ଗୁରୁବାର, 6 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଧର୍ମ କାର୍ଯ୍ୟପ୍ରତି ମନ ବଳାଇବେ । ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହେବ । ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । ମନ ଭଲ ରହିବ ନାହିଁ । ବନ୍ଧୁଙ୍କୁ ଦେଇଥିବା ପ୍ରତିଶୃତି ରକ୍ଷାକରି ତାଙ୍କ କାର୍ଯ୍ୟରେ ବ୍ୟସ୍ତ ରହିବେ । ପାରିବାରିକ ପ୍ରତିରୋଧ କାମକୁ ଶୃଙ୍ଖଳିତ କରିବେ ।

ବୃଷ:-

ପରୋକ୍ଷ ଶତ୍ରୁତା ଥିଲେ ମଧ୍ୟ ଆଶା କରିଥିବା କାମଟି ସମ୍ପନ୍ନ କରିପାରିବେ । ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ । ନିଜର ଚେଷ୍ଟା ଫଳରେ ବହୁତ ଦିନରୁ ବାକି ପଡିଥିବା ଟଙ୍କା ଓ ବୁଡିଯାଉଥିବାଟଙ୍କା ମିଳି ପାରିବ । ଖାଦ୍ୟପେୟର ଅନିୟମିତତା ସ୍ଵାସ୍ଥ୍ୟହାନିର କାରଣ ହେବ ।

ମିଥୁନ:-

ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳତା ମିଳିବ । ସାଙ୍ଗସାଥିମାନେ ସାହାଯ୍ୟ ସହଯୋଗ କରିବେ । କର୍ମ ଓ ବ୍ୟବସାୟ କ୍ଷେତ୍ରରେ ଉପରିସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ମିଳିବ ।

କର୍କଟ:-

ଦୂର ଯାତ୍ରାରେ ଅତ୍ୟଧିକ ଅର୍ଥ ବ୍ୟୟ କରିବେ ଯାହାଦ୍ୱାରା ଆର୍ଥିକ ସଙ୍କଟ ଦେଖାଦେବ । ସାଧାରଣ କଥାକୁ ଚିନ୍ତା କରି ବିରକ୍ତି ପ୍ରକାଶ କଲେ ଅନିଷ୍ଟକର ପରିସ୍ଥିତି ସୃଷ୍ଟି ହେବ । ସ୍ୱାସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । ଈର୍ଷାପରାୟଣ ବ୍ୟକ୍ତିମାନେ କର୍ମ କ୍ଷେତ୍ରରେ ପ୍ରତିବନ୍ଧକ ସୃଷ୍ଟି କରିବେ ।

ସିଂହ:-

ବନ୍ଧୁଙ୍କ ପ୍ରତିଶ୍ରୁତି ପାଇ ଆଶ୍ଵସ୍ତି ଅନୁଭବ କରିବେ । ପରିବାରରେ ସୁଖଶାନ୍ତି ଫେରି ଆସିବ । ଅତି ନିଜର ଲୋକମାନେ ଶତୃତା ଆଚରଣ କରିବେ । ପୁରାତନ ରୋଗର ପ୍ରାଦୁର୍ଭାବ ବୃଦ୍ଧି ପାଇବ । ପାଖ ପଡୋଶୀମାନେ କଟୁବଚନ ଶୁଣେଇବେ । ପିଲାମାନଙ୍କ ଚିନ୍ତାକରି ଯାତ୍ରା କରିବାକୁ ବାଧ୍ୟ ହେବେ ।

କନ୍ୟା:-

ଅତି ପ୍ରିୟବନ୍ଧୁ ଆର୍ଥିକ ସହାୟତାରେ ସାହାଯ୍ୟ କରିବେ । ପାରିବାରିକ ଜୀବନରେ ସୁଖ ସମ୍ପଦ ପ୍ରାପ୍ତି ହେବ । ନୁତନ କାର୍ଯ୍ୟ ଆରମ୍ଭ କରିବା ପୂର୍ବରୁ ହାତେମାପି ଚାଖଣ୍ଡେ ଚାଲିବା ଉଚ୍ଚିତ୍ । ଆୟକୁ ଚାହିଁ ବ୍ୟୟର ଅଟକଳ ନ କଲେ ଲୋକହସା ହେବେ । ତୀର୍ଥାଟନଯୋଗ ଥିବାରୁ ଯାତ୍ରାକାଳରେ ଯନ୍ତ୍ରଣା ଭୋଗିବେ ।

