ବୁଧବାର, 3 ଏପ୍ରିଲ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ

ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନିର୍ମାଣ ମୂଳକ ଯୋଜନାରେ ଆଗେଇବେ । ସମସ୍ତ କାର୍ଯ୍ୟକ୍ରମ ସୁରୁଖୁରୁରେ ପୂର୍ଣ୍ଣ ହେବ । ଜମିଜମା ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ ଓ ଆବଶ୍ୟକ ଅର୍ଥ ଆଦାନ ପ୍ରଦାନ ସୁଚାରୁରୂପେ ହେବ । ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିବା ସମ୍ଭବ ହେବ । ନୂଆ ଜ୍ଞାନର ବୃଦ୍ଧି ହେତୁ ପ୍ରଚୁର ଧନଲାଭ ହେବ । ସବୁ କିଛି ସୁନ୍ଦର ହିଁ ସୁନ୍ଦର ଦେଖା ଦେବ ।

ବୃଷ

ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ଲାଭ ହେବାର ସମ୍ଭାବନା ଅଛି । ମାନସିକ ଶାନ୍ତି ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଯଦି କୌଣସି ନୂତନ ଯୋଜନାର କ୍ରିୟାନ୍ୱିତ କରିବାକୁ ଚାହୁଁଥାନ୍ତି, ତା’ ହେଲେ ଆଗେଇ ନବା ଉଚିତ୍ । ନୂତନ ଦ୍ରବ୍ୟ କ୍ରୟ କରିବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ ।

ମିଥୁନ

କାମକୁ ଧୈର୍ଯ୍ୟ ଓ ସାହସ ଦ୍ଵାରା କରି ଦେଖାଇବେ । ସାମାଜିକ ପତିଆରା ଅମଳିନ ରହିବ । ପାରିବାରିକ ମାମଲା ବହୁତ ଶାନ୍ତି ପୂର୍ଣ୍ଣ ରହିବ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବହୁତ ଦିନରୁ ଯେଉଁ କାମ ପାଇଁ ଚିନ୍ତା କରୁଥିଲେ ତାହା ଆଜି ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନେଇ ସଫଳ ହେବେ ।

କର୍କଟ

ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ ।

ସିଂହ

ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବ ସେତେ ଅଧିକ ଲାଭ ହେବ । ବାଦ-ବିବାଦ, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ଭାବନାର ବଶୀଭୂତ ହୋଇ ଅମିନୀ, ଜାମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ

କନ୍ୟା

ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବ ପାଇଁ ଯୋଗାଯୋଗ କରି ପାରନ୍ତି । କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ରାଜନୀତିରେ ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ ।

ତୁଳା

ଯୁବକ ଯୁବତୀମାନେ ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଆଗ୍ରହ ବଢିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ ଓ ଉନ୍ନତି ହେବ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ ।

ବିଛା

ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ ।

ଧନୁ

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । କୃଷିଜାତ ଦ୍ରବ୍ୟ ବାଣିଜ୍ୟରେ ବ୍ୟୟ ଅପେକ୍ଷା ଆୟ ଅଧିକ ହେବ । ବିଦେଶ ଯାତ୍ରାରେ ସଫଳ ହେବେ ।

ମକର

କାର୍ଯ୍ୟ କ୍ଷେତ୍ରରେ ସୁଖ-ଶାନ୍ତି ବୃଦ୍ଧି ହେବ । ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । କାରବାର ଓ କାର୍ଯ୍ୟ ସ୍ଥିତିରେ ସୁଧାର ଆସିବାରୁ ମନ ବହୁତ ଖୁସି ରହିବ । ରାଜନୀତିରେ ସାଧାରଣ ଲୋକ ସମ୍ପର୍କକୁ ଅତିକ୍ରମ କରିବା ଲକ୍ଷ୍ୟରେ ଭୋଗମାର୍ଗୀ ହୋଇ ନିଜକୁ ପ୍ରତିଷ୍ଠିତ କରିପାରିବେ । ପାରିବାରିକ ଦ୍ଵନ୍ଦ ମେଣ୍ଟିଯିବ ଓ ମାନସିକ ଏକାଗ୍ରତା ବଜାୟ ରହିବ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ ।

କୁମ୍ଭ

ସ୍ଥଗିତଥିବା କର୍ମଟି ପୂରଣ ହେବ । ଆଧ୍ୟାତ୍ମକ ଭାବଧାରାରେ ଉଦ୍ବୁଦ୍ଧ ହୋଇ ସତ୍ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଆୟ ଊତ୍ତମ ସ୍ଥଳେ କେତେକ ପ୍ରତିବନ୍ଧକ ଦେଖାଦେଇ ପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହୋଇ ପରେ । ବାକ୍ୟ ସଂଯମତା ନରଖିଲେ ମାଲିମୋକଦ୍ଦମାର ଭୟ ରହିବ ।

ମୀନ

ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ହସଖୁସିରେ ସମୟ ବିତାଇବେ । ରାଜନୀତିରେ ଫାଇଦା ଉଠାଇବେ । ବ୍ୟବସାୟରେ ଲାଭ ପାଇ ମନର ଅଶାନ୍ତି ଦୂରହେବ । ଜଗାଜମି, ଗୃହ ଉପକରଣ କ୍ରୟ କରିବେ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ପରିବାରରେ ସାଧାରଣ ପରିବର୍ତ୍ତନ ଯୋଗେ ଆଶା ଆକାଂକ୍ଷା ପୂରଣ ହୋଇପାରିବ ।

Leave a Reply

Your email address will not be published. Required fields are marked *