ବୁଧବାର, 10 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ସୁଖ ସମ୍ପଦ ପ୍ରାପ୍ତି ହେବ । ବନ୍ଧୁ, ମିତ୍ର ଏବଂ ଉଚ୍ଚପଦାଧିକାରୀଙ୍କ ଠାରୁ ସାହାଯ୍ୟ ସହଯୋଗ ପାଇବେ । ବିଦ୍ୟୁତ ଓ ଯନ୍ତ୍ରଚାଳନା, ଯାନବାହନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନେ ବିଶେଷ ଲାଭବାନ ହେବେ । ସାମାନ୍ୟ ପରିଶ୍ରମ କରି  ଅଧିକ ଲାଭ ପାଇବେ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ନିର୍ମାଣ କ୍ଷେତ୍ରରେ ଅଗ୍ରଗତି ନିମନ୍ତେ ସମର୍ଥ ହୋଇ ପାରିବେ । ପାରିବାରିକ ସୁଖ ସମୃଦ୍ଧିରେ ମୁଖ୍ୟଭୂମିକା ତୁଲାଇବେ । ଆର୍ଥିକ ଦିଗରୁ ସୁବିଧା ଜନକ ପରିସ୍ଥିତି ଦେଖାଦେବ ।   ମାନସିକ ଏକାଗ୍ରତା ବଜାୟ ରହିବ ।

ବୃଷ:-

ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଦାମ୍ପତ୍ୟ ଜୀବନ ଆନନ୍ଦମୟ ହେବ । ଯାତ୍ରାରେ ସଫଳତା ପ୍ରାପ୍ତି ହେବ । ବ୍ୟବସାୟରେ ପ୍ରତିଦ୍ୱନ୍ଦିତା ସତ୍ତ୍ୱେ ଲାଭ ସୁନିଶ୍ଚିତ । କଳକାରଖାନା ଓ ଶିଳ୍ପ ପ୍ରଭୃତିର ମାଲିକମାନେ ଏବଂ କଣ୍ଟ୍ରାକ୍ଟରମାନେ ଆନନ୍ଦିତହେବେ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ ।

ମିଥୁନ:-

ଅନେକ ପ୍ରକାର ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ । ଧୈର୍ଯ୍ୟ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ମୂଲ୍ୟବାନ ବା ସୌଖୀନ ପଦାର୍ଥ ସଂଗ୍ରହ କରି ପ୍ରଚୁର ଲାଭବାନ୍ ହେବେ । ପାରିବାରିକ ଦ୍ଵନ୍ଦର ଅବସାନ ଘଟିବ । ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ସ୍ୱାସ୍ଥ୍ୟ ଦିଗରୁ ପ୍ରାୟତଃ ଠିକ୍ ରହିବ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ସମାଜ ସେବା ଓ ରାଜନୀତିରେ ସ୍ଵନାମ ଅର୍ଜନ କରିପାରିବେ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ।

କର୍କଟ:-

ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଓ ବିଦେଶ ଯାତ୍ରାରେ ଲାଭବାନ ହେବେ । ଚିତ୍ତପ୍ରସନ୍ନ ରହିବା ଯୋଗେ କାର୍ଯ୍ୟ ସିଦ୍ଧି ହେବ । ସମସ୍ୟା ଦୂର ଓ ଉଚ୍ଚ ଆଶାରେ ଆଗେଇବେ । ଅନେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନୂତନ ବ୍ୟବସାୟରମ୍ଭ, ଯାନ, ବାହନ, ଜାଗା, ଜମି, ଗୃହପୋକରଣ ଆଦି କ୍ରୟ କରିବା ପାଇଁ ଋଣ କରିଲେ ସୁଖ ସମ୍ପତ୍ତି ଲାଭ ହେବ । ଭାଗୀଦାର ବ୍ୟବସାୟରେ ବାଦ ବିବାଦ ମେଣ୍ଟିଯିବ । ମହିଳାମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ ।

ସିଂହ:-

ଉପରିସ୍ଥ ଅଧିକାରୀମାନଙ୍କ ସହିତ ସୁ ସମ୍ପର୍କ ସ୍ଥାପନ ହେବ । ମହିଳା ମାନଙ୍କର ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ । ପାରିବାରିକ ଜୀବନ ଆନନ୍ଦରେ କଟିବ । ନୂତନ କର୍ମନିଯୁକ୍ତିପାଇ ପାରିବେ । ଆର୍ଥିକସ୍ଥିତି ଆବଶ୍ୟକଠାରୁ ଅଧିକ ବିସ୍ତାରିତ ହେବ । ଦୂରଯାତ୍ରାରେ ସଫଳ ହେବେ । ଧର୍ମ କାର୍ଯ୍ୟରେ ଯୋଗ ଦେଇ ଦେବ ଦର୍ଶନ କରିବେ । କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ ।

