ବୁଧବାର, 29 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ପଡା-ପଡୋଶୀ ବନ୍ଧୁ ମିତ୍ରଙ୍କ ବ୍ୟବହାରରେ ମନ ବିଚଳିତ ହୋଇପାରେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ । ପରିବାର ହିତ ପାଇଁ ଅଧିକ ଖର୍ଚ୍ଚାନ୍ତ ହେବେ । ସନ୍ତାନ ଯୋଗେ ଚିନ୍ତିତ ରହିବେ ।

ବୃଷ:-

ବିଦ୍ୟାରେ ଉନ୍ନତି କରିବେ । ଲୋକସମ୍ପର୍କ, ସମାଜସେବା, ଧାର୍ମିକ ଅନୁଷ୍ଠାନରେ ଲାଭ ପାଇବେ । କିଛି ନୂତନ କର୍ମ ଆରମ୍ଭ କରି ନିକଟ ସମ୍ପର୍କୀୟଙ୍କଠାରୁ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବ ମାନେ ଆର୍ଥିକ କ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । କର୍ମକ୍ଷେତ୍ରରେ ଚିନ୍ତା କରିଥିବା କାମ ଗୁଡିକ ଠିକ୍ ଭାବେ ସଂପୂର୍ଣ୍ଣ ହେବ । କୋର୍ଟ-କଚେରୀ ଧନ୍ଦା ମଧ୍ୟରେ ଆଶ୍ଵସ୍ତି ବଢିବ ଓ ସମୟ ଗଡି ଚାଲିବ । ମହିଳାମାନେ ଭୋଗ ବିଳାସକୁ ତୁଚ୍ଛମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ ।

ମିଥୁନ:-

କେତେକ କ୍ଷେତ୍ରରେ ସୁବିଧା ଓ ସମ୍ମାନ ପାଇବେ । ଦୀର୍ଘ ସମୟରୁ ପ୍ରତୀକ୍ଷା କରିଥିବା ଖବର ପାଇ ଖୁସି ହେବେ । ପୈତୃକ ସମ୍ପତ୍ତିକୁ ନେଇ ବାଦ-ବିବାଦ ଲାଗି ରହିଥିଲେ ଆଜି ତାହାର ସମାଧାନ କରିପାରିବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ପ୍ରଚୁର ଲାଭହେବ । କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ ।

କର୍କଟ:-

ସମ୍ପର୍କୀୟ ବନ୍ଧୁ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ଆର୍ଥିକ ସମସ୍ୟା ସମାଧାନ ହୋଇଯିବ । ବ୍ୟବସାୟ ପାଇଁ ଦୂରଯାତ୍ରା କରି ମନ ଖୁସି ରହିବ । କର୍ମକ୍ଷେତ୍ରରେ ସ୍ଥାନାନ୍ତର ଓ ମତାନ୍ତର ଭୟ ଦୂରେଇ ଯିବ । ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ ।

ସିଂହ:-

ସନ୍ତାନ ସମ୍ବନ୍ଧୀୟ ଚିନ୍ତା ଦୂର ହୋଇଯିବ । ନୂତନବନ୍ଧୁଙ୍କ ଆଗମନ ହେବ । ଦୁର୍ବଳ ବା ବୃଦ୍ଧ ଲୋକମାନଙ୍କୁ ସାହାଯ୍ୟ କରିବା ପାଇଁ ହାତ ବଢେଇବେ । ଆତ୍ମବିଶ୍ଵାସ ଓ ମନବଳ ଦୃଢ ହେବ । ଧର୍ମକାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଅସହାୟ ଓ ନୀଚ ଲୋକଙ୍କୁ ସାହାର୍ଯ୍ୟ କରିବାକୁ ମନ ବଳାଇବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ପାରିବାରିକ ପରିସ୍ଥିତି ଯୋଗୁ ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ ।

କନ୍ୟା:-

ହାତକୁ ନେଇଥିବା କାର୍ଯ୍ୟଟି ପାଇଁ କଠିନ ପରିଶ୍ରମ କରିବାକୁ ପଡିବ । ଶୁଭକାମ କରି ପ୍ରଶଂସିତ ହେବେ । ସାହିତ୍ୟଚର୍ଚ୍ଚା ଓ ସଭାସମିତିରେ ସଫଳତା ମିଳିବ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ପାରିବାରିକ ସ୍ନେହ ସହାନୁଭୁତି ପ୍ରାପ୍ତି ହେବ । ଶତୃମାନେ ମଥାନତ କରିବେ । ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ ।

ତୁଳା:-

ଅଚାନକ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ । ଧର୍ମ କାର୍ଯ୍ୟ ଓ ଶୁଭ କାର୍ଯ୍ୟରେ ଯୋଗଦାନ କରି କିଛି ଅର୍ଥ ମଧ୍ୟ ବ୍ୟୟ କରିପାରନ୍ତି । ଗୃହୋପକରଣ, ନୂତନଦ୍ରବ୍ୟ କ୍ରୟ କରିବେ । ଗୃହ ସମସ୍ୟାରେ ଜଡିତ ଥିଲେ ମଧ୍ୟ ଅନ୍ୟକାର୍ଯ୍ୟରେ ଧ୍ୟାନ ରଖିବାକୁ ହେବ । ଜମି, ଯାନବାହାନ, ସମ୍ପତ୍ତି କ୍ରୟ ଓ ବିକ୍ରୟ କରିପାରିବେ । ଚାକିରିରେ କୌଣସି ମହତ୍ଵପୂର୍ଣ୍ଣ କାର୍ଯ୍ୟ ନିଜ ହାତକୁ ନେବେ ଓ ସ୍ଥାନାନ୍ତରର ଭୟ ମଧ୍ୟ ରହିବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ ।

