ବୁଧବାର, 24 ଜୁଲାଇ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଘରୋଇ କର୍ମଚାରୀମାନେ ଦ୍ରୁତଗତିରେ କାର୍ଯ୍ୟ କରି ଆୟ ଅଧିକ ହେବେକୁ ଚେଷ୍ଟା କରିବେ । ବ୍ୟବସାୟରେ ପ୍ରସାର ପ୍ରଚାର କରିବାକୁ ମନ ବଳାଇଲେ ସଫଳତା, ଆର୍ଥିକ ଉନ୍ନତି ଓ ଅଚାନକ ଧନ ପ୍ରାପ୍ତି ହେବା ସହ ମାନ ସମ୍ମାନ ବୃଦ୍ଧି ହେବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

ବୃଷ

ଆୟ ବ୍ୟୟରେ ତାଳମେଳ ରହିବ ନାହିଁ । ପ୍ରେମିକ ପ୍ରେମିକାମାନେ ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । କେତେକ ସ୍ଥଳରେ ବିବାଦୀୟ ପରିସ୍ଥିତିକୁ ସମାଧାନ କରି ସମ୍ମାନ ଓ ପ୍ରଶଂସା ପାଇବେ । ବ୍ୟବସାୟରେ ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ଓ ପରୋପକାର କରି ପ୍ରଶଂସା ପାଇବେ ।

ମିଥୁନ

କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଶତୃମାନେ ଦୂରେଇ ଯିବେ ଘରୋଇ ସମସ୍ୟା ସମାଧାନ କରି ଜୟଯୁକ୍ତ ଓ ସମ୍ମାନିତ ହେବେ । ଅଚାନକ ଧନ ପ୍ରାପ୍ତି ହେବ ।

କର୍କଟ

ବ୍ୟବସାୟରେ ସାମାନ୍ୟ ପରିଶ୍ରମ କରି ଅତ୍ୟଧିକ ଲାଭ ପାଇବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପ୍ରେମିକ ପ୍ରେମିକା ମାନଙ୍କର ଚିତ୍ତପ୍ରସନ୍ନ ରହିବ ଓ କାର୍ଯ୍ୟ ସିଦ୍ଧି ହେବ । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ ।

ସିଂହ

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ସ୍ୱର୍ଣ୍ଣାଦି ଧାତୁଦ୍ରବ୍ୟ, ରେଡିମେଡ, କପଡା, ଲୁଗା, ଚାଆପାନ, ସାଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ସ୍ଵନାମ ଅର୍ଜନ କରିପାରିବେ । କ୍ଷମା ଗୁଣରେ ଯଶ ପ୍ରାପ୍ତି, ସୁସମ୍ବାଦ ପ୍ରାପ୍ତି ଓ ଆର୍ଥିକ ସଙ୍କଟ ଦୂରେଇ ଯିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।

କନ୍ୟା

ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟ ଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ଆର୍ଥିକ ଦିଗରୁ ସୁବିଧା, ପୈତୃକ ସମ୍ପତ୍ତିକୁ ନେଇ ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ଅନେକ ଶୁଭ କର୍ମର ସୁଯୋଗ ପାଇବେ ।

ତୁଳା

ଦୃଢ଼ ପ୍ରତିଜ୍ଞାରେ ଆବଦ୍ଧ ରହି କେତେକ ସ୍ଥଳରେ ଲାଭବାନ ହେବେ । ବ୍ୟବସାୟୀକ ଅର୍ଥ ସଂପର୍କିତ ଚୁକ୍ତିପତ୍ର କଲେ ଲାଭବାନ ହେବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ପୂର୍ବ ଶତୃମାନେ ପଛଘୁଞ୍ଚା ଦେବେ । ବନ୍ଧୁବାନ୍ଧବଙ୍କ ମଧ୍ୟରେ କଳହ ଓ ମନାନ୍ତର ଦୂରେଇ ଯିବ ।

ବିଛା

ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ ଓ ବକେୟା ଅର୍ଥ କିଛି ଆଦାୟ ହେବ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବ ଦେଖାଦେବ । ମହିଳାମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ଶତୃମାନେ ମଥାନତ କରିବେ ।

ଧନୁ

ବହୁ ଗୁରୁତ୍ୱପୂର୍ଣ୍ଣ ସମସ୍ୟାର ସମାଧାନ ହୋଇ ବ୍ୟବସାୟରେ ଶତୃମାନେ ଦୂରେଇ ଯିବେ ଓ ଉନ୍ନତି ହେବାସହ ଗୃହବାହାନ ପ୍ରାପ୍ତି ହେବ । ବିକ୍ରମଶାଳୀ ହେଲେ ମଧ୍ୟ କେତେକ କାର୍ଯ୍ୟରେ ନିଜର ମର୍ଯ୍ୟାଦାକୁ ଜଗି ରଖି ଚଳିବେ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ଓ ସନ୍ତୋଷ ଜନକ ହେବ । ଶତୃମାନେ ପରାଜିତ ହେବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇ ପାରିବେ ।

ମକର

ବ୍ୟବସାୟରେ ସାମାନ୍ୟ ଲାଭ ପାଇ ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ । ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ପାରିବାରିକ କ୍ଷେତ୍ରରେ ଦାମ୍ପତ୍ୟ କଳହକୁ ନିଜର ବୁଦ୍ଧି, ବିବେକ ଖଟାଇ ସମାଧାନ କରିପାରିବେ । ବ୍ୟବସାୟ ବୃଦ୍ଧି ଯୋଜନାରେ ହାତ ଦେବେ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।

କୁମ୍ଭ

ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଯେଉଁ କାର୍ଯ୍ୟରେ ହାତ ଦେବେ ସବୁଥିରେ ଲାଭବାନ ହେବେ । ଧନଲାଭ କରିବାର ଆଶା ଦେଖାଯାଏ । ପରିବାରରେ ମାନ ମନାନ୍ତର ଦୂର ହେବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ମହିଳାମାନଙ୍କର ସ୍ଵାସ୍ଥ୍ୟରେ ଉନ୍ନତି, ମାନସିକ ସ୍ଥିରତା, ସାକ୍ଷାତକାରରେ ଜୟଲାଭ ଓ ଦାମ୍ପତ୍ୟ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ ।

ମୀନ

ଦାମ୍ପତ୍ୟ କଳହ ମେଣ୍ଟିଯିବ, ମାନସିକ ଶାନ୍ତିମିଳିବ, ପଶୁସମ୍ପଦ ପ୍ରାପ୍ତିହେବ, ମିଷ୍ଟାନ ଭୋଜନ, ଉଚ୍ଚଆଶା ପୂରଣ ହେବ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଶତୃନାଶ, ଧନପ୍ରାପ୍ତି, ମିତ୍ରଲାଭ ଓ ଉଚ୍ଚ ସମ୍ମାନ ପାଇବେ ଓ ବୁଦ୍ଧିବଳରେ ନିଜର କାର୍ଯ୍ୟ ହାସଲ କରିପାରିବେ । ଉତ୍ତରାଧିକାରୀ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି । ରାଜନୀତି କ୍ଷେତ୍ରରେ ସ୍ଵାର୍ଥକୁ କେନ୍ଦ୍ରକରି ସବୁଥିରେ ପଶିବାର ସୁଯୋଗ ପାଇବେ ।

Leave a Reply

Your email address will not be published. Required fields are marked *