ବୁଧବାର, 12 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ । କର୍ମକ୍ଷେତ୍ରରେ ନିମ୍ନ ବର୍ଗୀୟ ବ୍ୟକ୍ତି ବିଶେଷଙ୍କଠାରୁ ବିଶେଷ ଲାଭବାନ ହେବେ । ପ୍ରତ୍ୟକ୍ଷ ଓ ପରୋକ୍ଷ ଶତ୍ରୁତା ଓ ଈର୍ଷାପରାୟଣ ବ୍ୟକ୍ତିଙ୍କ ଦ୍ଵାରା ପୂରସ୍କୃତ ହେବେ । ସୁସ୍ଥ ମାନସିକତା ରକ୍ଷାକରି ବ୍ୟବସାୟ କ୍ଷେତ୍ରରେ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ଉନ୍ନତିର ଛକ ଉପରେ ପଦାର୍ପଣ କରି ।  ପ୍ରତିକାର-ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ବୃଷ:-

କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତିର ସୂଚନା ପାଇବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ଆର୍ଥିକ ଲାଭ ହେବାର ସମ୍ଭାବନା ଅଛି । ଚାକିରୀରେ ଅଫିସର୍ ଓ ସହକର୍ମୀମାନେ କାମର ପ୍ରଶଂସା କରିବେ । ରାଜକୀୟ ମାମଲାରେ ସଫଳତା ମିଳିବ । ପାରିବାରିକ କ୍ଷେତ୍ରରେ ଭୁଲ ବୁଝାମଣା, ରାଗରୁଷା, ମାନଅଭିମାନ, କଳହ ଇତ୍ୟାଦି ଅଳ୍ପ ବହୁତ ଦେଖାଦେଲେ ମଧ୍ୟ କୁ ପ୍ରଭାବ ପଡିବ ନହିଁ । ହଠାତ୍ କାହାର ଡକରା ପାଇ ଯାତ୍ରା କରିବାକୁ ବାଧ୍ୟ ହେବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମିଥୁନ :-

ଜନସମ୍ପର୍କ ସୁଦୃଢ ହେବ । ଯାହା ଚିନ୍ତା କରିଛନ୍ତି ଆଜି ତାହା ପୂରଣ କରିବାକୁ ଚେଷ୍ଟା କରିବେ । ମାନସିକ ଚିନ୍ତା ଦୂର ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ହେବ । ଗୃହରେ ମାଙ୍ଗଳିକ ଶୁଭକାର୍ଯ୍ୟ କରିପାରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ଯେଉଁ କ୍ଷେତ୍ରରେ ନିବେଶ କରିଲେ ଲକ୍ଷ୍ମୀଙ୍କ କୃପା ପ୍ରାପ୍ତି ହେବ । ପ୍ରତିଯୋଗୀତା ପରୀକ୍ଷା ମାଲିମୋକଦ୍ଦମାରେ ବିଜୟ ପ୍ରାପ୍ତ ହେବ । କାରବାର ଓ କାମ-କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ବିଦ୍ୟାଧ୍ୟୟନ ସମ୍ବନ୍ଧିୟ ଶୁଭ ସମାଚାର ପ୍ରାପ୍ତ ହେବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଯଶ, ମାନ-ସମ୍ମାନ ପ୍ରତିଷ୍ଠା ମିଳିବ । ବିଦ୍ୟା କ୍ଷେତ୍ରରେ ମଧ୍ୟ ସଫଳତା ମିଳିବ । ଶତୃମାନେ ଦୂର ହେବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ଆଜି ରୋଜଗାରରେ ଉନ୍ନତି ହେବ । ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ହେତୁ ମନ ଓ ଚିତ୍ତ ପ୍ରସନ୍ନ ରହିବ । ମିତ୍ରମାନଙ୍କ ଦ୍ଵାରା ଲାଭ ମିଳିବ । ନିଜ ଲୋକମାନେ ହିଁ କାମରେ ଆସିବେ । ବ୍ୟାପାର ଓ ବ୍ୟବସାୟରେ ଉନ୍ନତି ହେବ । କୌଣସି ମହତ୍ଵପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ସିଂହ:-

ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ ।  ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । କଥାବାର୍ତ୍ତା ଓ ଚତୁରତା ହେତୁ ବିଗିଡିଥିବା କର୍ମଟିକୁ ସଜାଡି ପାରିବେ । ଶତୃ ଓ ବିରୋଧୀମାନେ ଆପଣଙ୍କ ସାମ୍ନା କରିପାରିବେ ନାହିଁ । ଧନର ଆଗମନ ହୋଇପାରେ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟଶ୍ରୀ ମିଳିବ । କର୍ମକ୍ଷେତ୍ରରେ ଦାଇତ୍ଵ ବଢିବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବସ୍ତୁ କ୍ରୟ କରିପାରିବେ । ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ନିଜର କ୍ଷମତା ଓ ଯୋଗ୍ୟତାକୁ ବହୁତ ଉପଯୋଗ କରିବେ । ରାଜନୀତି ମାମଲାରେ ସଫଳତା ମିଳିବ । ସେୟାର ବଜାରରେ ପୁଞ୍ଜି ନିବେଶ କରିଲେ ବହୁତ ଧନ ପ୍ରାପ୍ତ ହେବ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ତୁଳା:-