ବିଛା:-

ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ପରିବହନରେ ବିଶେଷ ଲାଭବାନ ହେବେ । ଅଫିସରେ ଲାଗି ରହିଥିବା ସମସ୍ୟା ଦୂର ବେବ । କୋର୍ଟ କଚେରୀ ମାମଲାର ଶୁଣାଣି ସପକ୍ଷରେ ଯିବ । କଳେବଳେ କୌଶଳରେ ଅର୍ଥ ସଂଗ୍ରହ କରି ମଉଜ ମଜଲିସ୍ କରିବା ପାଇଁ ସମୟ ପାଇବେ । ବ୍ୟବସାୟୀମାନେ କଠିନ ପରିଶ୍ରମ ଫଳରେ ନୂଆଲକ୍ଷ ନିର୍ଦ୍ଧାରିତ କରି ତାହାର ସଫଳତା ପାଇଁ ପ୍ରଯତ୍ନଶୀଳ ରହିବେ । ପ୍ରଭାବଶାଳୀ ବ୍ୟକ୍ତିଙ୍କ ସନ୍ନିଧ୍ୟ ପ୍ରାପ୍ତ ହେବ । ଚାକିରିଜୀବୀ ମାନଙ୍କର ସମସ୍ତ କାମ ନିର୍ବିଘ୍ନରେ ସମ୍ପନ୍ନ ହୋଇଯିବ । ମହିଳାମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ ।

ଧନୁ:-

କର୍ମକ୍ଷେତ୍ରରେ ଯେତିକି ପାଇବା କଥା ସେତିକି ହିଁ ପାଇବେ । ବାଣିଜ୍ୟ, ବ୍ୟବସାୟ, କଳା, ସାହିତ୍ୟ ଓ ସଭାସମିତିରେ ସଫଳତା ହାସଲ କରିବେ । ଧାର୍ମିକ କାର୍ଯ୍ୟପ୍ରତି ଆଗ୍ରହୀ ହେବେ । ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ନିଜ ଚେଷ୍ଟାରେ ବାକିଥିବା ଅର୍ଥ ପାଇବେ । ବନ୍ଧୁମାନେ ସାହାଯ୍ୟ ସହଯୋଗ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବାରୁ ମନ ଭଲ ରହିବ । ବ୍ୟବସାୟ ବାଣିଜ୍ୟ କିମ୍ବା ଯୌଥ ପରିବାର ସମ୍ପର୍କୀୟ କୌଣସି ଘଟଣା ଯୋଗୁଁ ବିଶେଷ ବ୍ୟସ୍ତ ରହିବେ । ଶ୍ଵଶୁର ଘର କିମ୍ବା ଜମିବାଡି ନେଇ କେତେକ ସମସ୍ୟା ଉପୁଜିବ ।

ମକର:-

ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ ସଫଳତା ମିଳିବ । ଭଲଭାବରେ ଚିନ୍ତା କରି କାମରେ ଆଗେଇ ଚାଲନ୍ତୁ କୌଣସି ଅସୁବିଧାର ସମ୍ମୁଖୀନ ହେବେ ନାହିଁ । ଭାଇ ବନ୍ଧୁମାନେ କର୍ମକ୍ଷେତ୍ରରେ ସାହାଯ୍ୟ ସହଯୋଗ କରିବେ । ବିଦ୍ୟାଧ୍ୟୟନ ସମ୍ବନ୍ଧିତ ସମସ୍ୟାରୁ ମୁକ୍ତି ମିଳିବ । କେତେକ କ୍ଷେତ୍ରରେ ଉଲ୍ଲେଖନୀୟ ପରିବର୍ତ୍ତନ ଆସିବ । କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ ।

କୁମ୍ଭ:-

ମାନସିକ ଦୁଶ୍ଚିନ୍ତାଦୂରହେବ । ଋଣମୁକ୍ତିପାଇଁ ରାସ୍ତା ଦେଖାଦେବ । ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ବ୍ୟବସାୟରେ ଲାଭର ପରିମାଣ ଅଧିକ ହେବ । ମନକଥା ମନରେ ରଖି ବନ୍ଧୁଙ୍କ ସହ ମିଶିଲେ ଭଲ ହେବ । ମାନ, ସମ୍ମାନ, ଯଶ, ପ୍ରତିଷ୍ଠା, ପ୍ରତିପତ୍ତି ଓ ସୁଖ ସମ୍ପଦ ପ୍ରାପ୍ତିହେବ । ଉଚ୍ଚ ସମ୍ଭାବନାର ଆଶା ଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ନୂତନ ସମ୍ପତି କ୍ରୟ କରିବେ ।

ମୀନ:-

ନିଜ ଦକ୍ଷତାରୁ ଉଚ୍ଚ ସମ୍ମାନ ପାଇବେ ଏବଂ ବୁଦ୍ଧିଜୀବୀ ମାନଙ୍କ ସାନ୍ନିଧ୍ୟରେ ଆସିବେ । ଅଫିସ୍ ପରିସ୍ଥିତି ଯେତେ ଜଟିଳ ଥିଲେମଧ୍ୟ ସମାଧାନ କରି ପ୍ରଶଂସିତ ହେବେ । ପାରିବାରିକସ୍ତର ହସ ଖୁସିରେ କଟିବ । କର୍ମ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ବ୍ୟବସାୟରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ଆକସ୍ମିକ ଧନ ପ୍ରାପ୍ତି ହେବ ।

Leave a Reply

Your email address will not be published. Required fields are marked *