ବୁଧବାର, 28 ଅଗଷ୍ଟ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତ ହେବ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ସରକାରୀ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବେ । ଯୁବକ-ଯୁବତୀମାନେ ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ପାରିବାରିକ ଓ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ରାଜନୀତି କ୍ଷେତ୍ରରେ ସାମାଜିକ କଲ୍ୟାଣ ଓ ଜୀବନସ୍ତର ପରିବର୍ତ୍ତନର ଉଦ୍ୟମ କରିବେ ।

ବୃଷ

ପ୍ରତିଯୋଗିତା ଓ ପରୀକ୍ଷାରେ କୃତକାର୍ଯ୍ୟ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ବ୍ୟବସାୟ ପ୍ରସାର ଫଳରେ ବହୁତ ବଡ଼ ମୁନାଫା ଉଠେଇ ପାରିବେ । କର୍ମକ୍ଷେତ୍ରରେ ନୂତନଜାଗାର ନିମନ୍ତ୍ରଣ ଆସିବ ଓ କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷା ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ସନ୍ତାନଙ୍କ ସ୍ୱାସ୍ଥ୍ୟରେ ଅଚାନକ ଉନ୍ନତି ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ ।

ମିଥୁନ

କର୍ମକ୍ଷେତ୍ରରେ ଉଚ୍ଚଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି, ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ତେଜରାତି, ସୁନା, ରୂପା, ଅଳଙ୍କାର ଇତ୍ୟାଦି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ଧାତୁ ପଦାର୍ଥ କ୍ରୟ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ ହେବେ । ଛାତ୍ରଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ ଯାହାଫଳରେ ପରସ୍ପରକୁ ସାହାଯ୍ୟ ସହଯୋଗକରି ଗଠନମୂଳକ ଦିଗପ୍ରତି ଆଗ୍ରହି ହେବେ । ଶତୃ ଓ ବିରୋଧୀମାନେ ପରାସ୍ତ ହେବେ । ଆର୍ଥିକ ସ୍ଥିତିରେ ପରିବର୍ତ୍ତନ ହେବ ।

କର୍କଟ

ପୈତୃକ ସମ୍ପତ୍ତି ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ଆୟ ଉପାର୍ଜନ ମଧ୍ୟମ ଧରଣର ହେବ । ଏକ ବିରାଟ କାର୍ଯ୍ୟର ସଂକଳ୍ପ ନେବେ ଯାହା ଫଳରେ ଆର୍ଥିକ କ୍ଷେତ୍ରରେ ଟଣା ଟଣି ପରିସ୍ଥିତି ଦେଖାଦେବ । ପ୍ରତିଯୋଗୀତା ପରୀକ୍ଷା ଅଥବା ବିଭାଗୀୟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ସରକାରୀ କର୍ମଚାରୀମାନେ କର୍ମ କ୍ଷେତ୍ରରେ ଶାନ୍ତି ପାଇବେ ଓ କାର୍ଯ୍ୟ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ କ୍ଷେତ୍ରରେ ଆର୍ଥିକ ଉନ୍ନତିହେବ । ବ୍ୟବସାୟ ପ୍ରସାର ଫଳରେ ଅତ୍ୟଧିକ ଲାଭହେବ । କେତେକ ସୂତ୍ରରୁ କିଛି ଧନ ସମ୍ପତ୍ତି ପାଇବାର ଯୋଗ ଅଛି ।

ସିଂହ

ଦୃଢ଼ ଆତ୍ମବିଶ୍ୱାସ ଦ୍ୱାରା ସମସ୍ତବାଧା ବିଘ୍ନକୁ ଅତିକ୍ରମ କରି ଆଗକୁ ବଢ଼ିବାର ଯୋଜନା ସଫଳ ହେବ । କର୍ମଜୀବୀ ମାନଙ୍କ ପାଇଁ ସହକର୍ମୀ ଓ ପଦାଧିକାରୀମାନେ ଖୁସି ରହିବେ । ବାଦ-ବିବାଦ, ପ୍ରତିଯୋଗୀ ପରୀକ୍ଷା, ବିଭାଗୀୟ ପରୀକ୍ଷା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ଶାରୀରିକ ଓ ମାନସିକ ସ୍ଥିରତା ଦେଖାଦେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । ଦୂର ସମ୍ପର୍କୀୟ ବ୍ୟକ୍ତିଙ୍କୁ ବିଶ୍ଵାସ କଲେ ଠକାମୀ ଭଣ୍ଡାମିର ଶୀକାର ହେବେ । ମହିଳାମାନେ ଅନ୍ୟମାନଙ୍କ କାମରେ ମନଦେଇ ନିଜକାମକୁ ଅବହେଳା କରି ପାରନ୍ତି ।

