ବୁଧବାର, 6 ମାର୍ଚ୍ଚ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ପରୋପକାର ଏବଂ ସମାଜସେବା କାର୍ଯ୍ୟରେ ରୁଚି ବୃଦ୍ଧିହେବ । ବିଗିଡିଯାଇଥିବା କାର୍ଯ୍ୟ ସୁଧୁରିଯିବ । ଧୈର୍ଯ୍ୟ ଓ ସଂଯମ ରଖିବା ଆବଶ୍ୟକ । ଅସହାୟ ମାନଙ୍କୁ ସାହାଯ୍ୟ କରିବା ଫଳରେ ଲୋକମାନଙ୍କ ନିକଟରେ ମାନ- ସମ୍ମାନ ପ୍ରତିଷ୍ଠା  ପ୍ରତିପ୍ରତ୍ତି ବୃଦ୍ଧି ପାଇବ । ଧନନିବେଶ ପାଇଁ ଆଜି ଉପଯୁକ୍ତ ସମୟ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ । ସ୍ୱାସ୍ଥ୍ୟସମସ୍ୟା ସୁଧୁରିଯିବ । ନୂତନ ଲୋକଙ୍କ ସହିତ ଭେଟ ହେବ । ଅଟକିଥିବା କାର୍ଯ୍ୟ ସମ୍ପନ୍ନ ହେବ । ଯେ କୌଣସି ପରୀକ୍ଷା ବା ସାକ୍ଷାତ୍କାରର ପରିଣାମ ଆପଣଙ୍କ ସପକ୍ଷରେ ରହିବ ।

ବୃଷ:-

ଉଚ୍ଚାଧିକାରୀ, ସହକର୍ମୀ, ଭାଇ ବନ୍ଧୁ ବା କୌଣସି ବିଶିଷ୍ଟ ବ୍ୟକ୍ତିଙ୍କର ସହଯୋଗ ମନୋବଳକୁ ବଢେଇଦେବ । ବ୍ୟବସାୟ ପାଇଁ ଦୂର ସ୍ଥାନକୁ ଯାତ୍ରା କରି ପାରନ୍ତି । ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ । ଦୁଃଖୀ ଲୋକଙ୍କୁ ସାହାରା ବା ସାହାଯ୍ୟ କରିବେ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ ।

ମିଥୁନ:-

କର୍ମ କ୍ଷେତ୍ରରେ ଉଚ୍ଚଧିକାରୀ ସହକର୍ମୀଙ୍କ ସହ ବାଦବିବାଦ ମେଣ୍ଟି ଜୀବ ଫଳରେ ଉତ୍ସାହ ସହ କାର୍ଯ୍ୟ କରିବେ । ବ୍ୟବସାୟରେ  ଆଶାନୁରୂପ ଫଳ ପାଇବେ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । କଥା ବାର୍ତ୍ତାରେ ନିୟନ୍ତ୍ରଣ ନ ରହିଲେ ବିପଦର ସମ୍ମୁଖୀନ ହେବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ଅମନଯୋଗୀ ହେବେ । ମହିଳାମାନେ ଅନାବଶ୍ୟକ ଖର୍ଚ୍ଚ ଓ ଭ୍ରମଣ ଯୋଗେ ବ୍ୟଥିତାହେବେ । ଭାବନାର  ବଶୀଭୂତ ହୋଇ ଅମିନୀ, ଜମିନି, ମଧ୍ୟସ୍ଥତା ଠିକ୍ ହେବ ନାହିଁ । ପ୍ରତିକାର: କୁକୁରକୁ ଖାଇବାକୁ ଦିଅନ୍ତୁ ।

