ବୁଧବାର, 8 ମେ 2019 – କେମିତି କଟିବ ଆଜି ଆପଣଙ୍କ ଦିନ

ମେଷ:-

ଆଜି ଆପଣ ଆରାମ କରନ୍ତୁ । ନିଜ ଚ଼ତୁଃପାର୍ଶ୍ୱର ଲୋକମାନଙ୍କ ସହିତ ମଜ୍ଜା କରନ୍ତୁ । ଏହି ସମ୍ପର୍କ ସବୁରୁ ଆପଣଙ୍କୁ ଭବିଷ୍ୟତରେ ବହୁତ ଲାଭ ହେବ । ଆପଣ ଆପଣଙ୍କ ଘର ଲୋକଙ୍କ ସହ ମଧ୍ୟ ଏକ ଗଭୀର ସମ୍ପର୍କ ମୁଳଦୁଆ ରଖିଛନ୍ତି । ଭ୍ରାତୃ ବିବାଦ, ପଡ଼ୋଶୀ କଳହର ସମାଧାନ ହେବ । ଜନ ସମାଜରେ ପ୍ରତିଷ୍ଠା, ପ୍ରତିପତ୍ତି ବୃଦ୍ଧି ପାଇବ । ରାଜନୀତି କ୍ଷେତ୍ରରେ ଭୁଲ୍ ବୁଝିଥିବା ଲୋକମାନେ ନିଜର ତ୍ରୁଟି ଜାଣି ପାରିବେ । ବ୍ୟବସାୟରେ ମନମୁତାବକ ଲାଭ ପାଇ, ଭବିଷ୍ୟତ ଯୋଜନାରେ ନିବେଶ କରିବେ । ମହିଳାମାନଙ୍କ ପାଇଁ ଅତ୍ୟନ୍ତ ଶୁଭ ଫଳ ପ୍ରାପ୍ତି ହେବ । ସାମାଜିକ କ୍ଷେତ୍ରରେ ପ୍ରଶଂସିତ ହେବେ । ଭାଇ ବନ୍ଧୁ ମିତ୍ରମାନଙ୍କର ସାହାଯ୍ୟ ସହଯୋଗ ପାଇବେ । ଛାତ୍ର-ଛାତ୍ରୀମାନଙ୍କର ବିଦ୍ୟାରେ ଉନ୍ନତି ହେବ । ପ୍ରତିକାର:- ଗାଈକୁ ଖାଇବାକୁ ଦିଅନ୍ତୁ ।

ବୃଷ:–

ଆଜି ଆପଣଙ୍କ ମନ ଓ ମସ୍ତିସ୍କ ଖୁବ୍ ମଜ୍ଜାରେ ରହିବ । ଆପଣଙ୍କ ମନ କାମରେ ବିଲକୁଲ ଲାଗିବନି ହୁଏତ ଆପଣ ନିଜ ଦାୟୀତ୍ତ୍ୱମାନ ମଧ୍ୟ ଉତ୍ତମ ରୁପେ ତୁଲାଇ ପାରିବେନି । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଫଳରେ ଭବିଷ୍ୟତରେ ଅତ୍ୟନ୍ତ ଲାଭଦାୟକ ହେବ । କୌଣସି ପ୍ରିୟମିତ୍ରଙ୍କ ଯୋଗେ ବ୍ୟବସାୟରେ ବିଶେଷ ଲାଭବାନ୍ ହେବେ । ମହିଳାମାନେ ଧାର୍ମିକ ଓ ମାଙ୍ଗଳିକ କାର୍ଯ୍ୟପାଇଁ ଯାତ୍ରା କରିବେ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇବେ । ପୈତୃକ ସମ୍ପତ୍ତି ନେଇ ପାରିବାରିକ ଦ୍ଵନ୍ଦର ସମାଧାନ ବାଟ ଫିଟି ଜିବ । ମାନସିକ ଏକାଗ୍ରତା ଭଙ୍ଗ ହେବ । ପ୍ରତିକାର :- ମାଙ୍କଡକୁ କଦଳୀ ଦିଅନ୍ତୁ ।

