍ୟ କଳାପ ସମ୍ମାନ ବୃଦ୍ଧିର ସୂଚନା ଦେବ । ରାଜନୀତି କ୍ଷେତ୍ରରେ ପ୍ରତିଷ୍ଠା ପ୍ରତିପତ୍ତି ବୃଦ୍ଧି ପାଇବ । ବହୁ ଲୋକଙ୍କର ପ୍ରଶଂସା ପାଇବା ଫଳରେ ଉତ୍ସାହିତ ହେବେ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ ଓ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ।

କର୍କଟ

କର୍ମ କ୍ଷେତ୍ରରେ ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ଲାଭ ଓ ବହୁବିଧ ସୁଯୋଗ ପାଇବେ । ରାଜନୈତିକ କ୍ଷେତ୍ରରେ ଶତୃମାନେ ଦୁର୍ବଳ ହେବେ । ଦାମ୍ପତ୍ୟ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ବିଦ୍ୟୁତ୍ ଓ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ଶୁଭ ସଂବାଦ ପାଇ ଖୁସିହେବେ । ଆକସ୍ମିକ ଧନ ପ୍ରାପ୍ତି ହେବା ଫଳରେ ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବା ପାଇଁ ଆଗ୍ରହ ବଢିବ । ସ୍ୱାସ୍ଥ୍ୟ ଉତ୍ତମ ରହିବା ସହ ପାରିବାରିକ ସମ୍ପର୍କରେ ଉନ୍ନତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ ।

ସିଂହ

କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । ଗୃହରେ କଲ୍ୟାଣକର କର୍ମ ସମ୍ପାଦନ କରି ପ୍ରଶଂସିତ ହେବେ । ପରିବାରର ସଦସ୍ୟଙ୍କ ସହିତ ସୌହାର୍ଦ୍ଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧି କାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ପେଶା, ବ୍ୟବସାୟ, ଭାଗୀଦାରୀ ଓ ବନ୍ଧୁମିତ୍ରଙ୍କଦ୍ଵାରା ଲାଭବାନ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସହ ମନୋମାଳିନ୍ୟ ମେଣ୍ଟିଯିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ଅଧିକ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ରାଜନୈତିକ କ୍ଷେତ୍ରରେ ବିଜୟୀ ହେବେ ।

କନ୍ୟା

କର୍ମ କ୍ଷେତ୍ରରେ କ୍ଷମତା ଓ ଶକ୍ତି ବଳରେ ନିଜର ସମୟ ବିତାଇବେ । ଶତୃମାନେ ଦୁର୍ବଳ ହେବେ ଏବଂ ଆୟରପନ୍ଥା ସହଜ ହେବ । ବନ୍ଧୁ ପରିବାରଙ୍କ ଠାରୁ ସୁଖ ମିଳିବ । ଗୃହରେ ମାଙ୍ଗଳିକ କାର୍ଯ୍ୟ ପାଇଁ ଆୟୋଜନ କରିବେ । ସାଧୁ, ସତ୍ୟବାଦୀ, ଧର୍ମାତ୍ମା, ଗୁରୁ ବ୍ରାହ୍ମଣଙ୍କ ସହ ସମ୍ପର୍କ ସ୍ଥାପନହେବ । ପାରିବାରିକ ସ୍ଥିତି ସନ୍ତୋଷ ଜନକ ହେବ ଓ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ କଠିନ ପରିଶ୍ରମ ଫଳରେ ଆଶାତୀତ ଲାଭ ପାଇବେ । ରାଜନୀତିରେ ସଫଳତା ମିଳିବ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ ।

ତୁଳା

ରାଜନୈତିକ କ୍ଷେତ୍ରରେ ବିପଦ ସଙ୍କୁଳ ଟଳିଯିବ । ପ୍ରତିଯୋଗିତା ପରୀକ୍ଷା ଓ ମାଲିମୋକଦ୍ଦମାରେ ସଫଳତା ମିଳିବ । ସାମାଜିକ ଉତ୍ସବରେ ଯୋଗ ଦେବେ । ପିଲାମାନେ ପରୀକ୍ଷାରେ ସଫଳତା ପ୍ରାପ୍ତ ହେବେ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ସମସ୍ୟା ସତ୍ତ୍ୱେ ଶାନ୍ତି ବିରାଜମାନ କରିବ । ପରିବାରରେ କିମ୍ବା କୁଟୁମ୍ବରେ ସମାଜିକ କାର୍ଯ୍ୟର ଦାୟିତ୍ଵ ନେଇ ଧାଦୌଡ କରିବା ଫଳରେ କଷ୍ଟ ସ୍ଵୀକାର କରିବେ ।