କର୍କଟ:-

କର୍ମ କ୍ଷେତ୍ରରେ ସହଯୋଗୀ ମାନଙ୍କର ପୂର୍ଣ୍ଣ ସହଯୋଗ ପାଇବେ । ଘର ପରିବାରରେ କୌଣସି ଖୁସି ପ୍ରସଙ୍ଗ ଆସିବା ଫଳରେ ମନ ପ୍ରଫୁଲ୍ଲିତ ରହିବ । ଚାକିରୀରେ ପ୍ରମୋଶନ ମିଳିବାର ଯୋଜନା ପ୍ରସ୍ତୁତହେବ । ଆଧ୍ୟାତ୍ମିକ ବା ଧାର୍ମିକ କ୍ଷେତ୍ରରେ ବ୍ୟସ୍ତ ରହିବେ । ବେମାର, ବୃଦ୍ଧଜନ ଓ ଅଶକ୍ତ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ । ଦୂରଯାତ୍ରା କରିବା ଦ୍ଵାରା ବହୁତ ଲାଭ ମିଳିବ । ଜୀବନରେ ନୂଆଲକ୍ଷ ନିର୍ଦ୍ଧାରିତ କରିବେ । ମନ ଲଗାଇ କାର୍ଯ୍ୟ ମଧ୍ୟ କରିବେ । ବ୍ୟାଙ୍କ, ବୀମା, ନିବେଶ ପରି ଆର୍ଥିକ ଗତିବିଧିରେ ବ୍ୟସ୍ତ ରହିବେ ।

ସିଂହ:-

ନୂଆ ବେପାରୀଙ୍କ ସହ ସମ୍ପର୍କ ଯୋଗୁଁ ନୂତନ ବ୍ୟବସାୟର ଯୋଜନା କରିବେ । ଫୋନ ବା ଇଣ୍ଟରନେଟ୍ ରେ ପୁରୁଣା ମିତ୍ରଙ୍କ ଠାରୁ ସୁସମ୍ବାଦ ପ୍ରାପ୍ତି ହେବ । ବିଦ୍ୟାର୍ଥୀଙ୍କ ପାଇଁ ସମୟ ଉପଯୁକ୍ତ ଯୋଗେ ବିଦ୍ୟାଧ୍ୟୟନ କ୍ଷେତ୍ରରେ ସଫଳତା ମିଳିବ । ନୂତନ ବନ୍ଧୁ ଭେଟ ହେବେ । ବିତିଯାଇଥିବା ମାମଲାରେ ମଧ୍ୟ ସଫଳତା ମିଳିବ । ପ୍ରେମସମ୍ବନ୍ଧ ଓ ଦାମ୍ପତ୍ୟ ଜୀବନରେ ମଧୁରତା ସୃଷ୍ଟି ହେବ । ସାସାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବା ଫଳରେ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ନୂତନ କାର୍ଯ୍ୟକିଛି ଶୁଭାରମ୍ଭ କରି ପାରନ୍ତି । ପ୍ରତିକାର: ଅସହାୟବୃଦ୍ଧ ବୃଦ୍ଧାଙ୍କୁ ଅନ୍ନ ଦାନ କରନ୍ତୁ ।

କନ୍ୟା:-

ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ସ୍ଵାସ୍ଥ୍ୟକ୍ଷେତ୍ରରେ ପରିବର୍ତ୍ତନ ଆସିବ । କାର୍ଯ୍ୟ କ୍ଷେତ୍ରରେ ଲାଭ ଉଠେଇବେ । ଧର୍ମ-କର୍ମରେ ରୁଚି ରହିବ । ମିତ୍ରଙ୍କ ସାହାଯ୍ୟ ଦ୍ଵାରା କର୍ମ ହେବ । ସ୍ୱାସ୍ଥ୍ୟରେ ସୁଧାର ଆସିବ । ବିପରୀତ ଲିଙ୍ଗୀଙ୍କ ସହଯୋଗ ଦ୍ଵାରା ଆଗକୁ ବଢିବେ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । କୋର୍ଟ-କଚେରୀ ମାମଲା ଓ ବିବାଦ ଆପଣଙ୍କ ସପକ୍ଷ ହେବ । ନୂତନ ବସ୍ତୁ କ୍ରୟ କରିବେ । ପରିବାରରେ ସମ୍ବନ୍ଧରେ ପ୍ରଗାଢତା ଆସିବ ଓ ଶାନ୍ତି ମିଳିବ ।