ମିଥୁନ:–

ଆଜି ଆପଣଙ୍କୁ ବହୁତ ଧନ,ମାନ,ଯଶ ଏବଂ ସଫଳତା ମିଳିବ । ଆଜି ଆପଣ ଏମିତି ସ୍ଥିତିରେ ଅଛନ୍ତି,ଯେ ନିଜ ବିଚାରକୁ କାର୍ଯ୍ୟରେ ପରିଣତ କରିପାରିବେ । ବନ୍ଧୁ ମିତ୍ର ଓ ପରିବାରଜନଙ୍କ ସହ ପିକ୍ ନିକ୍ ପାଇଁ ଦୂରଯାତ୍ରା କରିବେ ।ପରୀକ୍ଷା ପ୍ରତିଯୋଗିତାରେ ଅଚାନକ ବିପରୀତ ଖବର ଶୁଣି ଗୃହରେ ଅଶାନ୍ତ ବାତାବରଣ ଦେଖା ଦେବ । ସନ୍ତାନ ମାନଙ୍କ ପାଇଁ ଚିନ୍ତିତ ରହିବେ । ପୁରୁଣା ରୋଗ ନୂଆ ରୂପରେ ଦେଖାଦେବ । ଜାଗା, ଜମି ଗୃହ ସମ୍ବନ୍ଧୀୟ କୌଣସି ମାମଲା ଅଧିକ ସମସ୍ୟା ଭିତରକୁ ଟାଣି ନେବ ଯାହା ଫଳରେ କାର୍ଯ୍ୟ ବିଗିଡ଼ି ଯିବ । ପ୍ରତିକାର:- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ ।

କର୍କଟ:–

ଆଜି ଆପଣ କୌଣସି ପାରିବାରିକ ସମାରୋହରେ ଖୁବ୍ ଜମେଇକି ନାଚ଼ିବେ । ଆଜି କାଲି ଆପଣଙ୍କ ସମ୍ପର୍କୀୟ ସଭିଙ୍କ ସହ ମଧୁର ଅଛି, ତେଣୁ ଆପଣଙ୍କୁ ନିଜ ଲୋକଙ୍କ ଠାରୁ ବହୁତ ଖୁସି ମିଳିବ । ବ୍ୟବସାୟରେ ଉତ୍ସାହ, ଉଦ୍ଦୀପନା ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଚିନ୍ତା ଭାବନା ଦୂର ହୋଇଯିବ । ଧନ ଉପାର୍ଜ୍ଜନ କରିବା ପାଇଁ ନୂତନ ଯୋଜନା ପ୍ରସ୍ତୁତ କରିବେ । ସାମାଜିକ କ୍ଷେତ୍ରରେ ସଫଳତା ପାଇବା ପାଇଁ ଅଧିକ ଧାଁ ଦଉଡ଼ କରିବାକୁ ପଡ଼ିବ । ପୁରୁଣା ରୋଗର ଉପଶମ ସହ ସ୍ୱାସ୍ଥ୍ୟରେ ଆଶାଜନକ ପରିବର୍ତ୍ତନ ଦେଖାଦେବ । ପ୍ରତିକାର :- ପଙ୍ଗୁ ଭିକାରୀକୁ ଖାଦ୍ୟ ଦିଅନ୍ତୁ ।

ସିଂହ:–

ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ । ଆର୍ଥିକ ଦୃଷ୍ଟି କୋଣରୁ ଅନୁକୂଳ ରହିବ । ସରକାରୀ କ୍ଷେତ୍ରରେ ସମ୍ପର୍କ ବୃଦ୍ଧି ହେବା ଜାଗା, ଜମି, ଗୃହ, ବାହନ ଆଦି କ୍ରୟ କରିବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ସୁସମ୍ପର୍କ ବଜାୟ ରହିବ । ପରୀକ୍ଷା ପ୍ରତିଯୋଗିତାରେ ସମାଜିକ ସ୍ତରରେ ନିଜର ଖ୍ୟାତି ବୃଦ୍ଧି ପାଇବ । ଚିନ୍ତା କରୁଥିବା କାର୍ଯ୍ୟ ପୂରଣ ହେବା ଫଳରେ ଆନନ୍ଦିତ ହେବେ । ଦେଇଥିବା କଥା କାର୍ଯ୍ୟରେ ପୂରଣ କରିବେ । ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ ।’