ଆଧ୍ୟାତ୍ମିକ କ୍ଷେତ୍ରରେ ଉନ୍ନତି ହେବ । ସରକାରୀ କାମରେ ସଫଳତା ମିଳିବ । ପାରିବାରିକ ମାମଲା ବହୁତ ସହଜ  ସରଳହେବ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । କାମ-କାର୍ଯ୍ୟ ବିଷୟକୁ ନେଇ ବହୁତ ଯାତ୍ରା କରିବେ । କଷ୍ଟରୁ ଅତିକଷ୍ଟରେ କାର୍ଯ୍ୟ ହାସଲ କରିବାକୁ ଚେଷ୍ଟା କରିବେ । ନୂଆ କାମ କିଛି ଆରମ୍ଭ କରି ପାରନ୍ତି । ଶତୃ ଓ ବିରୋଧୀମାନେ ମଧ୍ୟ କିଛି କ୍ଷତି କରିପାରିବେ ନାହିଁ । ହସ ଖୁଶିର ପରିବେଶ ସୁନ୍ଦର ହୋଇ ପାରେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । ପାରିବାରିକ ସୁଖ ସମ୍ପନ୍ନତା ଲାଭ ହେବ ଏବଂ ମହିଳାମାନେ ସନ୍ତାନ ସନ୍ତତି ମାନଙ୍କଖୁସିରେ ଆନନ୍ଦିତ ହେବେ । ଗୁରୁଜନଙ୍କ ସହାନୁଭୁତି ଉପଲବ୍ଧ ହେବ ଓ ସାମାଜିକ ସ୍ଥିତି ଓ ମାନସମ୍ମ । ନ ବଜାୟ ରହିବ । ଅଟକି ଥିବା କାର୍ଯ୍ୟ ସଫଳତା ପୂର୍ବକ ସମ୍ପନ୍ନ ହେବ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ବାସ ଗୃହ ଓ ଯାନବାହାନର କେତେକ ସମସ୍ୟାର ସମାଧାନ ହେବ ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ଧନୁ:-

ଯଥେଷ୍ଟ ଆର୍ଥିକ ଉନ୍ନତି ଘଟିବ ଓ କର୍ମକ୍ଷେତ୍ରରେ ଶୁଭ ଫଳ ପାଇବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ବ୍ୟବସାୟରେ ପ୍ରଚୁର ଲାଭହେବ । ସମ୍ପର୍କୀୟ ଜଣେ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । କର୍ମ କ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ବ୍ୟବସାୟ ବାଣିଜ୍ୟ ଓ ପରିବହନ କ୍ଷେତ୍ରରେ ସୁଫଳ ପ୍ରାପ୍ତିହେବ ଓ ଦୂରଯାତ୍ରାର ସୁଯୋଗ ପାଇବେ । ମହିଳାମାନେ ନୂତନ ବନ୍ଧୁଙ୍କୁ ପାଇ ଖୁସୀହେବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ମକର:-

କୌଶଳ ପ୍ରୟୋଗ କରି ସମସ୍ତ ପ୍ରକାର ଅଭିଳାଷ ପୂରଣ କରିବାକୁ ଚେଷ୍ଟା କରିବେ । ରାଜନୈତିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଦୂରଯାତ୍ରାରେ ସଫଳ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କୁମ୍ଭ:-

କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । କୌଣସି ଗୁରୁତ୍ୱପୂର୍ଣ୍ଣ ନିସ୍ପତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଉଚିତ୍ । ଶତୃମାନେ ଦୂରେଇ ଯିବେ । ଅପେକ୍ଷା କରିଥିବା କାମର ଶୁଭସୂଚନା ମିଳିବ । ପଢାପଢିରେ ମାନସିକ ଶାନ୍ତି ମିଳିବ । ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ:-

ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ସନ୍ତୁଷ୍ଟ ହୋଇପାରେ । କେତେକ କର୍ମରେ ସଫଳତା ପ୍ରାପ୍ତି ହେବ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପୁରାତନ ରୋଗପ୍ରତି ସାବଧାନ ରହିଲେ ଭଲ । ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

Leave a Reply

Your email address will not be published. Required fields are marked *