ବୁଧବାର, 19 ଜୁନ୍ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ଵ ଦେଇ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ ।

ବୃଷ:-

କୌଣସି ପ୍ରକାରେ ଉଚ୍ଚମାନ୍ୟତା ରକ୍ଷା କରି ଆର୍ଥିକ ସ୍ଥିତିକୁ ସୁଦୃଢ କରିପାରିବେ । ବିଦ୍ୟୁତ୍ ଯନ୍ତ୍ର ଚାଳନ, ଯାନବାହାନ ତଥା ଖଣି ଓ ଜଙ୍ଗଲ କ୍ଷେତ୍ରରେ କର୍ମରତ ବ୍ୟକ୍ତିମାନଙ୍କର ଆକସ୍ମିକ ଧନ ପ୍ରାପ୍ତି ହେବ । ପରୀକ୍ଷା ପ୍ରତିଯୋଗିତାରେ ଜୟଯୁକ୍ତ ହେବେ । ରାଜନୈତିକ କ୍ଷେତ୍ରରେ ବିଳାସବ୍ୟସନ ଖାଦ୍ୟପେୟ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ବନ୍ଧୁ, ମିତ୍ର ସହକର୍ମୀ ଭାଗୀଦାରୀଙ୍କ ଯୋଗେ ଲାଭ ପାଇବେ । ପ୍ରକୃତିସ୍ଥ ହୋଇ ହିସାବରେ ଚଳିଲେ ଦୁର୍ଗତିରୁ ସୁରକ୍ଷିତ ରହି ହେବ । ଅଧ୍ୟୟନ ପ୍ରତି ବିତୃଷ୍ଣା ଓ ନିରାଶା ଭାବ ଦେଖାଦେଇ ପାରେ ।

ମିଥୁନ:-

ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ନିଜ ଚେଷ୍ଟାରେ କାର୍ଯ୍ୟରେ ସଫଳତା ମିଳିବା ସହ ସନ୍ତାନ ସୁଖ ମିଳିବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ପ୍ରବାସରେ  ମଧ୍ୟ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ କୁ ନିଜର  ଭୂଷଣଭାବି ବ୍ୟବସାୟ ଓ କର୍ମ କରିଲେ ଲାଭବାନ ହେବେ । ପ୍ରତିଯୋଗୀତା ପରୀକ୍ଷାରେ ଯଶରସହ ଉତ୍ତୀର୍ଣ୍ଣ ହୋଇ ପ୍ରଶଂସିତ ହେବେ । ଋଣ ଭରଣାରେ ସହଜ ହେବ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ ।

କର୍କଟ:-

ନୂତନ ବ୍ୟବସାୟ ଯୋଜନାର ଶିଳାନ୍ୟାସ କଲେ, ତାହା ଦୀର୍ଘ ସ୍ଥାୟୀହେବ ଓ ବହୁବିଧ ଲାଭ ମିଳିବ । ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ମହିଳାମାନଙ୍କର ସନ୍ତାନଙ୍କ ଚିନ୍ତାରେ ମାନସିକ ଶାନ୍ତି ମିଳିବ ଓ ଉଚିତପନ୍ଥା ଗ୍ରହଣ କରିବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମ ଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ଵାର୍ଥରକ୍ଷା କରି କଠିନ ପରିଶ୍ରମ କରିବାକୁ ପଡିବ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ମାଲିମୋକଦ୍ଦମାରେ ଆପୋଷ ସମାଧାନର ରାସ୍ତା ଖୋଲିଯିବ ।

ସିଂହ:-

ଧର୍ମ-କର୍ମରେ ରୁଚି ରହିବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ଧନ ଲାଭ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଆପଣା ଲୋକଙ୍କ ସାହାଯ୍ୟ ପାଇ ପାରିବାରିକ ଜୀବନ ସୁଧାରୀ ନେବେ । ରାଜନୀତିରେ ଲୋକସମର୍ଥନକୁ ଆଧାର କରି ବଳୀୟାନ ହେବେ । ଶିକ୍ଷାର୍ଥୀମାନେ ଉନ୍ନତିର ଛକ ଉପରେ ପଦାର୍ପଣ କରି ଲକ୍ଷ୍ୟପୂରଣ ଆଡକୁ ଆଗେଇ ପାରିବେ । ମହିଳାମାନେ ସୁଖ ଶାନ୍ତିରେ ଦିନ କଟାଇବେ । ସଂଘର୍ଷ ଦ୍ଵାରା ସଫଳତା ମିଳିବ ।