ତୁଳା:-

କର୍ମ କ୍ଷେତ୍ରରେ ସମ୍ମାନ ଲାଭ କରିବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ଆୟ ତୁଳନାରେ ବ୍ୟୟ ଅଧିକ ହେବ । ବାଦ-ବିବାଦ, ପ୍ରତିଯୋଗୀତା-ପରୀକ୍ଷା, ଓ ମାଲିମୋକଦ୍ଦମାର ସମାଧାନ ହେବ । ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । କୌଣସି ରୋଚକ ବା ଜ୍ଞାନବର୍ଦ୍ଧକ ସାହିତ୍ୟ ପ୍ରତି ମନ ବଳାଇବେ । ନୂଆ ଲକ୍ଷକୁ ନିର୍ଦ୍ଦାରିତ କରିପାରିବେ । ଧନ ଲାଭ ହେବ । ମହିଳାଙ୍କ ସହଯୋଗରେ କେତେକ ସମସ୍ୟାର ସମାଧାନ ହେବ । ଶାରିରୀକ ସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ପ୍ରତିକାର: ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ ।

ବିଛା:-

ଶାରିରୀକ ସୁସ୍ଥତା ଦେଖା ଦେବ । ଦାମ୍ପତ୍ୟ ସୁଖ, ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ପ୍ରାପ୍ତିହେବ । ଦୂର ଯାତ୍ରାର ସୁଯୋଗ ପାଇବେ । କୌଣସି କ୍ଷେତ୍ରରେ ଆଗକୁହା ନ ହୋଇ କର୍ମନିଷ୍ଠା ମଧ୍ୟରେ ନିଜକୁ ସୀମିତ ରଖିବା ହିତକର । ଆର୍ଥିକସ୍ଥିତିକୁ  ସୁଧାରି ପାରିବେ କିନ୍ତୁ ଅହଂକାରକୁ ତ୍ୟାଗ କରିବାକୁ ହେବ । ସ୍ଵାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ବ୍ୟାପାର ବାଣିଜ୍ୟ ଓ କାମ-କାର୍ଯ୍ୟର ସ୍ଥିତି ସନ୍ତୋଷ ଜନକ ହେବ । ପ୍ରପର୍ଟୀ ସମ୍ବନ୍ଧିୟ ମାମଲା ସତୃଙ୍କ ମଧ୍ୟସ୍ଥତା ଦ୍ଵାରା ଦୂର ହେବ । ଆବଶ୍ୟକୀୟ ନୂତନ ବସ୍ତୁ କ୍ରୟ କରିପାରିବେ ।

ଧନୁ:-

ବ୍ୟବସାୟିକ ପରିଣାମ ସନ୍ତୋଷଜନକ ହେବ । ଉପରିସ୍ଥ ଅଧିକାରୀଙ୍କ ସହିତ ସମ୍ପର୍କ ଦୃଢ ହେବ । ପରିବାରରେ ଅଶାନ୍ତି ଅଶନ୍ତୋଷ ଦୂରେଇଯିବ । ବ୍ୟବସାୟ ସମ୍ବନ୍ଧୀୟ  ଜରୁରୀ କାର୍ଯ୍ୟ ପାଇଁ ଯାତ୍ରା କରିବାକୁ ପଡିବ । କର୍ମ କ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ପରିବାର ଓ ମିତ୍ରଙ୍କ ସହିତ ସମୟ ବିତେଇବେ । ମନରେଥିବା କାମନା ପୂର୍ଣ୍ଣ ହେବ । ନୂଆ ଚାକିରୀ ହେବାର ସୁଯୋଗ ମିଳିବ । ଶାରୀରିକ କଷ୍ଟ ଦୂର ହେବ । ସମସ୍ତ ସମସ୍ୟାର ଫଇସଲା ବୁଦ୍ଧିମତାରେ ପରିପୂର୍ଣ୍ଣ ହେବ ।