କନ୍ୟା

ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ଉଚ୍ଚମନ୍ୟତାର ଅଧିକାରୀ ହେବେ ଓ ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଦୂରଯାତ୍ରାର ସୁଯୋଗ ପାଇ ସଫଳତା ମିଳିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । କୌଣସି ସହୃଦୟ ବ୍ୟକ୍ତିଙ୍କଠାରୁ ଯଥେଷ୍ଟ ସହାୟତା ପାଇବେ । ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଜ୍ଞାନ-ଗବେଷଣା ସ୍ତରରେ କୃତକର୍ଜ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ ।

ତୁଳା

ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ପ୍ରେମିକ-ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବ୍ୟବସାୟ କ୍ଷେତ୍ରରେ ଅପ୍ରତ୍ୟାଶିତ ଘଟଣା ଘଟି ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ମହିଳାମାନଙ୍କର ର୍ଧୈର୍ଯ୍ୟ ଓ ସହନଶୀଳତା କାଏମ ରହିବ । ରାଜନୀତି କ୍ଷେତ୍ରରେ ସାମାଜିକ ପତିଆରା ଅମଳିନ ରହିବ । କର୍ମକ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ମାନସମ୍ମାନ ବୃଦ୍ଧି ହେବ । ନିଜର ଯୋଜନା ମୁତାବକ କାମକଲେ କୌଣସି ପ୍ରକାର ଅସୁବିଧା ହେବନାହିଁ ।

ବିଛା

କର୍ମକ୍ଷେତ୍ରରେ ସହକର୍ମୀ ଓ ଉପରିସ୍ଥ କର୍ମଚାରୀଙ୍କ ଠାରୁ ପ୍ରଶଂସିତ ହେବେ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବାଣିଜ୍ୟ, ନିର୍ମାଣ ଓ ପରିବହନ କ୍ଷେତ୍ରରେ ସମସ୍ୟା ସମାଧାନ ହୋଇଯିବ । ଆର୍ଥିକ ସଙ୍କଟ ଦୂରେଇଯିବ । ଧାର କରଜ ସୁଝିବା ପାଇଁ ସୁଯୋଗ ପାଇବେ । ଜମିଜମା ସଙ୍କ୍ରାନ୍ତିୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ରାଜନୀତି କ୍ଷେତ୍ରରେ ଆନ୍ତରିକ ମୂଲ୍ୟାଙ୍କନର ଅନୁଭୂତି ଜାଗ୍ରତହେବ । କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ । ମହିଳାମାନଙ୍କର ପରିବାରରେ ସୁସ୍ଥ ବାତାବରଣ ଜାରି ରହିବ । ଛାତ୍ରଛାତ୍ରୀମାନେ ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀହେବେ ।

ଧନୁ

କର୍ମକ୍ଷେତ୍ରରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ଜମିଜମା ସଂକ୍ରାନ୍ତୀୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମ୍ପାଦନ ହେବ । ପାରିବାରିକ ଜୀବନ ସୁଖମୟ ହେବ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ ଓ ପ୍ରେମିକ ପ୍ରେମିକା ମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ରାଜନୀତି କ୍ଷେତ୍ରରେ ଧାର୍ମିକ କାର୍ଯ୍ୟକର୍ମରେ ଅଂଶଗ୍ରହଣ କରିବେ ଓ ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ସନ୍ତାନଙ୍କର ଉନ୍ନତିରେ ଖୁସି ହେବେ । ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳ ହେବେ । ବ୍ୟବସାୟରେ ସଫଳତା ଅର୍ଜନ ତଥା ଦୂରଯାତ୍ରା ନ କରିବା ଭଲ ।