କନ୍ୟା:-

ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚ୍ଚଆଶା ସଫଳ ହେବ । ବିଦେଶ ଯାତ୍ରାରେ ଲାଭବାନ ହେବେ । ନୂତନ କର୍ମଆଶାୟୀ ଯୁବକ ଯୁବତୀମାନଙ୍କର ଆଶା ପୂରଣ ହେବ । ପରୀକ୍ଷା ପ୍ରତିଯୋଗିତାରେ ସଫଳ ହେବେ । କର୍ମକ୍ଷେତ୍ରରେ ମାନ ମନାନ୍ତର ଦୂର ହେବା ଫଳରେ ପ୍ରଶଂସିତହେବେ । ବ୍ୟବସାୟରେ  ଆଶାତୀତ ଲାଭ ପାଇବେ । ମାଲିମୋକଦ୍ଦମାରେ ବିଜୟ ଲାଭ କରିବେ । ପାରିବାରିକ ଜୀବନରେ ଶାନ୍ତି ଆସିବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ପରିବାରର ସଦସ୍ୟଙ୍କ ସହିତ ସୌହାଦ୍ୟ ପୂର୍ଣ୍ଣ ସଂପର୍କ ରହିବ । ବିଳାସ ବ୍ୟସନ ଖାଦ୍ୟ ପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ ।

ତୁଳା:-

ବ୍ୟବସାୟ ବୃଦ୍ଧି ପାଇବ ଓ ଲାଭାଂଶ ଉପରେ ସୁ ପ୍ରଭାବ ପଡିବ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଧାର୍ମିକ କାର୍ଯ୍ୟରେ ଦୂର ସ୍ଥାନକୁ ଯାତ୍ରା କରିବେ । ରାଜନୀତିରେ ସଫଳତା ମିଳିବ । କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ନୂତନ କର୍ମପ୍ରାପ୍ତି ହେବ । ମହିଳାମାନେ ସୁଯୋଗ ପାଇବା ମଧ୍ୟେ ଗଠନମୂଳକ ଚିନ୍ତାଧାରାକୁ ଉଜ୍ଜୀବିତ କରି ଯୋଜନାବଦ୍ଧ ରୀତି ଗ୍ରହଣ କରି ପାରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ  ହେବ । ଆର୍ଥିକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହ କରିବେ । ବଡପଣିଆ ଦେଖାଇଲେ ଭଲ ବଦଳରେ ମନ୍ଦଫଳ ଭୋଗିବାକୁ ପଡିବ ।

ବିଛା:-

ଜନ ସେବାରେ ନିଜକୁ ନିୟୋଜିତ କରିବେ । କର୍ମ କ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । କର୍ମସନ୍ଧିତ୍ସୁମାନେ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ପାରିବାରିକସ୍ଥିତି ସନ୍ତୋଷ ଜନକ ରହିବ । ଭାଇ ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ଅଚାନକ ଧନପ୍ରାପ୍ତି ଦ୍ୱାରା ଆର୍ଥିକ ଉନ୍ନତି ହେବ । ବ୍ୟବସାୟିକ ଅନୁବନ୍ଧ, ବେପାର ବିସ୍ତାର, ଜାଗା, ଜମି ଓ ଉଚ୍ଚସ୍ତରୀୟ ବାହନ ଓ ସ୍ଵର୍ଣ୍ଣ ଅଳଙ୍କାର କ୍ରୟ କରିବେ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ ।

ଧନୁ:-

ଉଚ୍ଚପଦସ୍ଥ ବ୍ୟକ୍ତିଙ୍କଠାରୁ ସମ୍ମାନ ପାଇବେ ଓ କର୍ମ କ୍ଷେତ୍ରରେ ବହୁବିଧ ସୁଯୋଗ ଜୁଟିବ । ଶିକ୍ଷା କ୍ଷେତ୍ରରେ ଓ  ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂତନ ବ୍ୟବସାୟର ଶୁଭାରମ୍ଭ ସହ ଭଲ ରୋଜଗାର ମଧ୍ୟ କରିପାରିବେ ।   ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ପୁରୁଣା ପ୍ରାପ୍ୟ ଆଦାୟ ହେବ । ବନ୍ଧୁ, ମିତ୍ର ଏବଂ ସହକର୍ମୀମାନଙ୍କ ଦ୍ୱାରା ଲାଭବାନ୍ ହେବେ । ଆର୍ଥିକ କ୍ଷେତ୍ରରେ ଉନ୍ନତି ହେବ । ନୂତନକର୍ମ ପ୍ରାପ୍ତିରେ ସଫଳ ହେବେ । ପାରିବାରିକ ଜୀବନ ସୁଖମୟ ହେବ । ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ଉଚ୍ଚ ଶିକ୍ଷାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ ।