କନ୍ୟା:-

ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷରେ ଯିବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ଶାନ୍ତି ଆସିବ । କୌଣସି କାମରେ ବିଶେଷଜ୍ଞତା ହାସିଲ କରିବେ । ନୂଆ ଚାକିରୀରେ ଯୋଗ ଦେଇ ପାରନ୍ତି । ଶୁଭ ସମାଚାର ମିଳିବା ଫଳରେ ଖୁସିହେବେ । ସନ୍ତାନଙ୍କ ସମ୍ବନ୍ଧିତ କୌଣସି ମହତ୍ଵପୂର୍ଣ୍ଣ ଓ ଉନ୍ନତି ମୂଳକ ସଂବାଦ ମିଳିପାରେ । ପରିବାରର ଉନ୍ନତି ପାଇଁ ପ୍ରୟାସରତ ହେବେ । ନିଯେ ମଧ୍ୟ ଖୁସି ଓ ସୁରକ୍ଷିତ ଅନୁଭବ କରିବେ । ଅଧୁରା କାର୍ଯ୍ୟ ପୂରଣ ପାଇଁ ଚେଷ୍ଟା କରିବେ ।

ତୁଳା:-

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ରାଜନୀତିରେ କୃତକାର୍ଯ୍ୟ ହେବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ମଉଜ-ମସ୍ତିରେ ସମୟ କଟିପାରେ । ବ୍ୟବସାୟ ଓ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଅଧ୍ୟୟନ-ଅଧ୍ୟାପନା କାର୍ଯ୍ୟରେ ବ୍ୟସ୍ତ ରହିବେ । ମାନ-ପ୍ରତିଷ୍ଠା ବଢିବ । ଧର୍ମ-କର୍ମରେ ରୁଚି ରହିବ ଓ କୌଣସି ଆୟୋଜନ ମଧ୍ୟ କରେଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । କ୍ରୋଧକୁ ଦମନ କରି ହସଖୁସିର ବାତାବରଣ ସୃଷ୍ଟି ହେବ ।

ବିଛା:-

ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରିବେ ଓ ଖାଦ୍ୟ ବ୍ୟବସାୟୀମାନେ ପ୍ରଚୁର ଲାଭ କରିବେ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ବ୍ୟବସାୟରେ  ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । କର୍ମ କ୍ଷେତ୍ରରେ ଉତ୍ତମ ରୋଜଗାର କରିପାରିବେ ।

ଧନୁ:-

ଶୁଭ ସମାଚାର ଶୁଣିବାକୁ ମିଳିବ । ନୂତନ ବନ୍ଧୁ ଭେଟ ହେବେ । ଆଜି ଦିନର ସମୟ ଗୁଡିକ ହସ ଖୁସିରେ ବିତିବ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଚାକିରୀ କ୍ଷେତ୍ରରେ ପଦୋନ୍ନତି ହେବ ଓ ସ୍ଥାନାନ୍ତର ମଧ୍ୟ ହୋଇପାରେ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ, ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଧୈର୍ଯ୍ୟ ଓ ସଂଯମ ରଖି ଦୁଃଖୀ ଲୋକଙ୍କୁ ସାହାଯ୍ୟ କରିବେ । ନିବେଶ ପାଇଁ ସମୟ ଉପଯୁକ୍ତ ଅଟେ । କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ ।

ମକର:-

ବିତିଯାଇଥିବା ମାମଲାରେ ସଫଳତା ମିଳିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ସଫଳତା ଏବଂ ଲୋକସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ରୋଜଗାର ସମସ୍ୟା ସୁଧୁରି ଯିବ । ଧନ ଲାଭ ହେବାରୁ ମନ ଖୁସି ରହିବ । ଅଧିକାରୀଙ୍କଠାରୁ ସହଯୋଗ ମିଳିବ । ଅଟକି ରହିଥିବା କାମ ଗୁଡିକ ସୁରୁଖୁରୁରେ ସମ୍ପନ୍ନ ହେବ । ବାଣିଜ୍ୟ ବ୍ୟବସାୟ, ପରିବହନରେ ଆଶାଜନକ ସଫଳତା ହାସଲ କରିବେ । ଦୂରଯାତ୍ରାର ସୁଯୋଗ ପାଇବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ନୂଆ ନିଯୁକ୍ତିର ସୁଯୋଗ ଅଛି । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

କୁମ୍ଭ:-

ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବ । ମନ ଲଗାଇ କାର୍ଯ୍ୟ କରିବା ଫଳରେ ଧନ ପ୍ରାପ୍ତି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତି ହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦାମ୍ପତ୍ୟ ସମ୍ବନ୍ଧରେ ପ୍ରଗାଢତା ଆସିବ । ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ ତାହା କୌଶଳକ୍ରମେ ସମାଧାନ କରିବେ ।

ମୀନ:-

ଫୋନ, ମୋବାଇଲ୍, ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଦ୍ଵାରା ସୁସମ୍ବାଦ ପ୍ରାପ୍ତି ହେବ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ନୂଆଲକ୍ଷ ନିର୍ଦ୍ଧାରିତ କରି ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ । ବ୍ୟବସାୟ କ୍ଷେତ୍ରରେ ଉନ୍ନତି ହେବ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ ।  ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ । ଯେଉଁ ଜିନିଷ ପାଇବା ପାଇଁ ଚିନ୍ତା କରୁଥିଲେ ତାହା ନିଶ୍ଚିତ ଭାବେ ପାଇବେ ।

Leave a Reply

Your email address will not be published. Required fields are marked *