ମକର

ଭାତୃ ବିବାଦ, ଜମି ବାଡି ଓ ଘର ଜାଗାନେଇ ଥିବା ଦ୍ଵନ୍ଦର ସମାଧାନ ହେବ । ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବା ଫଳରେ ପ୍ରତିଷ୍ଠା, ପ୍ରତିପତ୍ତି ମାନସମ୍ମାନ ଅତୁଟ ରହିବ । ବୁଦ୍ଧିମତା କାରଣରୁ ଅର୍ଥ ଲାଭହେବା ସହ ସମୟ ମଧ୍ୟ ଆନନ୍ଦମୟ ହେବ । ହୋଟେଲ୍, ତେଲବ୍ୟବସାୟୀ, କଳାକାର, ରେଡିମେଡ୍ ବସ୍ତ୍ରବ୍ୟବସାୟୀ, ମଡେଲିଙ୍ଗ ଓ ପନିପରିବା ବ୍ୟବସାୟୀ ଲାଭାନ୍ଵିତ ହେବେ । ରାଜନୀତିରେ କୃତକାର୍ଯ୍ୟ ହେବେ । ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସମ୍ମାନଲାଭ ଓ ପଦମର୍ଯ୍ୟଦା ବୃଦ୍ଧି ପାଇବ ।

କୁମ୍ଭ

କର୍ମକ୍ଷେତ୍ରରେ ମାନସମ୍ମାନ ବୃଦ୍ଧିହେବ ଓ ପ୍ରସିଦ୍ଧ ବ୍ୟକ୍ତିମାନଙ୍କ ସହ ସମ୍ପର୍କ ସ୍ଥାପନ ହେବ । ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପାରିବାରିକ କ୍ଷେତ୍ରରେ ସାଧାରଣ ଚଳଣି ଅତୁଟ ରହିବ । ଅନେକ କ୍ଷେତ୍ରରେ ସ୍ଵାଭିମାନ ରକ୍ଷା ହେବ । ପରୀକ୍ଷା, ପ୍ରତି ଯୋଗୀତା, ସାକ୍ଷାତକାରରେ ବିଜୟୀ ହେବେ । ବିଦ୍ୟା କ୍ଷେତ୍ରରେ ପ୍ରଶଂସା ପାଇବେ । ମହିଳାମାନେ ଶୁଭ ସମାଚାର ଶୁଣି ମାନସିକ ଚିନ୍ତା ଦୂର ହେବ । ରାଜନୀତି କ୍ଷେତ୍ରରେ ଅପ୍ରିୟ ସତ୍ୟ ପ୍ରକାଶ କରି ବିବାଦୀୟ ହେବେ ।

ମୀନ

କର୍ମକ୍ଷେତ୍ରରେ କର୍ମଚାରୀମାନେ ଉତ୍ତମ କାର୍ଯ୍ୟ କରି ପଦୋନ୍ନତି ପାଇବାର ସୁଯୋଗ ପାଇପାରନ୍ତି । ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀ ହୋଇ କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସାମାଜିକସ୍ଥିତି, ପ୍ରସିଦ୍ଧି, ମାନସମ୍ମାନ ପାଇଁ କଠିନ ପରିଶ୍ରମ କରିବେ । ଜାଗା, ଜମି ଓ ଅନ୍ୟ ବ୍ୟବସାୟ କ୍ଷେତ୍ରରେ ଅନେକଦିନ ଧରି ଚାଲିଥିବା ଦ୍ୱନ୍ଦ୍ୱର ସମାଧାନ ହେବ । ମହିଳାମାନଙ୍କର ଭାଇ, ବନ୍ଧୁ, ମିତ୍ର ଓ ସହକର୍ମୀମାନଙ୍କ ସହିତ ମତଭେଦ ସମାପ୍ତହେବ । ରାଜନୀତି କ୍ଷେତ୍ରରେ ସାମାଜିକ ପ୍ରତିଷ୍ଠା ଓ ଆତ୍ମବିଶ୍ୱାସ ବୃଦ୍ଧିପାଇବ । ପରିବାରରେ ମାତା ପିତାଙ୍କସହ କଳହ ଅବସାନ ହେବ ।

Leave a Reply

Your email address will not be published. Required fields are marked *