ମକର:-

କର୍ମକ୍ଷେତ୍ରରେ ସଙ୍କୁଚିତ ହେଲେମଧ୍ୟ ସ୍ଵାଭିମାନକୁ ବଜାୟ ରଖି କର୍ମୋନ୍ନତି ଭାଗ୍ୟୋନ୍ନତି କରି ପାରିବେ । ନୂତନ କର୍ମ ନିଯୁକ୍ତି ପାଇବେ ।   ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ସ୍ୱାସ୍ଥ୍ୟ ଭଲ ରହିବ । ପିତା-ମାତାଙ୍କ ସହ ସମ୍ପର୍କ ଭଲ ରହିବ ।   ମହିଳାମାନେ ନିକଟସ୍ଥ ଧାର୍ମିକ କାର୍ଯ୍ୟରେ  ଯୋଗ ଦେବେ । ରାଜନୈତିକ  କ୍ଷେତ୍ରରେ  ଦୂର ସ୍ଥାନକୁ ଯାତ୍ରା କରି ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ଉଚ୍ଚ କର୍ମକର୍ତ୍ତାଙ୍କର ସୁଦୃଷ୍ଟି ପ୍ରାପ୍ତି ହେବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି  ଏବଂ ସୁନାମ ଅର୍ଜନ କରିବେ ।

କୁମ୍ଭ:-

ବାସ ଗୃହ ଓ ଯାନ ବାହାନର କେତେକ ସମସ୍ୟାର ସମାଧାନ ହେବ । ପାରିବାରିକ ସମ୍ପର୍କରେ ଉନ୍ନତି ହେବ ଓ ଆର୍ଥିକ ଦିଗରୁ ମଧ୍ୟ ଉନ୍ନତି ଦେଖାଦେବ । ପେଶା, ବ୍ୟବସାୟ, ଭାଗୀଦାରି ଓ ବନ୍ଧୁମିତ୍ରଙ୍କ ଦ୍ୱାରା ଲାଭବାନ ହେବେ । ବ୍ୟୟ ହ୍ରାସ ପାଇବା ସହ ଅର୍ଥଲାଭ ଯୋଗ ରହିଛି । ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ମହିଳାମାନେ କର୍ମ କ୍ଷେତ୍ରରେ କଠିନ ପରିଶ୍ରମ ଯୁକ୍ତା ହେବେ ଓ ନିଜ କ୍ଷେତ୍ରରେ ଭାବମୂର୍ତ୍ତି ସୁରକ୍ଷିତ ରହିବ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ଋଣ ଭାରରୁ ମୁକ୍ତି ପାଇବେ । ସ୍ଵାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ ।

ମୀନ:-

ବ୍ୟବସାୟରେ କିଛି ନୂତନ ଯୋଜନା ମିଶାଇବା ଫଳରେ ବିଶେଷ ଲାଭବାନ୍ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି  ବେଶ୍ ଆନନ୍ଦ ଅନୁଭବ କରିବେ । ଶିକ୍ଷା କ୍ଷେତ୍ରରେ ସଫଳତା ଲାଭ କରିବେ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । କର୍ମକ୍ଷେତ୍ରରେ ପରିବର୍ତ୍ତନ ଆଣିବାର ଯୋଜନା ପ୍ରସ୍ତୁତ କରିବେ । ଗଚ୍ଛିତ ଅର୍ଥ ବୃଦ୍ଧି କରିବା ପାଇଁ ଚେଷ୍ଟିତ ହେବେ । ପାରିବାରିକ ସମସ୍ୟା ବୁଝାମଣା ମଧ୍ୟରେ ସମାଧାନ ହେବ । ରାଜନୈତିକ କ୍ଷେତ୍ରର ସାବଧାନତା ପୂର୍ବକ ପାଦ ବଢ଼େଇବା ବୁଦ୍ଧିମତାପୂର୍ଣ୍ଣ ହେବ ।

Leave a Reply

Your email address will not be published. Required fields are marked *