କନ୍ୟା:–

ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଯେଉଁ କାର୍ଯ୍ୟରେ ହାତ ଦେବେ ଠିକ୍ ନିର୍ଣ୍ଣୟ କରିପାରିବେ । ଯାନ ବାହନରେ ସାବଧାନତା ଅବଲମ୍ବନ କରନ୍ତୁ । ଖାଦ୍ୟପେୟ ଓ ଔଷଧ ସେବନ ପ୍ରତି ଧ୍ୟାନ ନ ରଖିଲେ, ବିଶେଷ କ୍ଷତି ହେବ । ବିରୋଧୀ ଓ ପ୍ରତିଯୋଗୀଙ୍କ ପ୍ରତିକ୍ରିୟାରେ ମାନସିକ ଚିନ୍ତା ବୃଦ୍ଧି ପାଇବ । ପାଖପଡୋଶୀ ପରିବାରରେ ଶାନ୍ତି ଭଙ୍ଗ କରିବାକୁ ପ୍ରୟାସ କରିବେ । ପ୍ରତିକାର :- ଅନ୍ଧ ଭିକାରୀଙ୍କର ସେବା କରନ୍ତୁ ।

ତୁଳା:–

ନିଜ ଜୀବନରେ ସମସ୍ୟାକୁ ସୁଧାରିବା ପାଇଁ ଆପଣ ଆଜି କୌଣସି ବ୍ୟକ୍ତିଙ୍କର ଉପଦେଶ ଗ୍ରହଣ କରିବେ । ଉପଦେଶ ଦେଉଥିବା ବ୍ୟକ୍ତି ଜଣେ ଜ୍ୟୋତିଷ୍କ ହୋଇପାରନ୍ତି । ଯିଏକି ଆପଣଙ୍କୁ ସଠିକ୍ ମାର୍ଗ ଦେଖାଇ ପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । କର୍ମ ଓ ବ୍ୟବସାୟ କ୍ଷେତ୍ରରୁ ସାମାନ୍ୟ ଲାଭପ୍ରଦ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । ପ୍ରତିକାର : ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

ବିଛା:–

ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି । ଶୁଭ ସମାଚାର ଶୁଣି ଆନନ୍ଦିତ ହେବେ । ସମସ୍ତ ଦୁଃଶ୍ଚିନ୍ତା ଦୂର ହେବ । ଚାଲୁଥିବା କାର୍ଯ୍ୟରେ ବାଧା ଉପୁଜିବ ନାହିଁ । ବରିଷ୍ଠ ଅଧିକାରୀଙ୍କ ସହ ଦୂର ଯାତ୍ରା କରିବାକୁ ପଡ଼ିବ । ରାଜନୀତି କ୍ଷେତ୍ରରେ ଅତ୍ୟନ୍ତ ଶୁଭଫଳ ପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷାରେ ଆନନ୍ଦିତ ହେବେ । ପତ୍ନୀ ଏବଂ ସନ୍ତାନଙ୍କ ସହ ଭ୍ରମଣ କରିବେ । ବ୍ୟବସାୟ ସମ୍ବନ୍ଧୀୟ ସମସ୍ୟାରେ ଉତ୍ସାହିତ ହେବେ ଓ ପାରିବାରିକ ସ୍ଥିତି ସୁଧିରିଯିବ । ପ୍ରତିକାର : କୁକୁରକୁ ଖାଇବାକୁ ଦିଅନ୍ତୁ ।

ଧନୁ:–

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ । ସାମାଜିକ ପ୍ରତିଷ୍ଠା ବଢ଼ିବ । ସେବା ସମ୍ବନ୍ଧିୟ କାର୍ଯ୍ୟରେ ପ୍ରଶଂସିତ ହେବେ । ନିଜର କାର୍ଯ୍ୟ ପୂରଣ କରିବା ପାଇଁ ବାହାର ଲୋକଙ୍କ ସହଯୋଗ ମିଳିବ । ଶତ୍ରୁ ବିରୋଧିମାନେ କ୍ଷତି କରିବାକୁ ଚେଷ୍ଟା କରି ବିଫଳ ହେବେ । ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ପାରିବାରିକ ଏବଂ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । ପ୍ରତିକାର : ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ ।