ବିଛା

ମାନସିକ ଦୁଶ୍ଚିନ୍ତା ଓ ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ ଜୀବନ ଆନନ୍ଦରେ କଟିବ । ଦୂରଯାତ୍ରାରେ ସଫଳ ହେବେ । ରାଜନୈତିକ କ୍ଷେତ୍ରରେ ଜଟିଳ ପରିସ୍ଥିତି ଥିଲେ ସରଳ ହେବ । ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ସନ୍ତାନ ପକ୍ଷର ଚିନ୍ତା ଦୂର ହୋଇଯିବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ଆକସ୍ମିକ ଅର୍ଥଲାଭ, ପୁରୁଣା ଧନଲାଭ ହେବାରୁ ଖୁସି ହେବେ ଓ ଶୁଭ ସମ୍ବାଦ ପାଇ ଶୀଘ୍ର ଯାତ୍ରା କରିବାକୁ ପଡିବ ।

ଧନୁ

ମହିଳାମାନଙ୍କର ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବାସହ ଆର୍ଥିକ ଚିନ୍ତା ଦୁରହେବ । ପାରିବାରିକ ଜୀବନ ଆନନ୍ଦମୟ ହେବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ । ରାଜନୀତି କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଯିବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ଅନେକ ପ୍ରକାର ସୁବିଧା ପାଇ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବା ପାଇଁ ଯୋଗାଯୋଗ କରି ପାରିବେ ।

ମକର

ମହିଳାମାନଙ୍କ ପାଇଁ କେତେକ କ୍ଷେତ୍ରରେ ଉନ୍ନତିର ରାସ୍ତା ପରିଷ୍କାର ହୋଇଯିବ । କର୍ମ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ଓ ଆୟ ବୃଦ୍ଧି ହେବ । ବ୍ୟବସାୟ କ୍ଷେତ୍ରରେ ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । କର୍ତ୍ତବ୍ୟନିଷ୍ଠ, ଉଦ୍ୟମୀ, ଦକ୍ଷ, ଜନପ୍ରିୟ, ସିଦ୍ଧହସ୍ତା, ସୁବକ୍ତା, ବ୍ୟକ୍ତିରୁପେ ସମାଜର ସ୍ଵୀକୃତି ପାଇବେ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା, ମାନ ସମ୍ମାନରେ ଉନ୍ନତି ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ ।

କୁମ୍ଭ

ନିଜ ଆତ୍ମୀୟ ଲୋକଙ୍କ ସହ ସାକ୍ଷାତ ହେବ । ଆର୍ଥିକ ଚିନ୍ତା ଦୁରହେବ ଓ ପିତାଙ୍କ ସ୍ୱାସ୍ଥ୍ୟ ରେ ଉନ୍ନତି ଦେଖାଦେବ । ବିରୋଧୀମାନେ ହଇରାଣ ହୋଇ ମଥାନତ କରିବେ । ଚାକିରୀ ସମ୍ବନ୍ଧୀୟ କାର୍ଯ୍ୟ ହୋଇଯିବ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ଘନିଷ୍ଠ ବ୍ୟକ୍ତିଙ୍କ ସହିତ ଭେଟ ହେବ । କର୍ମ କ୍ଷେତ୍ରରେ ମଧ୍ୟ ସୁଧାର ଆସିବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ଲୋକଙ୍କ ପ୍ରତି ଉଦାର ଓ ଦୟାଳୁ ପ୍ରବୃତି ଜାଗ୍ରତ ହେବ । ପ୍ରତିଯୋଗିତା ପରୀକ୍ଷାରେ ସଫଳତା ମିଳିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ ।

ମୀନ

ଗଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ଜନସେବାଦ୍ଵାରା ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଚାକର, ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବ । କୋର୍ଟ କଚେରୀ ଓ ମାଲିମୋକଦ୍ଦମାରେ ବିଜୟୀ ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭର ସୁଯୋଗ ପାଇବେ । କୌଣସି ଶୁଭ ସମାଚାର ଶୁଣିବେ ଓ ହସ-ଖୁସିରେ ସମୟ ବ୍ୟତୀତ ହେବ ।

Leave a Reply

Your email address will not be published. Required fields are marked *