ମକର:-

ସେୟାର ବଜାରରେ ମୁନାଫା ମିଳିବ । ପୁରୁଣା ନିବେଶ ଲାଭ ଦେବ । ବନ୍ଧୁ ମିତ୍ରଙ୍କ ଆଗମନ ହେବ । ସନ୍ତାନ ସମ୍ବନ୍ଧି କୌଣସି ମହତ୍ଵପୂର୍ଣ୍ଣ କାମ ଆପଣଙ୍କ ଦ୍ଵାରା ହୋଇପାରେ । ଭବିଷ୍ୟତକୁ ଧ୍ୟାନରେ ରଖି ଯଶ ପ୍ରତିଷ୍ଠା ମିଳିବ । ଜୀବନ ସାଥିଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ନିଜର ଚତୁରତା ଓ ବିବେକରେ ବିପରୀତ ପରିସ୍ଥିତିକୁ ନିଜ ସପକ୍ଷରେ ନେଇପାରିବେ । ସାମାନ୍ୟ କଥାରେ ଅଯଥା ତର୍କ ନକରି ଶାନ୍ତ ରହିବା ଉଚିତ୍ ।

କୁମ୍ଭ:-

ସମ୍ପତ୍ତି ସମ୍ବନ୍ଧିୟ ମାମଲାରେ ଜୟ ହେବ । ଗୁରୁଜନ ଓ ବୃଦ୍ଧଜନଙ୍କ ସେବା କଲେ ଅନେକ ଆଶୀର୍ବାଦ ପାଇବେ । ବନ୍ଧୁଙ୍କ ସାମୁହିକ ପ୍ରୟାସ ଓ ସହଯୋଗ ଦ୍ଵାରା ଆଗକୁ ବଢିପାରିବେ । ପରିବାର ଜନଙ୍କ ସମ୍ବନ୍ଧିତ କୌଣସି ଶୁଭ ସମାଚାର ଶୁଣିବେ । ଶତ୍ରୁ ବା ବିରୋଧୀ କିଛି କ୍ଷତି କରିପାରିବେ ନାହିଁ । ଆମୋଦ ପ୍ରମୋଦ, ମନୋରଞ୍ଜନ, ଦୀର୍ଘଯାତ୍ରା, ଛୋଟ ବଡ ମିଟିଙ୍ଗୀରେ ଯୋଗ ଦେବେ । ଛାତ୍ର-ଛାତ୍ରୀମାନେ ଶିକ୍ଷା କ୍ଷେତ୍ରରେ ମନ ଲଗେଇବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ଆର୍ଥୀକ ଦିଗରୁ ଉନ୍ନତି ଓ ନୂତନ ପଦାର୍ଥ ସଂଗ୍ରହକରିବେ ।

ମୀନ:-

କୌଣସି ଶୁଭକାର୍ଯ୍ୟ କରିବାକୁ ଆୟୋଜନ କରିବେ । ସ୍ୱାସ୍ଥ୍ୟସମସ୍ୟା ଦୂର ହୋଇଯିବ । ନୂଆଲକ୍ଷ ପୂରଣ କରିବା ପାଇଁ ସମୟ ନିର୍ଦ୍ଧାରିତ କରିବେ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ-ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ଅଧା-ଅଧୁରାଥିବା କାର୍ଯ୍ୟ ପୂରଣ ହୋଇଯିବ । ଉତ୍ତମ କାର୍ଯ୍ୟ କରି ପ୍ରଶଂସା ପାଇବେ । ଆର୍ଥିକ ବୃଦ୍ଧି ସହ ବକେୟା ଅର୍ଥ ପ୍ରାପ୍ତି ହେବ । ମହିଳା ମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ନିଜର ବୁଦ୍ଧି, ବିବେକ ଖଟାଇ ସମସ୍ୟାର ସମାଧାନ କରିପାରିବେ ।

Leave a Reply

Your email address will not be published. Required fields are marked *