ତୁଳା:-

କର୍ମ କ୍ଷେତ୍ରରେ ଗଠନମୂଳକ ପ୍ରସ୍ତାବ ନେଇ ପ୍ରଶଂସିତ ହେବେ । ଆଶା କରୁଥିବା କାମଟି ବନ୍ଧୁଙ୍କ ଦ୍ଵାରା ସହଜ ସୁବିଧାରେ ହୋଇଯିବ । ପରୀକ୍ଷା ପ୍ରତିଯୋଗିତା ଓ ମାଲିମୋକଦ୍ଦମାରେ ରେ ଶୁଭଫଳ ମିଳିବ । ସଭାସମିତି, ସାହିତ୍ୟ ଓ କଳାକ୍ଷେତ୍ରରେ ସମ୍ମାନ ପାଇବେ ।

ବିଛା:-

ବାସଗୃହ ଓ ଯାନବାହନର କେତେକ ସମସ୍ୟା ସମାଧାନ ହୋଇଯିବ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ ଓ ପୁରାତନ ଯୋଜନା ଫଳପ୍ରସୂ ହେବା ସହଜ ସରଳ ହୋଇଯିବ । ସାମାଜିକ ସ୍ତରରେ ସହନଶୀଳତା ଗୁଣରୁ ପ୍ରଶଂସିତ ହେବେ । ନୂତନ କାର୍ଯ୍ୟରେ ହାତଦେଇ କୃତ କାର୍ଯ୍ୟ ହେବେ ।

ଧନୁ:-

ଧର୍ମକାର୍ଯ୍ୟ ପ୍ରତି ମନବଳାଇ ବହୁତ ଶାନ୍ତି ପାଇବେ । ବନ୍ଧୁଙ୍କ ଆଚରଣ ମନରେ ସନ୍ଦେହ ସୃଷ୍ଟି କରିବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ ନକଲେ ବହୁତ କ୍ଷତିରେ ପଡିବେ । ପରିବାରରେ ମନୋମାଳିନ୍ୟ ମେଣ୍ଟିଯିବ । ପିଲାମାନଙ୍କ କାର୍ଯ୍ୟ କଳାପସମ୍ମାନ ହାନୀର ସୂଚନା ଦେବ ।  ସ୍ଵାସ୍ଥ୍ୟର ଅବନତି ନେଇ ଚିନ୍ତିତ ରହିବେ ।

ମକର:-

ପରିବାର କଥା ଚିନ୍ତା କରି ମନରେ ଅସନ୍ତୋଷ ଦେଖାଦେବ । ସତର୍କ ନହେଲେ ଯାନବାହନରେ ଆକସ୍ମିକ ଦୁର୍ଘଟଣା ଘଟିବ । ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ । କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ ।

କୁମ୍ଭ:-

ବାଣିଜ୍ୟ ବ୍ୟବସାୟ କ୍ଷେତ୍ରରେ ଉଚ୍ଚଫଳ ପ୍ରାପ୍ତି ହେବ ଓ ପ୍ରସାର ପ୍ରଚାର କରିବାର ସୁଯୋଗ ପାଇ ଖୁସି ହେବେ । ଦୂରେଇ  ଯାଇଥିବା ବନ୍ଧୁମାନେ ପୁଣି ନିକଟବର୍ତ୍ତୀ ହେବେ । ଆର୍ଥିକ ଦିଗରୁ ଉନ୍ନତି ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ ।

ମୀନ:-

ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଦେଖାଦେବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ସମାଧାନ ହୋଇଯିବ । ସ୍ୱାସ୍ଥ୍ୟ ଠିକ୍ ରହିବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ ।

Leave a Reply

Your email address will not be published. Required fields are marked *