ମକର:–

ଆଜି ଆପଣଙ୍କ ସାମାଜିକ ଜୀବନ ବହୁତ ଖୁସି ପୁର୍ଣ୍ଣ ରହିବ । ଆପଣ ଆପଣଙ୍କ ବନ୍ଧୁମାନଙ୍କ ସହ ଖୁବ୍ ମଜ୍ଜା କରିବେ ଓ ତାହା ସହିତ ଆପଣଙ୍କ କାମରେ ମଧ୍ୟ ମିଳିତ ସଫଳତାର ମଜ୍ଜା ନେବେ । ସନ୍ତାନର ଶୁଭ ଖବର ଶୁଣି ଖୁସି ହେବେ । ଧର୍ମାନୁଷ୍ଠାନରେ ଯୋଗ ଦେଇ ସମ୍ମାନ ପାଇବେ । ପ୍ରତିଯୋଗିତା ପରୀକ୍ଷାରେ ସଫଳ ହେବେ । ନିଜର ଭୁଲ୍ ଯୋଗୁଁ ବ୍ୟବସାୟରେ ହାନି ହେବ । ସମସ୍ତ ଚେଷ୍ଟା ସତ୍ତ୍ୱେ ଜମି, ଜମା ବିବାଦ ମେଣ୍ଟିବ ନାହିଁ । କର୍ମ କ୍ଷେତ୍ରରେ ଉପେକ୍ଷା ଓ ବ୍ୟବହାର ଯୋଗୁଁ କ୍ଷତି ସହିବେ । ହାତ ପାହାନ୍ତାରେ ଥିବା ଧନ ଅଟକି ଯିବ । ପୁରାତନ ରୋଗ ନେଇ ଚିନ୍ତିତ ରହିବେ । ପ୍ରତିକାର : ଷଣ୍ଢକୁ କିଛି ଖାଦ୍ୟ ଖୁଆନ୍ତୁ ।

କୁମ୍ଭ:–

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କ ପରାମର୍ଶ ଆପଣଙ୍କୁ ଠିକ୍ ଲାଗି ନ ପାରେ । ଏହାର ପ୍ରଭାବ ଆପଣଙ୍କ ଉପରେ ପଡ଼ିଲେ ମଧ୍ୟ ଆପଣ ଏହି ବିଷୟରେ କିଛି କରିପାରିବେ ନାହିଁ । ବ୍ୟବସାୟିକ ଗତିବିଧି ସାମାନ୍ୟ ରୂପରେ ଚଳିବ । କର୍ମଚରୀମାନେ ନିଜର କର୍ତ୍ତବ୍ୟ ପ୍ରତିପାଦିତ କରିବା ଫଳରେ ପ୍ରଶଂସିତ ହେବେ । ବିଦ୍ୟାର୍ଥିମାନଙ୍କର ମନୋଅନୁକୂଳ ଫଳପ୍ରାପ୍ତି ହେବ । କୋର୍ଟ, କଚେରୀ ମାଲି ମକଦ୍ଦମା, ବାଦ ବିବାଦ ଆଗକୁ ବଢ଼ିବ । ବନ୍ଧୁବାନ୍ଧବଙ୍କ ଆଗମନରେ ଅତ୍ୟଧିକ ଖର୍ଚ୍ଚ ହେବ । ନୂତନ ବ୍ୟବସାୟର ସୁଯୋଗ ପାଇବେ । ପ୍ରତିକାର:- ଅନ୍ଧ ଲୋକଙ୍କୁ ଖାଦ୍ୟ ଦାନ କରନ୍ତୁ ।

ମୀନ:–

ଆଜି ଆପଣ ନିଜର ସୀମାଠାରୁ ବାହାରକୁ ଆସି କୌଣସି ପ୍ରକାରର ବିପଦ ଉଠାଇବାକୁ ଚ଼ାହିଁବେ । ଆପଣ ନିଜ ଜୀବନରେ ବହୁତ କିଛି ଜିନିଷ ଆଗକୁ ବଢ଼ାଇବାକୁ ଚ଼ାହିଁବେ,ଯେପରିକି ଆପଣଙ୍କର ସମ୍ପର୍କ ଏବଂ ବ୍ୟବସାୟ ଇତ୍ୟାଦି । ପୁରୁଣା ସମସ୍ୟା ସୁଧୁରିଯିବ । ନୂତନ ବ୍ୟବସାୟ ଆରମ୍ଭ ଯୋଗୁ ବ୍ୟବସାୟରେ ଲାଭ ହେବ । କର୍ମକ୍ଷେତ୍ରରେ ଦୀର୍ଘଦିନ ଧରି ଲାଗିରହିଥିବା ସମସ୍ୟାର ସମାଧାନ ହୋଇଯିବ । ବିଦ୍ୟାରେ ଉନ୍ନତି ଘଟିବ ତଥା ନୂତନ କର୍ମ ପ୍ରାପ୍ତି ହେବ । ବାଦ-ବିବାଦ, ପରୀକ୍ଷା, ପ୍ରତି ଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତିରେ ପ୍ରଶଂସିତ ହେବେ । ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ ।

Leave a Reply

Your email address will not be published. Required fields are marked *